ବିଶୋଧନାଗାର ତିଆରି କଲା ଖପୁରିଆ ଆଇଟିଆଇ

କଟକ ଅଫିସ,୮।୫: ଜ୍ଞାନକୌଶଳର ସଦୁପଯୋଗ କରି ଆଉ ଏକ ଦୃଷ୍ଟାନ୍ତମୂଳକ ଉଦ୍ଭାବନ କରିଛି ଖପୁରିଆସ୍ଥିତ ସରକାରୀ ଆଇଟିଆଇ। ଲଗାତର ଭାବେ ଏଠାରୁ କରୋନା ମୁକାବିଲା ନିମନ୍ତେ ବିଭିନ୍ନ ଯାନ୍ତ୍ରିକ ଉପକରଣ ତିଆରି ହେଉଛି। ଏହି ଆଇଟିଆଇର ଅଧ୍ୟକ୍ଷ ହୃଷୀକେଶ ମହାନ୍ତିଙ୍କ ନେତୃତ୍ୱରେ ଏକ ବିଶୋଧନାଗାର ପ୍ରସ୍ତୁତ କରାଯାଇଥିବା ଗୁରୁବାର ସୂଚନା ଦିଆଯାଇଛି। ଏହି ବିଶୋଧନାଗାର ସେନ୍‌ସର ଦ୍ୱାରା କାର୍ଯ୍ୟ କରୁଛି। ସହରର ଜନଗହଳିପୂର୍ଣ୍ଣ ସ୍ଥାନ, ବିଭିନ୍ନ ସରକାରୀ, ବେସରକାରୀ କାର୍ଯ୍ୟାଳୟରେ ଏହି ବିଶୋଧନାଗାର ବ୍ୟବହାର କରାଯିବା ପାଇଁ ଉଦ୍ଦିଷ୍ଟ ରହିବ।
କିଛିଦିନ ତଳେ ରାଜ୍ୟର ଏହି ପ୍ରମୁଖ ଆଇଟିଆଇରେ ପ୍ରସ୍ତୁତ ହୋଇଥିଲା ଦୁଇଟି ରୋବୋଟ୍‌। ଦେଶୀୟ ଜ୍ଞାନକୌଶଳରେ ପ୍ରସ୍ତୁତ ଉକ୍ତ ଦୁଇ ରୋବୋଟର ନାମ ଥିଲା କୋ-ବଟ୍‌ ଓ ନିଗା-ବଟ୍‌। ଏହା ପୂର୍ବରୁ ଫୁଟ୍‌ ଅପରେଟେଡ ସାନିଟାଇଜର ଓ ସାମ୍ପଲ ସଂଗ୍ରହ କିଓସ୍କ ମଧ୍ୟ ପ୍ରସ୍ତୁତ କରାଯାଇଥିଲା। ନୂତନ ଭାବେ ନିର୍ମିତ ହୋଇଥିବା ବିଶୋଧନାଗାର ମଧ୍ୟକୁ ଯେ କେହି ପ୍ରବେଶ କରି ଜୀବାଣୁମୁକ୍ତ ହୋଇପାରିବେ। ଏହି କକ୍ଷର ଉପର ଭାଗରେ ନୋଜଲ ମାଧ୍ୟମରେ ବିଶୋଧନ ଦ୍ରବ୍ୟର ଏକ ମିଶ୍ରଣ ସ୍ପ୍ରେ କରାଯାଉଛି। ମିଶ୍ରଣଟି ଜଳ ଓ ସୋଡିୟମ ହାଇପୋକ୍ଲୋରାଇଡ୍‌ ଦ୍ୱାରା ପ୍ରସ୍ତୁତ ହୋଇଛି, ଯାହା ଭୂତାଣୁମୁକ୍ତ କରିବାରେ ସହାୟକ। ଅଧ୍ୟକ୍ଷ ମହାନ୍ତିଙ୍କ କହିବାନୁଯାୟୀ, ବିଶୋଧନାଗାରରେ ଏକ ମୋଟର ଓ ଟ୍ୟାଙ୍କର ଖଞ୍ଜାଯାଇଛି। ଥରେ ଟ୍ୟାଙ୍କର ଭର୍ତ୍ତି ହେଲେ ୧୫ରୁ ୧୬ ଘଣ୍ଟା ପର୍ଯ୍ୟନ୍ତ ଏହା କାର୍ଯ୍ୟକ୍ଷମ ହେବ। ଆଗାମୀ ଦିନରେ କରୋନା ମୁକାବିଲା ନେଇ ଅନ୍ୟ କିଛି ଯାନ୍ତ୍ରିକ ଉପକରଣ ପ୍ରସ୍ତୁତ କରାଯାଉଥିବା ମହାନ୍ତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri