Posted inଖେଳ

ବିଶ୍ୱକପ୍‌ରେ ଭାରତଠାରୁ ହାରିବା ନୂଆ ନୁହେଁ

ଲଣ୍ଡନ, ୨୩ା୬ (ପି.ଟି.)-ରବିବାର ଖେଳାଯିବାକୁଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚରେ ତାଙ୍କ ଦଳ ପ୍ରତ୍ୟାବର୍ତ୍ତନ କରିବ ବୋଲି ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସର୍ଫରାଜ ଅହମ୍ମଦ ଆଶା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଭାରତ ବିପକ୍ଷ ମ୍ୟାଚରେ ପରାଜୟ ତାଙ୍କ ଦଳ ଉପରେ କୌଣସି ପ୍ରଭାବ ପକାଇବ ନାହିଁ। କାରଣ ବିଶ୍ୱକପ୍‌ରେ ଭାରତ ନିକଟରୁ ପାକିସ୍ତାନ ହାରିବା ନୂଆ କଥା ନୁହେଁ। ତେଣୁ ଏହି ପରାଜୟକୁ ନେଇ ଆମେ ଚିନ୍ତା କରୁ ନାହୁଁ ଏଣିିକି ଟୁର୍ନାମେଣ୍ଟର ଅବଶିଷ୍ଟ ମ୍ୟାଚ ଉପରେ ଆମର ନଜର ରହିବ। ଚଳିତ ବିଶ୍ୱକପ୍‌ରେ ପାକିସ୍ତାନ ଏପର୍ଯ୍ୟନ୍ତ ୫ଟି ମ୍ୟାଚ ଖେଳି ସାରିଥିବା ବେଳେ କେବଳ ଗୋଟିଏ ମ୍ୟାଚରେ ବିଜୟ ହାସଲ କରିପାରିଛି। ଦଳ ମାଞ୍ଚେଷ୍ଟରଠାରେ ଏହାର ଗତ ମ୍ୟାଚରେ ଭାରତ ନିକଟରୁ ୮୯ରନରେ ପରାଜିତ ହୋଇଛି। ଭାରତ ବିପକ୍ଷ ଏକ ବିଶ୍ୱକପ୍‌ ମ୍ୟାଚରେ ପରାଜିତ ହେଲେ ପାକିସ୍ତାନ ଦଳର ଅଧିନାୟକ ମନସ୍ତାତ୍ତ୍ୱିକ ଦୃଷ୍ଟିକୋଣରୁ ଚାପରେ ରହିଥାନ୍ତି ବୋଲି ଲୋକମାନଙ୍କ ମନରେ ଧାରଣା ଥାଏ। କିନ୍ତୁ ପ୍ରକୃତରେ ତାହା ନୁହେଁ ବୋଲି ସର୍ଫରାଜ କହିଛନ୍ତି। ଆଇସିସି ଦିନିକିଆ ବିଶ୍ୱକପ୍‌ରେ ଭାରତ ଏଥରକୁ ମିଶାଇ ୭ଥର ପାକିସ୍ତାନକୁ ହରାଇ ସାରଛି। ଅନପକ୍ଷରେ ସର୍ଫରାଜ ସ୍ବୀକାର କରିଛନ୍ତି ଯେ, ଭାରତ ନିକଟରୁ ପରାଜୟ ପରେ ଖେଳାଳି ଏବଂ ସେମାନଙ୍କ ପରିବାରକୁ ଥଟ୍ଟା ପରିହାସ ଶୁଣିବାକୁ ମିଳିଥାଏ ଏବଂ ସୋସିଆଲ ମିଡିଆରେ ଏଣୁତେଣୁ କଥା ପ୍ରସାରିତ ହୋଇଥାଏ। ଲୋକମାନଙ୍କ ଭାବାବେଗକୁ ଆମେ ରୋକିପାରିବା ନାହିଁ। ଆମେ ଯେତେବେଳେ ମ୍ୟାଚ ଜିତୁ ସେତେବେଳେ ଏହି ଲୋକମାନେ ଆମକୁ ମୁଣ୍ଡରେ ବସାଇଥାନ୍ତି ବୋଲି ପାକିସ୍ତାନ ଅଧିନାୟକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ଜନଶୁଣାଣି ଶିବିରରେ ଅଭାବନୀୟ ଘଟଣା, ବାର୍ଦ୍ଧକ୍ୟ ଭତ୍ତା ନ ମିଳିବାରୁ ବରିଷ୍ଠ ନାଗରିକଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ ସଦର,୧୮ା୮(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ୪୨ ମୌଜା ଅନ୍ତର୍ଗତ କଳପଡାଠାରେ ସୋମବାର ଅନୁଷ୍ଠିତ କଟକ ସଦର ବିଧାୟକଙ୍କ ଜନଶୁଣାଣି ଶିବିରରେ ଏକ ଅଭାବନୀୟ…

ଆଖିବୁଜା ଗୁଳି ଚଳାଇଲେ ସପ୍ତମ ଶ୍ରେଣୀର ଛାତ୍ର, ୨ ମୃତ

ମାନିଲା,୧୮।୮: ଫିଲିପାଇନ୍ସର ଏକ ସ୍କୁଲରେ ଗୁଳିକାଣ୍ଡ ହୋଇଥିବା ରିପୋର୍ଟ ସାମ୍ନାକୁ ଆସିଛି। ଏହି ଘଟଣାରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଜଣେ ସ୍ଥାନୀୟ ଅଧିକାରୀଙ୍କ ଅନୁଯାୟୀ, ମଙ୍ଗଳବାର…

ଶେଷ ପର୍ଯ୍ୟାୟରେ ପ୍ରତିମୂର୍ତ୍ତି ଉନ୍ମୋଚନ ଉତ୍ସବ ବାତିଲ: ପଲିଥିନରେ ଘୋଡ଼ାହୋଇ ରହିଛି ଓଡ଼ିଶାର ପ୍ରଥମ ମୁଖ୍ୟମନ୍ତ୍ରୀଙ୍କ ପ୍ରତିମୂର୍ତ୍ତି

ଲୋଇସିଂହା,୧୮।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଏନଏସି ଅନ୍ତର୍ଗତ ଲୋଇସିଂହାସ୍ଥିତ ହରେକୃଷ୍ଣ ମହତାବ ହାଇସ୍କୁଲ ପରିସରରେ ଓଡିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। ୮୦…

ଦେବୋତ୍ତର ଜମି ଧାନବିକ୍ରି ପଞ୍ଜୀକରଣକୁ ନା: ଚିନ୍ତାରେ ଦେବଦେବୀଙ୍କ ସେବାୟତ

ବରଗଡ଼,୧୮।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପଞ୍ଜୀକରଣରେ ଏଥର ନୂଆଁ କଟକଣାଗୁଡ଼ିକ ଚାଷୀଙ୍କ ପାଇଁ ଅଡୁଆ ସାଜିଛି।…

୩୨୬ ଏମ୍‌ପି, ୧୪ ମୁଖ୍ୟମନ୍ତ୍ରୀଙ୍କ ନାମରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୧୮ା୮(ପି.ଟି.): ଲୋକ ସଭାର ୫୪୩ ସଦସ୍ୟଙ୍କ ମଧ୍ୟରୁ ୨୫୧ ଜଣ ଏବଂ ରାଜ୍ୟ ସଭାର ୨୩୩ ସଦସ୍ୟଙ୍କ ମଧ୍ୟରୁ ୭୫ ଜଣଙ୍କ ନାମରେ ଆପରାଧିକ ମାମଲା ରହିଥିବା…

ଯୋବ୍ରା ଆନିକଟ ବ୍ରିଜ୍‌ରେ ଭାସୁଛି ମହିଳାଙ୍କ ମୃତଦେହ, ପୋଲିସ…

କଟକ,୧୮।୮(ପ୍ରଭୁକଲ୍ୟାଣ ପାଲ): କଟକ ଯୋବ୍ରା ଆନିକଟ ବ୍ୟାରେଜରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ମଙ୍ଗଳବାର ସକାଳୁ ଗେଟ ନମ୍ବର ୪୧/୪୨ ରେ ଅଜଣା ମହିଳାଙ୍କ ମୃତଦେହ…

ଓଡ଼ିଶାର ନୂଆ DGP ଚୟନ ପ୍ରକ୍ରିୟା ମାମଲା, ଆଜି ସୁପ୍ରିମକୋର୍ଟରେ ଗୁରୁତ୍ୱପୂର୍ଣ୍ଣ ଶୁଣାଣି

ଭୁବନେଶ୍ୱର,୧୮।୮(ସୁନିତ୍‌ ମିଶ୍ର): ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହେବାକୁ ଅଛି। ଏନେଇ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଗତ ୧୪ ତାରିଖରେ ଶୁଣାଣି ହୋଇଥିଲା।…

ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ଆକ୍ରମଣ: ୨ ମୃତ

ଲଣ୍ଡନ, ୧୮।୮: ୟୁକ୍ରେନ୍‌ସ୍ଥିତ ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୩ଜଣ ଆହତ ହୋଇଛନ୍ତି। ଭାରତୀୟ ଶିଳ୍ପପତି ଲକ୍ଷ୍ମୀ ମିତ୍ତଲଙ୍କ ମାଲିକାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri