ବିଶୃଙ୍ଖଳିତ ସଦସ୍ୟଙ୍କ ପାଇଁ ଆସୁ ଆଇନ: ସୂର୍ଯ୍ୟ ପାତ୍ର

ଭୁବନେଶ୍ୱର,୨୯।୮(ବ୍ୟୁରୋ): ପାର୍ଲାମେଣ୍ଟ ତଥା ରାଜ୍ୟଗୁଡିକର ବିଧାନସଭା ଚାଲିଥିବା ସମୟରେ ଅନେକ ସଦସ୍ୟ ବିଶୃଙ୍ଖଳିତ ଆଚରଣ ପ୍ରଦର୍ଶନ କରିଥାଆନ୍ତି। ଏହାଦ୍ୱାରା ଭାରତୀୟ ଗଣତନ୍ତ୍ରର ମହାନ ସଂସଦୀୟ ପରମ୍ପରା ତାହାର ଗୁରୁତ୍ୱ ହରାଇଥାଏ, ତେଣୁ ଏଭଳି ସଦସ୍ୟମାନଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ କରାଯାଉ। ଏଥିପାଇଁ ଆବଶ୍ୟକ ଆଇନ ଅଣାଯାଉ ବୋଲି ଓଡ଼ିଶା ବିଧାନସଭା ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ବୁଧବାର କହିଛନ୍ତି। ପାର୍ଲାମେଣ୍ଟ ଏବଂ ବିଧାନସଭା କାର୍ଯ୍ୟାବଳୀ ପ୍ରସଙ୍ଗରେ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କ ଅଧ୍ୟକ୍ଷତାରେ ନୂଆଦିଲ୍ଲୀର ସଂସଦ ଭବନରେ ହୋଇଥିବା ବୈଠକରେ ସୂର୍ଯ୍ୟ ଏହି ଦାବି ଉପସ୍ଥାପନ କରିଛନ୍ତି। ଏହି ବୈଠକରେ ଶୃଙ୍ଖଳିତ ସଂସଦୀୟ କାର୍ଯ୍ୟସହ ଆଇନସଭାଗୁଡିକର ଡିଜିଟାଇଲାଇଜେସନ ଉପରେ ଗୁରୁତ୍ୱ ଦେଇଛନ୍ତି। ବୈଠକ ପରେ ଗଣମାଧ୍ୟମକୁ ମତ ଦେଇ ସୂର୍ଯ୍ୟ କହିଥିଲେ, ଗୃହର ସଦସ୍ୟମାନଙ୍କ ଦ୍ୱାରା ବିଶ୍‌ୃଙ୍ଖଳା କରାଯାଉଥିବାରୁ ବହୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ବାଧାପ୍ରାପ୍ତ ହୋଇଥାଏ। ତେଣୁ ଏଭଳି ସଦସ୍ୟ ତୁରନ୍ତ ନିଲମ୍ବିତ ହେବା ଆବଶ୍ୟକ। ସେହିପରି ସାରା ଦେଶରେ ବିଶ୍‌ଙ୍ଖଳିତ ସଦସ୍ୟମାନଙ୍କ ପାଇଁ ଏକକ ଆଇନ ଲାଗୁ କରିବା ସପକ୍ଷରେ ସୂର୍ଯ୍ୟ ମତ ରଖିଥିଲେ। ସେହିପରି ଆସନ୍ତା ସେପ୍ଟେମ୍ବର ୨୨ରୁ ୨୯ ପର୍ଯ୍ୟନ୍ତ ଉଗାଣ୍ଡାର ରାଜଧାନୀ କାମ୍ପାଲାଠାରେ ୬୪ତମ ରାଜ୍ୟ ଗୋଷ୍ଠୀ ସଂସଦୀୟ ସମ୍ମିଳନୀ ଅନୁଷ୍ଠିତ ହେବ । ଏଥିରେ ଯୋଗଦେବାକୁ ଥିବା ଭାରତୀୟ ପ୍ରତିନିଧିଙ୍କୁ ଏହି ସମ୍ମିଳନୀ ସମ୍ପର୍କରେ ସମ୍ୟକ ସୂଚନା ଏହି ବୈଠକରେ ପ୍ରଦାନ କରାଯାଇଥିଲା। ପ୍ରଦାନ ବାଚସ୍ପତିମାନଙ୍କ ପରିବର୍ତ୍ତୀ ବୈଠକ ଆସନ୍ତା ନଭେମ୍ବର ୧୨ ଏବଂ ୧୩ରେ ଡେରାଡୁନ୍‌ଠାରେ ଅନୁଷ୍ଠିତ ହେବ। ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଏହାର ଅଧ୍ୟକ୍ଷତା କରିବେ। ବିଶୃଙ୍ଖଳିତ ସଦସ୍ୟମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିମିତ୍ତ ଆଇନ ପ୍ରଣୟନ ପାଇଁ ବାଚସ୍ପତି ବିର୍ଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri