Posted inଜାତୀୟ

ବିଳମ୍ବିତ ପ୍ରାକ୍‌ ମୌସୁମୀ: ୬୫ ବର୍ଷରେ ଦ୍ୱିତୀୟ ଥର ପାଇଁ ଭାରତରେ ଏଭଳି ସ୍ଥିତି

ନୂଆଦିଲ୍ଲୀ,୨।୬: ଭାରତ ଭଳି କୃଷି ପ୍ରଧାନ ଦେଶ ପ୍ରାକ୍‌ ମୌସୁମୀ ବର୍ଷା ଉପରେ ନିର୍ଭର କରିଥାଏ। ପ୍ରାକ୍‌ ମୌସୁମୀ ବିଳମ୍ବିତ ହେଲେ ଚାଷ କାମ ଉପରେ ନାକାରାତ୍ମକ ପ୍ରଭାବ ପଡ଼ିଥାଏ। ପ୍ରାକ୍‌ ମୌସୁମୀ ଚାଷ କାମ ସହିତ ଭୂତଳ ଜଳସ୍ତର ତଥା ମୃତ୍ତିକାର ଆଦ୍ରତା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ତେବେ ଚଳିତ ବର୍ଷ ପ୍ରାକ୍‌ ମୌସୁମୀରେ ବିଳମ୍ବ ଯୋଗୁ ବର୍ତ୍ତମାନ ସୁଦ୍ଧା ଦେଶର ବିଭିନ୍ନ ଅଞ୍ଚଳରେ ୯୯ ମିିଲିମିଟର ବର୍ଷା ରେକର୍ଡ ହୋଇଛି। ଏଭଳି ଅବସ୍ଥା ଦ୍ୱିତୀୟ ଥର ପାଇଁ ୬୫ ବର୍ଷ ପରେ ଭାରତରେ ଦେଖାଦେଇଛି। ପୂର୍ବରୁ ଅନୁରୂପ ସ୍ଥିତି ୧୯୫୪ରେ ଦୃଷ୍ଟି ଗୋଚର ହୋଇଥିଲା ବୋଲି ଭାରତୀୟ ପାଣିପାଗ ବିଭାଗ ଦ୍ୱାରା ପ୍ରକାଶିତ ତଥ୍ୟରୁ ଜଣାପଡ଼ିଛି। ସେତେବେଳେ ଦେଶରେ ପ୍ରାକ୍‌ ମୌସୁମୀରେ ୯୩.୯ ମିଲିମିଟର ବର୍ଷା ରେକର୍ଡ ହୋଇଥିଲା। ୨୦୦୯ରେ ଏହା ୯୯ ମିଲିମିଟର, ୨୦୧୨ରେ ୯୦.୫ ମିଲିମିଟର ରେକର୍ଡ କରାଯାଇଥିଲା। ସମ୍ପ୍ରତି ଏଭଳି ସ୍ଥିତି ଦେଶର ମଧ୍ୟ ମହାରାଷ୍ଟ୍ର, ମରାଠାଓ୍ବାଡା, କୋଙ୍କଣ-ଗୋଆ, ଗୁଜରାଟ, ସୌରାଷ୍ଟ୍ର, କଛ ଆଦି ଅଞ୍ଚଳରେ ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁର ପାଇଁ ସମୟ ନାହିଁ

କିଛି ଦିନର ବ୍ୟବଧାନ ପରେ ଭାରତର ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ସଦ୍ୟ ହିଂସା ଦେଖାଦେଇଛି। ବିଷ୍ଣୁପୁର ଜିଲାର ମୋଇରାଙ୍ଗ ତ୍ରୋଙ୍ଗଲାଓବି ଅଞ୍ଚଳରେ ୬ ଏପ୍ରିଲରେ ଉଗ୍ରବାଦୀଙ୍କ ବୋମା…

ଏତିକି ଦିନ ପାଇଁ ଅସ୍ତ୍ରବିରତି ଘୋଷଣା: ୨ ନେତାଙ୍କୁ ଧନ୍ୟବାଦ ଦେଲା ଇରାନ, କହିଲା ଏମାନଙ୍କ ପାଇଁ…

ଓ୍ବାଶିଂଟନ୍‌,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦୁଇ ସପ୍ତାହ ପାଇଁ…

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ…

ଯୁଦ୍ଧବିରତି ଘୋଷଣା କଲେ ଟ୍ରମ୍ପ: ହର୍ମୁଜ ପ୍ରଣାଳୀ ଖୋଲିବାକୁ ରାଜି ହେଲା ଇରାନ, ବିଶ୍ୱବାସୀଙ୍କ ପାଇଁ ଖୁସିଖବର

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୁଦ୍ଧବିରତି ଘୋଷଣା କରିଛନ୍ତି। ଟ୍ରମ୍ପ ଘୋଷଣା କରିଛନ୍ତି ଯେ ଆମେରିକା ଇରାନ ସହିତ ଦୁଇ…

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri