ବିଶ୍ରାମାଗାରରୁ ନବଜାତ ଶିଶୁକନ୍ୟା ଉଦ୍ଧାର : ଜିଲା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଗଲା

ଢେଙ୍କାନାଳ ଅଫିସ,୨୦।୬ – ଢେଙ୍କାନାଳ ଜିଲା ଯୋରନ୍ଦା ନିକଟ ତେରମାଇଲ ଛକସ୍ଥିତ ଯାତ୍ରୀ ବିଶ୍ରାମାଗାରରୁ ବୁଧବାର ସକାଳ ୫ଟା ୨୦ରେ ଅସହାୟ ଅବସ୍ଥାରେ ପଡ଼ିଥିବା ଏକ ନବଜାତ ଶିଶୁକନ୍ୟାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଢେଙ୍କାନାଳ ଯିବା ପାଇଁ ବସ୍‌କୁ ଅପେକ୍ଷା କରିଥିବା କେତେଜଣ ଯାତ୍ରୀ ନବଜାତକର କାନ୍ଦିବା ଶବ୍ଦ ଶୁଣିଥିଲେ। ଖୋଜାଖୋଜି କରିବା ପରେ ଏକ ମାଟି ଖପରାରେ କନାରେ ଗୁଡ଼ାଯାଇଥିବା ଅବସ୍ଥାରେ ଶିଶୁକନ୍ୟାକୁ ସେମାନେ ଠାବ କରିଥିଲେ। ସ୍ଥାନୀୟ ଯୁବକ ସମର ମହାନ୍ତି ନବଜାତକକୁ ପ୍ରଥମେ ସ୍ଥାନୀୟ ଅଙ୍ଗନୱାଡି କର୍ମୀଙ୍କୁ ହସ୍ତାନ୍ତର କରିଥିଲେ। ପରେ ଶିଶୁକନ୍ୟାକୁ ଯୋରନ୍ଦା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସୂଚନାପାଇ ଜିଲା ଚାଇଲ୍ଡ ଲାଇନ ଏବଂ ଶିଶୁ ସୁରକ୍ଷା ବିଭାଗ ଅଧିକାରୀ ପହଞ୍ଚତ୍ ଶିଶୁକୁ ନିଜ ହେପାଜତ୍‌କୁ ନେଇଛନ୍ତି। ଅଧିକ ଚିକିତ୍ସା ପାଇଁ ଶିଶୁକୁ ଜିଲା ମୁଖ୍ୟ ଚିକିତ୍ସାଳୟର ଏସ୍‌ଏନ୍‌ସିଏଲ ବିଭାଗରେ ରଖାଯାଇଛି। ଏ ସମ୍ପର୍କରେ ଜିଲା ଶିଶୁ କଲ୍ୟାଣ ସମିତିକୁ ପତ୍ର ମାଧ୍ୟମରେ ଅବଗତ କରାଯାଇଥିବା ଚାଇଲ୍ଟ ଲାଇନ କେନ୍ଦ୍ର ସଂଯୋଜିକା ମନ୍ଦାକିନୀ ରାଉତ ସୂଚନା ଦେଇଛନ୍ତି। ତେବେ ଶିଶୁ କନ୍ୟା ବିଶ୍ରାମାଗାରକୁ କିପରି ଆସିଲା ସେ ନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅସହାୟଙ୍କୁ ସାହା ‘ୟୁସେ ସଂଗଠନ’: ବୁଦ୍ଧିଜୀବୀଙ୍କ ପ୍ରଶଂସା

ପରଜଙ୍ଗ,୨।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ବିଭିନ୍ନ ବସ୍ତି,ସାହି ମାନଙ୍କରେ ନୂତନ ବର୍ଷର ପ୍ରଥମ ଦିବସରେ ୟୁଥ ୟୁନାଇଟେଡ଼ ଫୋର୍‌ ସଷ୍ଟେନେବ୍ଲ୍ୟୁ ଏନଭର୍ଣ୍ଣମେଣ୍ଟ ଟ୍ରଷ୍ଟ...

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

ପାଉଁଶ ଗାଡ଼ିକୁ ଫେରାଇଲେ ପୂର୍ବତନ ସମିତି ସଭ୍ୟ

ବ୍ରଜରଜନଗର ୨୯ା୧୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲାରେ ଥିବା ବିଭିନ୍ନ କାରଖାନାରୁ ନିର୍ଗତ ପାଉଁଶକୁ ଗାଡ଼ିରେ ଲୋଡ଼ କରି ଠିକା କମ୍ପାନୀମାନେ ଚାରିଆଡେ ପକାଉଛନ୍ତି। ଏ ନେଇ...

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା, ସାହାଯ୍ୟ କଲେ କାମାକ୍ଷାନଗର ବିଧାୟକ

ଭୁବନ ୧୯/୧୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଭୁଷଳ ପଞ୍ଚାୟତ କିର୍ତ୍ତନ ପୁର ଗ୍ରାମର ଗଙ୍ଗା ମଳିକ ସାହିରେ ଅଗ୍ନିକାଣ୍ଡ ଘଟିଛି...

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...

ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା ଲୁହା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଚାଳକ…

ପରଜଙ୍ଗ୧୨।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନଂ ଜାତୀୟ ରାଜପଥର କୁଲେଇ ବଅଁରପାଳ ଛକ ନିକଟରେରେ ଭାରସାମ୍ୟ ହରାଇ...

ପେଟ୍ରୋଲ ପମ୍ପ ପାଇଁ ଶହଶହ  ଟ୍ରିପ୍‌ ବାଲି ଚେରି: ଉପ ଜିଲାପାଳ କହିଲେ…

ପରଜଙ୍ଗ,୧୧।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଦେଇ ଯାଇଥିବା ରେଙ୍ଗାଳି ବାମପାର୍ଶ୍ୱ କେନାଲର ବଡ଼ଝରା ଗାଁ ନିକଟରୁ ଶହଶହ ଟ୍ରିପ୍‌ ମାଟି ଚୋରି ହୋଇଛି। ୫୩...

ତହସିଲଦାରଙ୍କ ସରକାରୀ ଗାଡ଼ି ଜବତ: ସିଲ୍‌ କରିବାକୁ ଯିବାବେଳେ…

ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri