Posted inଫୁରସତ

ବିଳାସପୂର୍ଣ୍ଣ ହୋଟେଲ: ରାତିକ ପାଇଁ ଦେବାକୁ ପଡିବ ୭୦ ହଜାର ଟଙ୍କା

ଫ୍ଲୋରିଡା: ଘରୁ ବାହାରକୁ ଗଲେ ପ୍ରାୟ ସମସ୍ତେ ବିଳାସପୂର୍ଣ୍ଣ ହୋଟେଲରେ ରହିବାକୁ ମନ ବଳାଇ ଥାଆନ୍ତି। ଏବେ କିନ୍ତୁ ଏକ ହୋଟେଲ ନିର୍ମାଣ କାମ ଚାଲିଥିବା ବେଳେ ଆସିଲାଣି ଚର୍ଚ୍ଚାକୁ। ଆମେରିକାର ଫ୍ଲୋରିଡାରେ ଏହି ହୋଟେଲଟି ନିର୍ମାଣ କରାଯାଉଛି। ଗିଟାର ଆକୃତିର ଏହି ହୋଟେଲଟି ଦେଖିବାକୁ ବେଶ୍‌ ସୁନ୍ଦର ହୋଇଛି। ଏପରି ଆକୃତିର ଏହା ବିଶ୍ୱର ପ୍ରଥମ ହୋଟେଲ ବୋଲି କୁହାଯାଉଛି। ଖୁବ୍‌ଶୀଘ୍ର ଏହାକୁ ଖୋଲି ଦିଆଯିବ ବୋଲି ସୂଚନା ରହିଛି। ତେବେ ଏଠାରେ ରାତିକ ପାଇଁ ରହିବାକୁ ହେଲେ ପାଖାପାଖି ୭୦ ହଜାର ଟଙ୍କା ଦେବାକୁ ପଡିବ ବୋଲି କୁହାଯାଉଛି। ୬୩୮ଟି ବିଳାସପୂର୍ଣ୍ଣ କୋଠରି ଥିବା ଏହି ହୋଟେଲର ନିର୍ମାଣ ପାଇଁ ପ୍ରାୟ ୧୦.୬୨ ହଜାର କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ଏହା ଭିତରେ ୧୯ଟି ରେସ୍ତୋରାଁ ଥିବା ବେଳେ ୧୩ ଏକର ପରିମିତ ସ୍ଥାନରେ ସୁନ୍ଦର ସୁନ୍ଦର ସ୍ବିମିଙ୍ଗ ପୁଲ ରହିଛି। ୩୨ ହଜାର ବର୍ଗ ଫୁଟରେ ସ୍ପା ଓ ମସାଜ୍‌ ସେଲୁନ ରହିଛି। ୪୫୦ ଫୁଟ ଉଚ୍ଚତା ବିଶିଷ୍ଟ ଏହି ହୋଟେଲରେ ଗୋଟିଏ ବଡ ହଲ୍‌ ବି ରହିଛି। ଯେଉଁଥିରେ ଏକା ସାଙ୍ଗରେ ପ୍ରାୟ ୬ ହଜାର ୫ଶହ ଲୋକ ବସି ପାରିବେ। ୩୨ ତାଲା ବିଶିଷ୍ଟ ଏହି ହୋଟେଲରେ ରାତିଟିଏ କାଟିବାକୁ ଏବେଠାରୁ ଗ୍ରାହକଙ୍କ ଉତ୍ସାହ ଦେଖିବାକୁ ମିଳିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଜେଲ୍‌ ଯିବେ ରାଜପାଲ ଯାଦବ, କୋର୍ଟ କହିଲେ ତାଙ୍କୁ ଅନେକ ସୁଯୋଗ ଦେବା ପରେ ବି…

ମୁମ୍ବାଇ,୧୦ା୭: ବଲିଉଡ୍‌ ଅଭିନେତା ରାଜପାଲ ଯାଦବ ତାଙ୍କ ଚେକ୍‌ ବାଉନ୍ସ ମାମଲା ପାଇଁ ଚର୍ଚ୍ଚାରେ ରହିଛନ୍ତି। ଶୁକ୍ରବାର ଦିଲ୍ଲୀ ହାଇକୋର୍ଟ ଏହି ମାମଲାର ଶୁଣାଣି କରି ୭ଟି…

ରୋଷେଇ ଘରୁ ବାହାରିଲା ୮ ଫୁଟ୍‌ ଅହିରାଜ, ଉଦ୍ଧାର ବେଳେ ପାଟିରୁ ବାହାରିଲା ଢମଣା ସାପ, ଦେଖିବାକୁ ଲୋକଙ୍କ ଭିଡ଼

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାଧାଦେଇପୁର ପଞ୍ଚାୟତ ଜୟନଗର ଗ୍ରାମର ସିମାଞ୍ଚଳ ସ୍ବାଇଁଙ୍କ ଘରୁ ଏକ ୮ ଫୁଟ୍‌ ଲମ୍ବର କିଙ୍ଗକୋବ୍ରା…

ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କହିଲେ ଜୁଲାଇ ୨୫ ତାରିଖ ସୁଦ୍ଧା…

ଭୁବନେଶ୍ୱର,୧୦ା୭: ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ନୂଆ ଆବେଦନକାରୀଙ୍କ ସମୀକ୍ଷା ପରେ ପ୍ରଭାତୀ କହିଛନ୍ତି, ସୁଭଦ୍ରା ପାଇଁ…

ଗାଁ ପୋଖରୀରେ ଗାଧୋଉଥିବାବେଳେ ଗଭୀର ପାଣିରେ ବୁଡ଼ିଗଲେ ପିଣ୍ଟୁ, ହସ୍ପିଟାଲରେ ଡାକ୍ତର କଲେ ମୃତ ଘୋଷଣା

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମ ପୋଖରୀରୁ ଜଣେ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ…

‘ମୋତେ ଚୁପ୍ କରିବାକୁ ହେଲେ ମାରିବାକୁ ପଡିବ’, ଭାଜପାକୁ ଚ୍ୟାଲେଞ୍ଜ ଦେଲେ ଦିଦି

କୋଲକାତା,୧୦।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ଭାଜପା ଉପରେ କଡ଼ା ଆକ୍ରମଣ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ…

‘କେନ୍ଦୁଝର ଛାତ୍ରୀଛାତ୍ରଙ୍କ ସ୍ବାର୍ଥକୁ ରାଜ୍ୟ ସରକାର ଅଣଦେଖା କଲେ ଆନ୍ଦୋଳନ ହେବ’

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟର ଅସ୍ତିତ୍ୱ ରକ୍ଷା ନ ହେଲେ ଆନ୍ଦୋଳନ ହେବ। ଆମ ଆଦ୍‌ମୀ ପାର୍ଟି, କେନ୍ଦୁଝରର ସ୍ପଷ୍ଟ ମତ ହେଉଛି ଯେ,…

ମ୍ୟାନେଜମେଣ୍ଟ ଉପରେ ବର୍ଷିଲା BCCI: ବିପଦରେ ଗୌତମ ଗମ୍ଭୀରଙ୍କ ଚାକିରି!

ନୂଆଦିଲ୍ଲୀ, ୧୦।୭: ଇଂଲଣ୍ଡ ଗସ୍ତରେ ଲଗାତାର ତିନୋଟି ଟି-୨୦ ମ୍ୟାଚରେ ପରାଜୟ ପରେ ଟିମ ଇଣ୍ଡିଆର କୋଚିଂ ଷ୍ଟାଫ୍‌ଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରେ। ରିପୋର୍ଟ ଅନୁଯାୟୀ,…

ପଞ୍ଚାୟତ ନିର୍ବାଚନକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ମାସରେ ହେବା ନେଇ ସୂଚନା

ଭୁବନେଶ୍ୱର,୧୦।୭: ଓଡ଼ିଶା ପଞ୍ଚାୟତ ନିର୍ବାଚନକୁ ନେଇ ଆସିଛି ଏକ ବଡ଼ ଅପଡେଟ୍‌। ଏଥର ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟାରେ ନିର୍ବାଚନ ଏପ୍ରିଲ କିମ୍ବା ମେ’ ମାସ ଆଡ଼କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri