ବିଶୋଇ ଭାଜପା ପକ୍ଷରୁ ବିକ୍ଷୋଭ

ବିଶୋଇ,୨ା୮(ଡି.ଏନ୍‌.ଏ.)- ବିଶୋଇ ବ୍ଲକର ବିଭିନ୍ନ ସମସ୍ୟା ନେଇ ଶୁକ୍ରବାର ଭାଜପା ପକ୍ଷରୁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ବିଭିନ୍ନ ଅଭିଯୋଗ ସମ୍ମିଳିତ ଏକ ସ୍ମାରକପତ୍ର ବିଡ଼ିଓ ବିବୁଧ ଗଡ଼ନାୟକଙ୍କୁ ପ୍ରଦାନ କରାଯାଇଛି। ଭାଜପାର ଅଭିଯୋଗ ଅନୁଯାୟୀ, ବିଭିନ୍ନ ଗ୍ରାମରେ ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ହୋଇଥିଲେ ମଧ୍ୟ ବର୍ଷ ବର୍ଷ ଧରି ଅଚଳ ଅବସ୍ଥାରେ ପଡିରହିଛି । ଫଳରେ ଜନସାଧାରଣ ଜଳକଷ୍ଟ ଭୋଗୁଛନ୍ତି। ବ୍ଲକର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ କିଛି ନିର୍ଦ୍ଦିଷ୍ଟ ଠିକାଦାର ଗୋଷ୍ଠୀଙ୍କ ନିର୍ଦ୍ଦେଶରେ ହେଉଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ବଦଳି ହୋଇଥିଲେ ମଧ୍ୟ ଜଣେ ନିର୍ଦ୍ଦିଷ୍ଟ ଯନ୍ତ୍ରୀ ଏହି ବ୍ଲକ ଛାଡି ନ ଯିବା ଜନସାଧାରଣରେ ସନ୍ଦେହ ସୃଷ୍ଟି ହୋଇଛି। କୃଷକମାନଙ୍କ ନିମନ୍ତେ ଆସୁଥିବା ବିଭିନ୍ନ ସରକାରୀ ଯୋଜନା ତଥା ବିହନ,ସାର ଓ ଅନ୍ୟାନ୍ୟ କୃଷି ସମ୍ବନ୍ଧୀୟ ସୁବିଧା ବାଟବଣା ହେଉଥିବା ସ୍ମାରକପତ୍ରରେ ଦର୍ଶାଯାଇଛି। ବ୍ଲକ ଭାଜପା ସଭାପତି ବଂଶୀଧର ଦାସଙ୍କ ନେତୃତ୍ୱରେ ଜିଲା ପରିଷଦ ସଦସ୍ୟ ଗୁରୁବା ମୁର୍ମୁ ଓ ନାନିକା ନାଏକ, ଉମାକାନ୍ତ ନନ୍ଦ, ଜିଲା ସାଧାରଣ ସଂଯୋଜକ ଜୁରିଲାଲ ମହାନ୍ତ, ରାଜ୍ୟ ସମିତି ସଦସ୍ୟ ସଞ୍ଜୀବ ମହାନ୍ତି, ଗଜେନ୍ଦ୍ର ବେହେରାଙ୍କ ସମେତ ବହୁ କର୍ମୀ ବିକ୍ଷୋଭ ପ୍ରଦର୍ଶନ ସମୟରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

ରାସ୍ତା ଆଢୁଆଳରେ ନଳକୂପ: ପିଇବା ପାଣି ପାଇଁ ହଟହଟା

ଲୋଇସିଂହା,୧୩।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଗୁର୍ଜିଭଟାରୁ ବାଦିବାହାଲ ଆରଡି ରାସ୍ତା ପ୍ରଶସ୍ତ ଓ ଉନ୍ନତୀକରଣ କାମ ଚାଲିଛି ା ଏହାଦ୍ୱାର ରାସ୍ତା ପାର୍ଶ୍ୱରେ ଥିବା…

ରାତିରେ ଧୂମ୍‌ଧାମରେ ପାଳିଲେ ବିବାହବାର୍ଷିକୀ, ସକାଳୁ ପାଲଟିଗଲେ ଶବ

ବଣାଇଁ,୧୪ା୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ପର୍ଯ୍ୟଟନସ୍ଥଳ ଖଣ୍ଡାଧାରକୁ ୩୦ତମ ବିବାହ ବାର୍ଷିକୀ ପାଳନ ପାଇଁ ଆସି ଦମ୍ପତିଙ୍କ ମଧ୍ୟରୁ ଜଣେ ଶବ ହୋଇ ଫେରିବା…

କଟକ ଜିଲାପାଳଙ୍କୁ ନୋଟିସ୍‌, ଦେବାଶିଷ ସାମନ୍ତରାୟଙ୍କ ଏହି ଅଭିଯୋଗ ନେଇ…

କଟକ,୧୪ା୨: କଟକ ଜିଲାପାଳ ଦତ୍ତାତ୍ରେୟ ଭାଓସାହେବ ସିନ୍ଧେଙ୍କୁ ନୋଟିସ୍‌ ଜାରି ହୋଇଛି। ରାଜ୍ୟ ସଭା ସଚିବାଳୟ ନିର୍ଦ୍ଦେଶକଙ୍କ ପକ୍ଷରୁ ନୋଟିସ୍‌ ହୋଇଛି। ଦେବାଶିଷ ସାମନ୍ତରାୟଙ୍କ ଲିଖିତ ଅଭିଯୋଗକୁ…

ଦାଦନ ଶ୍ରମିକ ଗଣେଶଙ୍କ ୨ କିଡ଼ନୀ ନଷ୍ଟ: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ

କୃଷ୍ଣପ୍ରସାଦ,୧୪।୨(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଗିଲିନାସି ଗ୍ରାମର ଗଣେଶ ଚନ୍ଦ୍ର ପ୍ରଧାନ (୪୦ ବର୍ଷ)ଙ୍କର ଦୁଇଟି କିଡ଼ନୀ ନଷ୍ଟ ହୋଇଛି। ଓଳିଏ ଖାଇଲେ…

ନବଜାତ ଶିଶୁପୁତ୍ରଙ୍କୁ ବିଲରେ ଫିଙ୍ଗିଦେଲେ, କୁକୁର ଟାଣି ଟାଣି ନେବାବେଳେ…

ଜେନାପୁର,୧୪।୨(ଅଶୋକ ଦାସ): ଯାଜପୁର ଜିଲାରେ ଏକ ଅମାନୁଷିକ ଘଟଣା ଘଟିଛି। ଏଠାରେ ଏକ ବିଲରୁ ମୃତ ଶିଶୁ ପୁତ୍ର ଉଦ୍ଧାର କରାଯାଇଛି। ଯାଜପୁର ଜିଲା ଧର୍ମଶାଳା ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri