ବିଶୋଧନ ହେବ ୧୫ ଗଁ।

ଓଡ଼ାପଡ଼ା, ୨୮।୪(ଡି.ଏନ.ଏ.)

ମହାମାରୀ କରୋନାର ମୁକାବିଲା ପାଇଁ ଟାଟାଷ୍ଟିଲ ବିଏସ୍‌ଏଲ୍‌ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି। କାରଖାନା ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ୧୫ ଗଁାକୁ ସମ୍ପୂର୍ଣ୍ଣ ବିଶୋଧନ କରିବାକୁ କମ୍ପାନୀ ପକ୍ଷରୁ ସ୍ଥିର କରାଯାଇଛି। ଇତିମଧ୍ୟରେ ନରେନ୍ଦ୍ରପୁର, ସରପା, ଗଣ୍ଠିଗାଡ଼ିଆ, ନୂଆଗଁା, କୁରୁଣ୍ଟି, କଣ୍ଟାବଣିଆ, କଣ୍ଟାବଣିଆ ବଜାରରେ ବିଶୋଧନ ପ୍ରକ୍ରିୟା ଶେଷ ହୋଇଛି। ଖୁବ୍‌ଶୀଘ୍ର ଶିବପୁର, କୁସୁପଙ୍ଗା, ମଙ୍ଗଳପୁର, ନୂଆହତା, ପାଇକ ପୁରୁଣାକୋଟ, ନୂଆଗଁା ପଞ୍ଚାୟତର ଅନ୍ୟ ଗ୍ରାମରେ ବିଶୋଧନ ପ୍ରକ୍ରିୟା ଆରମ୍ଭ ହେବ।
ଏକମାତ୍ର କରୋନା ଆକ୍ରାନ୍ତ ସୁସ୍ଥ ହେବାପରେ ଢେଙ୍କାନାଳ ଜିଲା କରୋନା ମୁକ୍ତ ହୋଇଛି। ତଥାପି ବିପଦ ସମ୍ପୂର୍ଣ୍ଣ ଟଳିନାହିଁ। ତେଣୁ ଭୂତାଣୁ ସଂକ୍ରମଣ ରୋକିବାକୁ ମିଷ୍ଟକ୍ୟାନନ ମେଶିନ ଦ୍ୱାରା ବିଶୋଧକ ସିଞ୍ଚନ କରାଯାଉଛି। ଏଥିସହ ସ୍ଥାନୀୟ ଲୋକଙ୍କୁ ସଚେତନ କରିବା ଲାଗି ଲିଫ୍‌ଲେଟ୍‌ ବ୍ୟାନର, ପୋଷ୍ଟର ଓ ଡାକବାଜି ଯନ୍ତ୍ର ମାଧ୍ୟମରେ ପ୍ରଚାର କରାଯାଉଛି। ଏପରି ବିପଦ ସମୟରେ କରୋନା ଲଢେଇରେ ସାମିଲ ହୋଇଛନ୍ତି କମ୍ପାନୀ କର୍ମଚାରୀ। କମ୍ପାନୀ ହାଉସିଂ କଲୋନୀ ମହିଳା କ୍ଲବର ସଦସ୍ୟା ଓ ଅଫିସର୍ସ କ୍ଲବ ସଦସ୍ୟମାନେ ପ୍ଲାଣ୍ଟ ପାର୍ଶ୍ୱ ବସ୍ତିରେ ରହୁଥିବା ୨୫୦ରୁ ଊର୍ଦ୍ଧ୍ୱ ଶ୍ରମିକଙ୍କ ପରିବାରକୁ ୭ଦିନର ଖାଦ୍ୟ ପ୍ରଦାନ କରିଛନ୍ତି। ଏଥିସହ ସେମାନେ ନିଜେ ପ୍ରସ୍ତୁତ କରିଥିବା ୪୦୦ ମାସ୍କ ବଣ୍ଟନ କରିଛନ୍ତି। ସେହିପରି କମ୍ପାନୀର ସୁରକ୍ଷାକର୍ମୀଙ୍କ ତରଫରୁ ନୂଆହତା ପଞ୍ଚାୟତର ବସ୍ତି ଅଞ୍ଚଳର ୧୧୪ ପରିବାରଙ୍କୁ ଖାଦ୍ୟ ସାମଗ୍ରୀ ଦିଆଯାଇଛି। କାରଖାନା ପରିସରରେ ଥିବା ଅସହାୟ ବ୍ୟକ୍ତିଙ୍କୁ ଖାଦ୍ୟ ପ୍ୟାକେଟ ବଣ୍ଟାଯାଇଛି। ଡାକ୍ତରଙ୍କ ପାଇଁ ୧୦ ସେଟ୍‌ ବ୍ୟକ୍ତିଗତ ସୁରକ୍ଷା ସରଞ୍ଜାମ (ପିପିଇ) ଏବଂ ୧୦୦୦ରୁ ଊର୍ଦ୍ଧ୍ୱ ସାନିଟାଇଜର ଜିଲା ମୁଖ୍ୟ ଚିକିତ୍ସାଳୟକୁ ପ୍ରଦାନ କରାଯାଇଛି। ଲକ୍‌ଡାଉନ୍‌ ଅବଧି ସରିବା ଯାଏ ଏପରି ସହଯୋଗ ଜାରି ରହିବ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୁଆପଥର ମାଡରେ ଭାଙ୍ଗିଲା ୫୦ରୁ ଅଧିକ ଘର: ଦେଖାଯାଉଛି ଆକାଶ ତାରା 

ଗୋପବନ୍ଧୁ ନଗର ୭।୪(ଶାନ୍ତନୁ କୁମାର ମଢୁଆଳ): କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସାଙ୍ଗକୁ କୁଆପଥର ମାଡ ହେବା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗୋପବନ୍ଧୁ ନଗର ବ୍ଲକ…

ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ, ବାହାରିଲା ଏତେ ପରିମାଣର ନଗଦ ଟଙ୍କା

ଭୁବନେଶ୍ୱର,୮।୪: ଭିଜିଲାନ୍ସ ଜାଲରେ କେନ୍ଦ୍ରୀୟ ଜଳସେଚନ ସର୍କଲର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ରାଜେଶ ଚନ୍ଦ୍ର ମହାନ୍ତି। ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଯନ୍ତ୍ରୀ ରାଜେଶ ଚନ୍ଦ୍ର…

Dharitri Business Eminence Award 2026: ଓଡ଼ିଶୀ ଅଳଙ୍କାରର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ବଜାୟ ରହୁ

ଝାରସୁଗୁଡ଼ାରେ ପ୍ରତିଷ୍ଠିତ ‘ଓଡ଼ିଶୀ ଜୁଏଲେରି’ ପଶ୍ଚିମ ଓଡ଼ିଶା ଗ୍ରାହକଙ୍କ ପାଇଁ ବେଶ୍‌ ଉପଯୋଗୀ ହୋଇପାରିଛି। ଏହାର ପ୍ରତିଷ୍ଠାତା ଶୈଳେଶ ସରାଓ୍ବଗୀଙ୍କ ନେତୃତ୍ୱରେ ଏହି ସଂସ୍ଥା ଗ୍ରାହକଙ୍କ ଚାହିଦା…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri