ବିଶୃଙ୍ଖଳିତଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫ା୫(ବ୍ୟୁରୋ): କରୋନା(କୋଭିଡ୍‌-୧୯) ସଂକ୍ରମଣ ଆଶଙ୍କା କରି କେନ୍ଦ୍ର ସରକାର ସମଗ୍ର ଦେଶକୁ ତୃତୀୟ ପର୍ଯ୍ୟାୟରେ ମେ ୧୭ ତାରିଖ ଯାଏ ଲକ୍‌ଡାଉନରେ ରହିବାକୁ ଘୋଷଣା କରିଛନ୍ତି। ଏହି ସମୟରେ ବିଭିନ୍ନ ରାଜ୍ୟରେ ଫସି ରହିଥିବା ପ୍ରବାସୀ ଓଡ଼ିଆମାନେ ରାଜ୍ୟକୁ ଫେରୁଛନ୍ତି। ରାଜ୍ୟ ବାହାରୁ ଆସୁଥିବା ଓଡ଼ିଆମାନଙ୍କ ସୁରକ୍ଷା ତଥା ସେମାନଙ୍କ ପରିବାର ସୁରକ୍ଷା ପାଇଁ ରାଜ୍ୟ ସରକାର ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ୧୪ ଦିନିଆ କ୍ୱାରାଣ୍ଟାଇନ୍‌ ବ୍ୟବସ୍ଥା କରିଛନ୍ତି। ରହିବା, ଖାଇବା, ସ୍ବାସ୍ଥ୍ୟସେବା ସହ ୨୦୦୦ ଟଙ୍କା ପ୍ରୋତ୍ସାହନ ରାଶିର ବ୍ୟବସ୍ଥା ମଧ୍ୟ କରାଯାଇଛି। ମାତ୍ର ରାଜ୍ୟର କେତେକ ସ୍ଥାନରେ ପ୍ରବାସୀ ଶ୍ରମିକମାନେ କ୍ୱାରାଣ୍ଟାଇନ୍‌ ନିୟମ ମାନୁନାହାନ୍ତି। ରବିବାର ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ ବାହାର ରାଜ୍ୟ ଫେରନ୍ତାଙ୍କୁ ନିୟମ ପାଳନ କରିବାକୁ ଚେତାବନୀ ଦେଇଥିବା ବେଳେ ସୋମବାର ନିଜେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରବାସୀ ଓଡ଼ିଆଙ୍କୁ ନିୟମ ମାନିବାକୁ ଅନୁରୋଧ କରିବା ସହ ଉଲ୍ଲଂଘନକାରୀଙ୍କୁ କଡ଼ା ଚେତାବନୀ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି ଯେ, ବାହାର ରାଜ୍ୟରୁ ଆସୁଥିବା ଓଡ଼ିଆମାନେ ନିଜ ତଥା ନିଜ ପରିବାର ଜୀବନ ସୁରକ୍ଷା ପାଇଁ କ୍ୱାରାଣ୍ଟାଇନ୍‌ରେ ରହିବା ସହ ସରକାରଙ୍କ ସମସ୍ତ ନିୟମ କଡ଼ାକଡ଼ି ପାଳନ କରିବା ଆବଶ୍ୟକ। ଯଦି କାୈଣସି ସ୍ଥାନରେ ପ୍ରବାସୀ ଓଡ଼ିଆ କ୍ୱାରାଣ୍ଟାଇନ୍‌ ଉଲ୍ଲଂଘନ କରୁଛନ୍ତି ସରପଞ୍ଚମାନେ ତୁରନ୍ତ ପ୍ରଶାସନକୁ ଅବଗତ କରାନ୍ତୁ। ଉଲ୍ଲଂଘନକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବର୍ତ୍ତମାନ ଓଡ଼ିଶା ଭଲ ସ୍ଥିତିରେ ଅଛି। ଏଥିପାଇଁ ଲକ୍ଷ ଲକ୍ଷ ଲୋକ ଦିନରାତି ନିରନ୍ତର କାର୍ଯ୍ୟ କରୁଛନ୍ତି। ବହୁ ଓଡ଼ିଆ ନିଜ କର୍ମରୁ ଊର୍ଦ୍ଧ୍ୱକୁ ଯାଇ ତ୍ୟାଗ ମନୋଭାବ ନେଇ ଏହି ଅଭୂତପୂର୍ବ ପରିସ୍ଥିତିକୁ ସାମ୍‌ନା କରୁଛନ୍ତି। ଯେଉଁମାନେ ଓଡ଼ିଶା ଫେରୁଛନ୍ତିି ସେମାନେ ମଧ୍ୟ ସେହି ତ୍ୟାଗ ସହ ନିଜ ଉତ୍ତରଦାୟିତ୍ୱ ନିର୍ବାହ କରନ୍ତୁ। ରାଜ୍ୟକୁ ଫେରୁଥିବା ପ୍ରତ୍ୟେକ ଓଡ଼ିଆ ଆମ ନିଜର। ବର୍ତ୍ତମାନ ସମୟରେ ସାମାନ୍ୟ ଅସାବଧାନତା ଅନେକଙ୍କୁ ବିପଦରେ ପକାଇବ। ପ୍ରତ୍ୟେକଟି ଜୀବନର ସୁରକ୍ଷା ପାଇଁ ସରକାର ବ୍ୟବସ୍ଥା କରିଛନ୍ତି। ସେମାନଙ୍କର ସୁରକ୍ଷିତ ପ୍ରତ୍ୟାବର୍ତ୍ତନ ସହ କ୍ୱାରାଣ୍ଟାଇନ୍‌ର ବ୍ୟବସ୍ଥା ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ ପରେ ବାହାର ରାଜ୍ୟ ଫେରନ୍ତାଙ୍କ ଉଚ୍ଛୃଙ୍ଖଳ ଆଚରଣକୁ ନେଇ ପୋଲିସ ମହାନିର୍ଦ୍ଦେଶକ(ଡିଜିପି) ଅଭୟ ମଧ୍ୟ କଡ଼ା କାର୍ଯ୍ୟାନୁଷ୍ଠାନ ନେଇ ଚେତାବନୀ ଦେଇଛନ୍ତି। ସେ ଟୁଇଟ କରି କହିଛନ୍ତି ଯେ, ବହାର ରାଜ୍ୟରୁ ଫେରୁଥିବା ଲୋକମାନଙ୍କ ବିଶୃଙ୍ଖଳିତ ଆଚରଣ ପାଇଁ ଆଇନ ଅନୁଯାୟୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ। ରାଜ୍ୟ ବାହାରୁ ଆସୁଥିବା ଲୋକମାନଙ୍କୁ ରାଜ୍ୟରେ ସମସ୍ତ ସୁବିଧା ଯୋଗାଇବା ସହ ସ୍ବାଗତ କରାଯାଉଛି। ତା’ ଅର୍ଥ ନୁହେଁ ଯେ ବିଶୃଙ୍ଖଳିତ ଆଚରଣ ପାଇଁ କ୍ଷମା ବା ଅନୁକମ୍ପା ଦେଖାଯିବ। କୋଭିଡ୍‌-୧୯ ସଂକ୍ରମଣକୁ ନେଇ କାୈଣସି ଲୋକଙ୍କ ସୁରକ୍ଷା ପ୍ରତି ବିପଦ କରୁଥିବା ବ୍ୟକ୍ତିଙ୍କ ବିରୋଧରେ ଆଇନ ଅନୁଯାୟୀ କଡ଼ା ପଦକ୍ଷେପ ନିଆଯିବ।
କ୍ୱାରାଣ୍ଟାଇନ୍‌ରେ ଥିବାବେଳେ ସମସ୍ତ ନିୟମକୁ ପାଳନ କରିବାକୁ ବାହାର ରାଜ୍ୟ ଫେରନ୍ତାଙ୍କୁ ଡିଜିପି ଅନୁରୋଧ କରିଛନ୍ତି। ଭଦ୍ରକ ଓ ରାଜ୍ୟର ଅନ୍ୟ କେତେକ ଅଞ୍ଚଳରେ କେତେକ ଲୋକ କ୍ୱାରାଣ୍ଟାଇନ୍‌ ନିୟମ ଉଲ୍ଲଂଘନ କରିଥିବା ଖବର ମିଳିବା ପରେ ଡିଜିପି ଏଭଳି କଡ଼ା ଆଭିମୁଖ୍ୟ ପୋଷଣ କରିଛନ୍ତି।
ପ୍ରବାସୀ ଓଡ଼ିଆଙ୍କ ଯୋଗୁ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ବୃଦ୍ଧି ଘଟିଛି। ସେହି ଲୋକମାନେ ଯଦି କ୍ୱାରାଣ୍ଟାଇନ୍‌ ନିୟମକୁ ଉଲ୍ଲଂଘନ କରିବେ ତେବେ ପରିସ୍ଥିତି ଆହୁରି ବିସ୍ଫୋରକ ହେବ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ ମତ ଦେଇଛନ୍ତି। ପ୍ରବାସୀ ଓଡ଼ିଆମାନେ କ୍ୱାରାଣ୍ଟାଇନ୍‌ ନିୟମ ମାନୁ ନ ଥିବାରୁ ସରକାରଙ୍କ ଚିିନ୍ତା ମଧ୍ୟ ବଢ଼ିଯାଇଛି। ଅମାନିଆଙ୍କୁ ବାଟକୁ ଆଣିବା ପାଇଁ ସରକାର ମଧ୍ୟ କଡ଼ା ଚେତାବନୀ ଦେଇଛନ୍ତି। ନିୟମ ଉଲ୍ଲଂଘନକାରୀଙ୍କୁ ଗିରଫ କରିବା ସହ ଅଲଗା ଜିଲାରେ ଅଧିକ ଦିନ କ୍ୱାରାଣ୍ଟାଇନ୍‌ରେ ରଖାଯିିବ। କ୍ୱାରାଣ୍ଟାଇନ୍‌ ଶେଷ ହେବା ପରେ କାୈଣସି ପ୍ରୋତ୍ସାହନ ରାଶି ଦିଆଯିବ ନାହିଁ ବୋଲି ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ ମଧ୍ୟ ପୂର୍ବରୁ ସୂଚେଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri