ବିଳମ୍ବରେ ଆସିଲା ଶୀତ: ପନିପରିବା ଚାଷ ପ୍ରଭାବିତ

ଯୋଡ଼ା,୭।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳକୁ ଚଳିତ ବର୍ଷ ବିଳମ୍ବରେ ଶୀତ ଆସିଛି। ଗତ ମଙ୍ଗଳବାରଠାରୁ ଏଠାରେ ତାପମାତ୍ରା ହ୍ରାସ ପାଇବାରେ ଲାଗିଛି। ବର୍ତ୍ତମାନ ଦିନବେଳା ତାପମାତ୍ରା ସର୍ବାଧିକ ୨୪ ଡିଗ୍ରୀ ରହୁଥିବା ବେଳେ ରାତିରେ ସର୍ବନିମ୍ନ ୧୩ ଡିଗ୍ରୀ ରହୁଥିବା ଜଣାପଡ଼ିଛି। ପ୍ରବଳ ଶୀତ ଯୋଗୁ ସନ୍ଧ୍ୟା ୭ଟା ସୁଦ୍ଧା ବଜାରଘାଟ ଶୂନଶାନ ହୋଇପଡୁଛି। ଗତବର୍ଷ ନଭେମ୍ବର ଦ୍ୱିତୀୟ ସପ୍ତାହରେ ତାପମାତ୍ରା ଦିନବେଳା ସର୍ବାଧିକ ୨୨ଡିଗ୍ରୀ ରହୁଥିବା ବେଳେ ରାତିରେ ସର୍ବନିମ୍ନ ୧୩ ଡିଗ୍ରୀ ରହିଥିଲା। ଦଶନ୍ଧି ପୂର୍ବରୁ ଅକ୍ଟୋବରରୁ ଶୀତ ପଡୁଥିଲା। ମାତ୍ର ଚଳିତ ବର୍ଷ ଋତୁଚକ୍ରରେ ବ୍ୟତିକ୍ରମ ହେତୁ ଯୋଡ଼ାକୁ ଶୀତ ବିଳମ୍ବରେ ଆସିଛି। ଫଳରେ କୋବି, ଟମାଟର, ବାଇଗଣ ଓ ଅନ୍ୟାନ୍ୟ ପନିପରିବା ଚାଷ ପ୍ରଭାବିତ ହେବା ସହ ଅମଳ ହ୍ରାସ ପାଉଥିବା ଯୋଡା ବ୍ଲକର ଚାଷୀ ବିମଳ ମହାନ୍ତ, ଟୁରା ମୁଣ୍ଡା, ବୈଶାଖ ମହାନ୍ତ ପ୍ରମୁଖ କହିଛନ୍ତିି। ବିଳମ୍ବରେ ଶୀତ ଋତୁ ଆସୁଥିବାରୁ ଏହା ସମୟ ଉପଯୋଗୀ ହୋଇପାରୁନାହିଁ। ଯୋଡ଼ାରେ ଖଣି ଖନନ ଅତୀତରେ ସୀମିତ ରହୁଥିଲା। ମାତ୍ର ଏହା ପରିବ୍ୟାପ୍ତ ଓ ବ୍ୟାପକ ଅଞ୍ଚଳରେ ହେବାରୁ ଋତୁଚକ୍ରରେ ଏହାର ପ୍ରଭାବ ପଡୁଥିବା ବୁଦ୍ଧିଜୀବୀ ସୋମନାଥ ମହାନ୍ତି, ମାନସ ଦାସ, ପୁରୁଷୋତ୍ତମ ଦାସ, ନିରଞ୍ଜନ ବହିଦାର, ହରେକୃଷ୍ଣ ମହାଳିକ ପ୍ରମୁଖ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ତାଲା ପକାଇଲେ ଅଭିଭାବକ:ବାତ୍ୟା ଆଶ୍ରୟସ୍ଥଳୀରେ ପାଠପଢ଼ିଲେ ଛାତ୍ରୀଛାତ୍ର

ମହାକାଳପଡ଼ା,୯।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳବର୍ତ୍ତୀ ସୁନିତି ପଞ୍ଚାୟତ ଅନ୍ତର୍ଗତ ଓଲ୍ଡ ଫିଲ୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଭିଭାବକମାନେ ତାଲା ପକାଇବା ଘଟଣାକୁ…

ପ୍ରଧାନ ଶିକ୍ଷକଙ୍କ ବଦଳି ନିଷ୍ପତ୍ତି ପ୍ରତ୍ୟାହାର ଦାବି: ଧାରଣାରେ ବସିଲେ ଅଭିଭାବକ

ବରୀ,୯।୯(ମହେନ୍ଦ୍ର ସ୍ବାଇଁ):ସରକାର ଶିକ୍ଷା ବ୍ୟବସ୍ଥାର ସୁଦୃଢ଼ୀକରଣ ଉପରେ ଗୁରୁତ୍ୱ ଦେଉଥିବାବେଳେ ବରୀ ଶିକ୍ଷାମଣ୍ଡଳ ଅଧୀନସ୍ଥ କୃଷ୍ଣନଗର ପ୍ରାଥମିକ ବିଦ୍ୟାଳୟରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ,…

ଏସିଆ କପ୍‌ ଚାଲିଥିବାବେଳେ ସ୍ମୃତି ମନ୍ଧାନାଙ୍କୁ ମିଳିଲା ବଡ଼ ଖୁସିଖବର

ନୂଆଦିଲ୍ଲୀ,୯।୯: ମହିଳା ଏସିଆ କପରେ ହଂକଂ ବିପକ୍ଷରେ ଏକ ଚମତ୍କାର ଶତକ ମାରିଥିବା ସ୍ମୃତି ମନ୍ଧାନା ICC T20 ରାଙ୍କିଙ୍ଗର ଶୀର୍ଷ ୫ରେ ସ୍ଥାନ ପାଇଛନ୍ତି। ହଂକଂ…

ଅଧ୍ୟାପକ ନିଯୁକ୍ତି ଓ ବିଭିନ୍ନ ଦାବିରେ କଲେଜ ଫାଟକରେ ତାଲା: ଧାରଣାରେ ୫ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର

ପାଟଣା, ୯/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ୱାମପାଟଣାରେ ଅଧ୍ୟାପକ ନିଯୁକ୍ତି ସହ କଲେଜର ବିଭିନ୍ନ ସମସ୍ୟାର ସମାଧାନ…

ମଦ ନିଶାରେ ବାପାଙ୍କୁ ପିଟି ହତ୍ୟା, ଥାନାରେ ଆତ୍ମସମର୍ପଣ କଲା ପୁଅ

ପାଟଣା, ୯/୯ (ବୀର କିଶୋର ଦାଶ): ପାରିବାରିକ କଳହକୁ କେନ୍ଦ୍ର କରି କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ନୁଆଖମଣ ଗ୍ରାମରେ ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି।…

ବ୍ଲାକ୍‌ରୋଜ୍‌ ଜାହାଜ ବୁଡ଼ି ଘଟଣାକୁ ୧୭ ବର୍ଷ ପୂରିଲା: କାରଣ ଏବେବି ଅସ୍ପଷ୍ଟ

ପାରାଦୀପ, ୯।୯(ଶରତ ରାଉତ):ପାରାଦୀପ ବନ୍ଦରରୁ ଚାଇନା ଅଭିମୁଖେ ଯାଉଥିବା ଏମ୍‌ଭି ବ୍ଲାକରୋଜ୍‌ ଜାହାଜ ବୁଡ଼ିବା ଘଟଣାକୁ ଇତିମଧ୍ୟରେ ୧୭ ବର୍ଷ ପୂରିଗଲାଣି। ଉକ୍ତ ବ୍ଲାକରୋଜ୍‌ ବୁଡ଼ି ଘଟଣାକୁ…

ମଦ ବିରୋଧରେ ତାତିଲେ ମହିଳା: ଦୋକାନରେ ପକାଇଲେ ତାଲା

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାଙ୍କୀଛନ୍ଦା ଗ୍ରାମରେ ବେଆଇନ ଦେଶୀ ଓ ବିଦେଶୀ ମଦ ଦୋକାନରେ ମହିଳା ଗୋଷ୍ଠୀ ମଙ୍ଗବଳାର ତାଲା ପକାଇ…

ବ୍ରିଟିଶ ଗଣ୍ଡ ପୋତିବା ପାଇଁ ଗଦା ହୋଇଛି ଆସ୍‌ପଣ୍ଡ: ଜମିରେ ମାଡ଼ୁଛି ବିଷାକ୍ତ ପାଣି

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ – ମାର୍ଶାଘାଇ ମୁଖ୍ୟ କେନାଲ ବ୍ରିଟିଶ ଗଣ୍ଡ ପୋତିବା ପାଇଁ ପାହାଡ଼ ଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri