Posted inଖେଳ

ବିଶ୍ୱକପ୍‌ ଓପନିଂ ମ୍ୟାଚ୍‌ କେବେ ଜିତିଥିଲା ଭାରତ

ଆଇସିସି ବିଶ୍ୱକପ୍‌ରେ ଏଥର ଭାରତ ଏବଂ ଇଂଲଣ୍ଡ ଟାଇଟେଲର ପ୍ରବଳ ଦାବିଦାର ଦଳ କୁହାଯାଉଛି। ଜୁନ୍‌ ୫ ଅର୍ଥାତ୍‌ ବୁଧବାର ବିଶ୍ୱକପରେ ଭାରତ ଦକ୍ଷିଣ ଆଫ୍ରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ଖେଳିବ। ଭାରତ ଏପର୍ଯ୍ୟନ୍ତ ୧୧ଟି ବିଶ୍ୱକପ୍‌ ଖେଳିସାରିଛି। ସେଥିମଧ୍ୟରୁ ୫ଟି ଓପନିଂ ମ୍ୟାଚ୍‌ରେ ଭାରତ ବିଜୟ ହାସଲ କରିଛି। ୧୯୮୩ ଏବଂ ୨୦୧୧ରେ ଭାରତ ବିଶ୍ୱକପ୍‌ ବିଜେତା ହୋଇଥିଲା ସେହିବର୍ଷ ଓପନିଂ ମ୍ୟାଚ୍‌ ଭାରତ ଜିତିଥିଲା।

୧୯୭୫ରେ ଭାରତ ଖେଳିଥିବା ପ୍ରଥମ ବିଶ୍ୱକପ ଓପନିଂ ମ୍ୟାଚ୍‌ ଇଂଲଣ୍ଡ ସହ ଖେଳିଥିଲା। ଇଂଲଣ୍ଡ ପ୍ରଥମ ବ୍ୟାଟିଂ କରି ୩୩୪ ରନ୍‌ କରିଥିବାବେଳେ ଏହାର ଜବାବରେ ଭାରତ କେବଳ ୧୩୨ରନରେ ଅଲଆଉଟ ହୋଇଯାଇଥିଲା।

୧୯୭୯ରେ ଖେଳାଯାଇଥିବା ଦ୍ୱିତୀୟ ବିଶ୍ୱକପର ପ୍ରଥମ ମ୍ୟାଚ୍‌ ଓ୍ବେଷ୍ଟଇଣ୍ଡିଜ୍‌ ସହ ଖେଳିଥିଲା। ଏହି ମ୍ୟାଚ୍‌ରେ ଭାରତ ମାତ୍ର ୪ରନରେ ପରାସ୍ତ ହୋଇଥିଲା।

୧୯୮୩ରେ ଭାରତ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ପ୍ରଥମ ମ୍ୟାଚ୍‌ ଖେଳି ୩୪ରନ୍‌ରେ ବିଜୟ ହାସଲ କରିଥିଲା।

୧୯୮୭ରେ ଭାରତ ଓପନିଂ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ଭେଟିଥିଲା। ମାତ୍ର ୧ରନରେ ପରାସ୍ତ ହୋଇଥିଲା ଭାରତ।

୧୯୯୬ରେ ଭାରତ କେନିୟା ବିପକ୍ଷରେ ନିଜର ପ୍ରଥମ ମ୍ୟାଚ୍‌ ଖେଳିଥିଲା। ଏହି ମ୍ୟାଚ୍‌ରେ ୯ ଓ୍ବିକେଟରେ ଜିତିଥିଲା ଭାରତ।

୧୯୯୯ ବିଶ୍ୱକପରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଭାରତ ତା’ର ପ୍ରଥମ ମ୍ୟାଚ୍‌ ଖେଳିଥିଲା। ଆଫ୍ରିକା ଟିମ୍‌ ଭାରତକୁ ୬ଓ୍ବିକେଟରେ ପରାସ୍ତ କରିଥିଲା।

୨୦୦୩ ବିଶ୍ୱକପରେ ଭାରତ ପ୍ରଥମ ମ୍ୟାଚରେ ନେଦରଲାଣ୍ଡ ବିପକ୍ଷରେ ଖେଳି ୬୮ରନରେ ବିଜୟ ହାସଲ କରିଥିଲା।

୨୦୦୭ର ପ୍ରଥମ ମ୍ୟାଚରେ ଭାରତକୁ ବାଂଲାଦେଶଠାରୁ ପରାଜୟ ଚାଖିବାକୁ ପଡିଥିଲା।

୨୦୧୧ ବିଶ୍ୱକପର ପ୍ରଥମ ମ୍ୟାଚରେ ଭାରତ ବାଂଲାଦେଶକୁ ୮୭ରନରେ ପରାସ୍ତ କରିଥିଲା।

୨୦୧୫ ବିଶ୍ୱକପର ପ୍ରଥମ ମ୍ୟାଚରେ ଭାରତ ପାକିସ୍ତାନକୁ ପରାସ୍ତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଫସିରପ ଚାଲାଣର ପର୍ଦ୍ଦାଫାଶ କଲା ଦୁର୍ଘଟଣା, ତଳେ ପଡି ଗୋଟାଉଥିବା ବେଳେ ମାଡିବସିଲେ ଲୋକେ

ବଲାଙ୍ଗୀର,୧୩।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଦିନକୁ ଦିନ କଫସିରଫ ବେପାର ବଢିବାରେ ଲାଗିଛି l କଫସିରପ ମାଫିଆମାନେ ବିଭିନ୍ନ ସମୟରେ ବଡ଼ ବଡ଼ ଚାରିଚକିଆ…

ରାସ୍ତା କଡ଼ରୁ ମିଳିଲା ମଣିଷ କଙ୍କାଳ, ଧଳା ଅଖାରେ କିଏ ଫିଙ୍ଗିଲା?

ବାରଙ୍ଗ,୧୩।୪(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ଗ୍ରାମ ନିକଟରେ ଚାଞ୍ଚଲ୍ୟ । ସୋମବାର ଦିନ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା…

ଟି-୨୦ ବିଶ୍ୱକପ ପାଇଁ ବମ୍ଫର ପୁରସ୍କାର ରାଶି ଘୋଷଣା କଲା ICC, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୧୩।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ୨୦୨୬ ମହିଳା ଟି୨୦ ବିଶ୍ୱକପ ପାଇଁ ଏକ ରେକର୍ଡ ପୁରସ୍କାର ରାଶି ଘୋଷଣା କରିଛି। ICC ଘୋଷଣା କରିଛି ଯେ ବିଜେତା…

ପ୍ରଥମେ ୫୦% ଟାରିଫ୍‌ ଧମକ, ଆଉ ଏବେ… ଇରାନ ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ନୂଆ ରଣନୀତି

ଓ୍ବାଶିଂଟନ୍‌,୧୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବର୍ତ୍ତମାନ ବୃଦ୍ଧି ପାଉଥିବାବେଳେ, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନ୍ୟ ଏକ କ୍ଷେତ୍ରରେ ଚାଇନା ସହିତ ଏକ ନୂତନ…

ଡାବୁଗାଁ ବନ ବିଭାଗର ଚଢାଉ: କଲରାପତରିଆ ବାଘ ଛାଲ ଜବତ, ୫ ଗିରଫ

ନବରଙ୍ଗପୁର,୧୩।୪( ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଡାବୁଗାଁ ବନ ବିଭାଗକୁ ସୋମବାର ଏକ ବଡ଼ ସଫଳତା ମିଳିଛି । ନବରଙ୍ଗପୁର ବନଖଣ୍ଡ ଅଧିକାରୀ ଶୁଭେନ୍ଦୁ ପ୍ରାସାଦ ବେହେରାଙ୍କ…

ବେପରୁଆ ଗାଡ଼ି ଚାଳନା; ଭାରସାମ୍ୟ ହରାଇ ଲିମ୍ବ ଗଛରେ ପିଟିହେଲା ହାଇଓ୍ବା, ତାପରେ….

ବଲାଙ୍ଗୀର,୧୩ା୪( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଖୁଜେନ୍ ପାଲି ରାସ୍ତାରେ ହାଇଓ୍ବା ଦୁର୍ଘଟଣା । ରବିବାର ବିଳମ୍ବିତ ରାତିରେ ଦ୍ରୁତଗତିରେ ଆସି ଖୁଜେନ…

ସୋସିଆଲ ମିଡିଆରେ ବିବାଦୀୟ ଫଟୋ ପୋଷ୍ଟ କଲେ ଟ୍ରମ୍ପ, ଯୀଶୁ ଖ୍ରୀଷ୍ଟଙ୍କ ରୂପରେ ଆସିଲେ ନଜର

ଓ୍ବାଶିଂଟନ,୧୩ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ୟାଥୋଲିକ ଚର୍ଚ୍ଚ ପ୍ରତି ତାଙ୍କର ସମାଲୋଚନାକୁ ଏକ ନୂତନ ସ୍ତରକୁ ନେଇଯାଇଛନ୍ତି । ପୋପ୍ ଲିଓଙ୍କୁ ସମାଲୋଚନା କରିବାର କିଛି…

ଦଣ୍ଡନାଚରେ ଗୋଷ୍ଠୀ ସଂଘର୍ଷ: ଗୋଟିଏ ପରିବାରର ୩  ଜଣଙ୍କୁ

ଆସିକା,୧୩।୪(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ଖଣ୍ଡଦେଉଳି ଗ୍ରାମରେ ଶନିବାର ରାତିରେରେ ଦଣ୍ଡନାଚ ଚାଲିଥିଲା ବେଳେ ଗଣ୍ଡଗୋଳ ହୋଇଥିଲ। ଏହି ଗଣ୍ଡଗୋଳରେ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri