ବିଳମ୍ବ ହେଉଛି ରାସ୍ତା ସମ୍ପ୍ରସାରଣ କାମ : ଥଇଥାନ ହୋଇ ପାରୁନାହାନ୍ତି ବ୍ୟବସାୟୀ

ବଇଣ୍ଡା,୨୯।୬(ଡି.ଏନ.ଏ.): କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥକୁ ୪ ଲେନ ବିଶିଷ୍ଟ ରାସ୍ତା ନିର୍ମାଣ କରାଯାଉଛି। ୨ ଲେନ ବିଶିଷ୍ଟ ରାସ୍ତାକୁ ୪ ଲେନ କରି ସମ୍ପ୍ରସାରଣ କରାଯାଉଥିବାବେଳେ ବିଳମ୍ବକୁ ନେଇ ବ୍ୟବସାୟୀ ତଥା ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ ଦେଖାଦେଇଛି। ବିଶେଷ କରି କିଶୋରନଗର ବ୍ଲକ ବଇଣ୍ଡା ଛକ ସମ୍ପୂର୍ଣ୍ଣ ଭଙ୍ଗାଯାଉଥିବାବେଳେ ବହୁ ବ୍ୟବସାୟୀ କ୍ଷତିଗ୍ରସ୍ତ ହୋଇଛନ୍ତି। ବଇଣ୍ଡା ଛକକୁ ଠିକାସଂସ୍ଥା ପକ୍ଷରୁ ପ୍ରଶାସନ ଜରିଆରେ ଗତ ବର୍ଷ ମେ ୧୭ ଓ ୧୮ତାରିଖରେ ରାସ୍ତାର ଦୁଇ ପାର୍ଶ୍ୱରେ ଥିବା ୫୦ ପ୍ରତିଶତ ଦୋକନ ଗୃହ ଭଙ୍ଗାଯାଇଥିଲା। ଏଥିରେ ୪ ଶହରୁ ଊର୍ଦ୍ଧ୍ୱ ଦୋକନୀ ଓ ଉଠା ବ୍ୟବସାୟୀ କ୍ଷତିଗ୍ରସ୍ତ ହୋଇଥିଲେ। ଫଳରେ ଅଧିକାଂଶ ଦୋକାନୀ ସେମାନଙ୍କ ସାମଗ୍ରୀ ଗୁଡ଼ିକ ଘରେ ରଖି ହାତ ବାନ୍ଧି ବସିଛନ୍ତି।
ଅପରପକ୍ଷରେ ୩ ଜଣ କ୍ଷତିଗ୍ରସ୍ତ ପ୍ରଜା ଟଙ୍କା ପାଇ ନ ଥିବା ଯୋଗୁ ରାସ୍ତା କାମ ବଇଣ୍ଡାରେ ଆରମ୍ଭ କରାଯାଇ ପାରୁ ନାହିଁ। ତରବରିଆ ଭାବେ ବଇଣ୍ଡା ଛକକୁ ଆକ୍ରୋଶମୂଳକ ପ୍ରଶାସନ ଭାଙ୍ଗି ଦେଇ ବର୍ଷେ ହେବ ଚୁପ ବସି ରାସ୍ତା ନିର୍ମାଣ କରୁ ନ ଥିବା ବ୍ୟବସାୟୀମାନେ ଅଭିଯୋଗ କରିଛନ୍ତି। ସେହିପରି ୪ ଶହ କ୍ଷୁଦ୍ର ଓ ଉଠା ବ୍ୟବସାୟୀମାନେ କ୍ଷତିପୂରଣ ପାଇ ନାହାନ୍ତି। ଅନ୍ୟପକ୍ଷରେ କ୍ଷତିପୂରଣ ପାଇବା ପାଇଁ ଉଠା ଦୋକାନୀ ସଂଘ ଅନୁଗୋଳ ଜିଲାପାଳ, ସମ୍ବଲପୁର ଆରଡିସିଙ୍କଠାରେ ବହୁବାର ଆବେଦନ କରିଥିଲେ ମଧ୍ୟ ସେମାନଙ୍କୁ କ୍ଷତିପୂରଣ ଦିଆଯାଉ ନ ଥିବା ଯୋଗୁ ସଂଘ ହାଇକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ରାସ୍ତା କାମ ବିଳମ୍ବ ହେଉଥିବା ଯୋଗୁ ବ୍ୟବାସୟୀମାନେ ଥଇଥାନ ହୋଇପାରୁ ନାହାନ୍ତି। ତୁରନ୍ତ ଏଥିପ୍ରତି ଦୃଷ୍ଟି ଦିଆଯାଇ ଉଠା ଦୋକାନୀଙ୍କୁ କ୍ଷତିପୂରଣ ଯୋଗାଇ ଦେବା ପାଇଁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri