ବିଶ୍ବ ନାରିକେଳ ଦିବସ ପାଳିତ: ଫନୀ କ୍ଷତିଗ୍ରସ୍ତ ନଡ଼ିଆଚାଷୀଙ୍କୁ କେନ୍ଦ୍ର ଦେବ ସହାୟତା

ଭୁବନେଶ୍ୱର, ୩।୯(ବ୍ୟୁରୋ): ବାତ୍ୟା ଫନୀରେ କ୍ଷତିଗ୍ରସ୍ତ ନଡ଼ିଆ ଚାଷୀଙ୍କୁ କେନ୍ଦ୍ର ସରକାର ସହାୟତା ପ୍ରଦାନ କରିବେ। ଏଥିପାଇଁ ବିସ୍ତୃତ ରିପୋର୍ଟ ପ୍ରଦାନ ଲାଗି ରାଜ୍ୟ ସରକାରଙ୍କୁ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର କହିଛନ୍ତି। ସୋମବାର ବିଶ୍ବ ନାରିକେଳ ଦିବସ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେଇ ମନ୍ତ୍ରୀ ତୋମାର କହିଛନ୍ତି ଯେ, ନଡ଼ିଆ ଉତ୍ପାଦନରେ ଓଡ଼ିଶା ଦେଶରେ ଏକ ପ୍ରମୁଖ ସ୍ଥାନ ଅଧିକାର କରିଥିବାବେଳେ ଭାରତ ସରକାରଙ୍କ ପକ୍ଷରୁ ନଡ଼ିଆ ଚାଷ ଓ ଚାଷୀଙ୍କ ଉନ୍ନତି ପାଇଁ ସମସ୍ତ ପ୍ରକାର ସାହାଯ୍ୟ ଯୋଗାଇ ଦିଆଯିବ। ଆସନ୍ତା ୧୨ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଞ୍ଚତ୍ଠାରେ ପ୍ରଧାନମନ୍ତ୍ରୀ କିଷାନ ମାନ ଧନ ଯୋଜନାର ଆନୁଷ୍ଠାନିକ ଶୁଭାରମ୍ଭ କରିବେ। ଏହି ଅବସରରେ ପ୍ରାୟ ୧୦ ଲକ୍ଷ କୃଷକଙ୍କୁ ସହାୟତାରାଶି ପ୍ରଦାନ କରାଯିବ। ଏହି ଯୋଜନା ଅନ୍ତର୍ଗତ ଓଡ଼ିଶାରୁ ବର୍ତ୍ତମାନ ସୁଦ୍ଧା ୫୨ ହଜାର ଚାଷୀ ପଞ୍ଜିକରଣ କରିଥିବା କେନ୍ଦ୍ରମନ୍ତ୍ରୀ ସୂଚନା ଦେଇଛନ୍ତି। ବିଶ୍ୱ ବଜାରରେ ଭାରତର ନଡ଼ିଆ ଓ ଆନୁଷଙ୍ଗିକ ପଦାର୍ଥର ଚାହିଦା ବୃଦ୍ଧି ପାଉଛି। ତେଣୁ ଆଗାମୀ ଦିନରେ ଦେଶବ୍ୟାପୀ ୧୦ ହଜାର ଫାର୍ମସ୍‌ ପ୍ରଡ୍ୟୁସର ଅର୍ଗାନାଇଜେଶନ(ଏଫ୍‌ପିଓ) ସ୍ଥାପନ କରାଯିବ ବୋଲି ସେ ଘୋଷଣା କରିଛନ୍ତି। ଏହି ଏଫ୍‌ପିଓ କେନ୍ଦ୍ର ଦ୍ୱାରା ଚାଷୀଙ୍କୁ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସୂଚନା ଓ ସହାୟତା ପ୍ରଦାନ କରାଯିବ। ଏହି କେନ୍ଦ୍ରଗୁଡ଼ିକ ନଡ଼ିଆ ଚାଷୀଙ୍କ ଦକ୍ଷତା ବିକାଶରେ ମଧ୍ୟ ସହାୟକ ହେବ। ବର୍ତ୍ତମାନ ଦେଶରେ ସରକାରୀ ସହାୟତାରେ ୪୮୪ଟି ନଡ଼ିଆ ଉଦ୍ୟୋଗ ଚାଲୁଛି। ୨୦୨୨ ସୁଦ୍ଧା ଏହି ସଂଖ୍ୟାକୁ ଦ୍ୱିଗୁଣିତ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। ଏଥିପାଇଁ ନଡ଼ିଆ ଚାଷୀମାନଙ୍କୁ ଷ୍ଟାର୍ଟଅପ୍‌ ଆରମ୍ଭ କରିବା ପାଇଁ କେନ୍ଦ୍ର ସରକାର ପ୍ରୋତ୍ସାହିତ କରିବେ ବୋଲି ମନ୍ତ୍ରୀ କହିଛନ୍ତି।
ନାରିକେଳ ବିକାଶ ବୋର୍ଡ ପକ୍ଷରୁ କିଟ୍‌ ପରିସରରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ରାଜ୍ୟ କୃଷି ଓ କୃଷକ ସଶକ୍ତୀକରଣ ମନ୍ତ୍ରୀ ଅରୁଣ କୁମାର ସାହୁ ଅଧ୍ୟକ୍ଷତା କରି କହିଲେ, ଫନୀରେ ଉପକୂଳବର୍ତ୍ତୀ ପୁରୀ, ଖୋର୍ଦ୍ଧା, କଟକ, ଜଗତ୍‌ସିଂହପୁର, ଯାଜପୁର ଏବଂ କେନ୍ଦ୍ରାପଡ଼ା ଜିଲାର ୭୯୩୦ ହେକ୍ଟର ଜମିରେ ନଡ଼ିଆ ଗଛ କ୍ଷତିଗ୍ରସ୍ତ ହୋଇଛି। ନାରିକେଳ ବିକାଶ ବୋର୍ଡ ଦ୍ବାରା ଓଡ଼ିଶାରେ ନଡ଼ିଆ ଉତ୍ପାଦନ ବୃଦ୍ଧି ପାଇଁ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିବାକୁ ମନ୍ତ୍ରୀ ଅନୁରୋଧ କରିଛନ୍ତି। ନାରିକେଳ ଉନ୍ନୟନ ବୋର୍ଡ ଅଧ୍ୟକ୍ଷ ଉଷାରାଣୀ ନାରିକେଳ ଦିବସ ପାଳନ ସମ୍ପର୍କରେ କହିଥିଲେ। ଭୁବନେଶ୍ବର-ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ, ଭାରତ ସରକାରଙ୍କ କୃଷି ସଚିବ ସଞ୍ଜୟ ଅଗ୍ରଓ୍ବାଲ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ। ନାରିକେଳ ବିକାଶ ବୋର୍ଡ ଉପାଧ୍ୟକ୍ଷ ବିଶ୍ବନାଥ ରଥ ଧନ୍ୟବାଦ ଦେଇଥିଲେ। ଏଥିରେ ଓଡ଼ିଶା ସମେତ ଆନ୍ଧ୍ର ପ୍ରଦେଶ, କେରଳ, ତାମିଲନାଡ଼ୁ, ପଶ୍ଚିମବଙ୍ଗ, ଆସାମ ଭଳି ବିଭିନ୍ନ ରାଜ୍ୟର ୫୦୦ରୁ ଊର୍ଦ୍ଧ୍ୱ ନଡ଼ିଆ ଚାଷୀ ଯୋଗ ଦେଇଥିଲେ। ନଡ଼ିଆ ଉତ୍ପାଦକ ସମିତି, ନଡ଼ିଆ ଚାଷୀ ଏବଂ ନଡ଼ିଆ ଉତ୍ପାଦକ ଫେଡେରେଶନ ଓ କମ୍ପାନୀର ପ୍ରତିନିଧିମାନେ ନଡ଼ିଆ ଚାଷ ସମ୍ପର୍କିତ ଅଭିଜ୍ଞତା ଓ ଅନୁଭୂତି ବର୍ଣ୍ଣନା କରିଥିଲେ। ନଡ଼ିଆ ଚାଷ ସମ୍ବନ୍ଧୀୟ ଓଡ଼ିଆ, ଇଂଲିଶ ଓ ହିନ୍ଦୀରେ ଲିଖିତ ପୁସ୍ତକକୁ ଅତିଥିମାନେ ଉନ୍ମୋଚନ କରିଥିଲେ। ଏଥିସହ କିଟ୍‌ ବିଶ୍ବବିଦ୍ୟାଳୟ ପରିସରରେ ଏକ ପ୍ରଦର୍ଶନୀକୁ କେନ୍ଦ୍ର ମନ୍ତ୍ରୀ ତୋମାର ଉଦ୍‌ଘାଟନ କରିଥିଲେ। ଏଥିରେ ୧୫ ଉଦ୍ୟୋଗ ପକ୍ଷରୁ ନଡ଼ିଆ ଏବଂ ଏଥିରୁ ଉତ୍ପାଦିତ ବିଭିନ୍ନ ସାମଗ୍ରୀ ପ୍ରଦର୍ଶିତ ହୋଇଥିଲା। ଏହି ଅବସରରେ ଆୟୋଜିତ ବୈଷୟିକ କର୍ମଶାଳାରେ ଓୟୁଏଟି ପ୍ରଫେସର ଡ. ଏସ୍‌. ସି. ସାହୁ ଏବଂ ଏମ୍‌ସର ଆସୋସିଏଟ୍‌ ପ୍ରଫେସର ଡ. ଅମିତ ଘୋଷ ପ୍ରମୁଖ ଯୋଗଦେଇ ‘ନଡ଼ିଆ ଚାଷର ପଦ୍ଧତି ଏବଂ ସ୍ବାସ୍ଥ୍ୟ ପାଇଁ ଏହାର ଉପଯୋଗିତା’ ସମ୍ପର୍କରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri