ବିଶ୍ୱକପ୍‌ରୁ ବିଦାୟ ନେଲା ଭାରତ

ମାଞ୍ଚେଷ୍ଟର, ୧୦।୭: ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କ ସାହସିକଭରା ଅର୍ଦ୍ଧଶତକୀୟ ଇନିଂସ ସତ୍ତ୍ୱେ ଏଠାରେ ଅନୁଷ୍ଠିତ ଆଇସିସି ବିଶ୍ୱକପ୍‌ର ପ୍ରଥମ ସେମିଫାଇନାଲରେ ଭାରତ ୧୮ ରନରେ ନ୍ୟୁଜିଲାଣ୍ଡ ନିକଟରୁ ପରାସ୍ତ ହୋଇଛି। ଏଥିସହ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳର ବିଶ୍ୱକପ୍‌ରୁ ଏହାର ଅଭିଯାନ ଶେଷ କରିଛି। ନ୍ୟୁଜିଲାଣ୍ଡ ପକ୍ଷରୁ ଧାର୍ଯ୍ୟ ୨୪୦ ରନର ଲକ୍ଷ୍ୟକୁ ପିଛା କରି ଭାରତ ୪୯.୩ ଓଭରରେ ୨୨୧ ରନ କରି ଅଲ୍‌ଆଉଟ୍‌ ହୋଇଯାଇଥିଲା। ଦଳ ପକ୍ଷରୁ ଜାଡେଜା ୭୭ (୫୯ ବଲ୍‌, ୪ ଚୌକା, ୪ ଛକା) ରନ କରିଥିବବେଳେ ଭେଟେରାନ ମହେନ୍ଦ୍ର ସିଂ ଧୋନୀ (୫୦ ରନ, ୭୨ ବଲ) ତାଙ୍କୁ ଉପଯୁକ୍ତ ସହାୟତା କରିଥିଲେ। ଏପରି କି, ୭ମ ଉଇକେଟ୍‌ ଯୋଡ଼ିରେ ଉଭୟ ୧୧୬ ରନର ଭଗୀଦାରି କରି ଭାରତ ପାଇଁ ଗୋଟିଏ ସମୟରେ ବିଜୟ ଆଶା ସଞ୍ଚାର କରିଥିଲେ ମଧ୍ୟ ଦଳ ଲକ୍ଷ୍ୟଠାରୁ ୧୮ ରନ ଦୂରରେ ରହିଯାଇଥିଲା। ପ୍ରାରମ୍ଭରୁ ଭାରତ ୫ ରନରେ ରୋହିତ୍‌ ଶର୍ମା (୧ ରନ), କୋହଲି (୧) ଓ ଲୋକେଶ ରାହୁଲ (୧)ଙ୍କ ଉଇକେଟ୍‌ ହରାଇ ଘୋର ସଙ୍କଟରେ ପଡ଼ିଥିଲା। ଫାଇନାଲରେ ପ୍ରବେଶ କରିଥିବା ନ୍ୟୁଜିଲାଣ୍ଡ ପକ୍ଷରୁ ମ୍ୟାନ ଅଫ୍‌ ଦି ମ୍ୟାଚ୍‌ ମ୍ୟାଟ୍ଟ ହେନରୀ ସର୍ବାଧିକ ୩ ଉଇକେଟ୍‌ ନେଇଥିଲେ। ଏହି ବର୍ଷା ବାଧାପ୍ରାପ୍ତ ସେମିଫାଇନାଲ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ମଙ୍ଗଳବାର ୪୬.୧ ଓଭରରେ ୨୧୧ ରନ କରିଥିଲା। ବୁଧବାର ରିଜର୍ଭ ଡେ’ରେ ଏହି ଅସମାପ୍ତ ଇନିଂସରୁ ଖେଳ ଆରମ୍ଭ କରି ୫୦ ଓଭରରେ ୮ ଉଇକେଟ୍‌ ହରାଇ ୨୩୯ ରନ କରିବାକୁ ସମର୍ଥ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri