Posted inଖେଳ

ବିଶ୍ୱକପ୍‌: କରୁଣାରତ୍ନେ ଶ୍ରୀଲଙ୍କା ଅଧିନାୟକ

କଲମ୍ବୋ,୧୮।୪(ପି.ଟି.)- ଆଗାମୀ ବିଶ୍ୱକପ୍‌ ପାଇଁ ଗୁରୁବାର ଶ୍ରୀଲଙ୍କା ଦଳ ଘୋଷଣା କରାଯାଇଛି। ତେବେ ଦଳ ଘୋଷଣା ହେବା ପୂର୍ବରୁ ଅଭିଜ୍ଞ ଦ୍ରୁତ ବୋଲର ଲସିଥ ମାଲିଙ୍ଗାଙ୍କଠାରୁ ନେତୃତ୍ୱ କାଢିନିଆଯାଇଛି। ତାଙ୍କ ସ୍ଥାନରେ ଟେଷ୍ଟ ଅଧିନାୟକ ଦିମୁଥ କରୁଣାରତ୍ନେ ଦଳର ଅଧିନାୟକ ନିଯୁକ୍ତ ହୋଇଛନ୍ତି। ଗାଟିଏ ଦିନ ପରେ ବିଶ୍ୱକପ୍‌ ଦଳ ଘୋଷଣା କରାଯିବ ବୋଲି ଶ୍ରୀଲଙ୍କା କ୍ରିକେଟ ତରଫରୁ କୁହାଯାଇଛି। ୩୧ ବର୍ଷୀୟ କରୁଣାରତ୍ନେ ୨୦୧୫ଠାରୁ ଏପର୍ଯ୍ୟନ୍ତ ଗୋଟିଏ ହେଲେ ଦିନିକିଆ ମ୍ୟାଚ୍‌ ଖେଳିନାହାନ୍ତି। କ୍ୟାରିୟରରେ ସେ ଏପର୍ଯ୍ୟନ୍ତ ମୋଟ ୧୭ଟି ଦିନିକିଆ ଖେଳିଛନ୍‌ି ଓ ୧୫.୮୩ ହାରରେ ରନ ସଂଗ୍ରହ କରିଛନ୍ତି। ୬୦ ହେଉଛି ତାଙ୍କର ଉଚ୍ଚତମ ସ୍କୋର। ମାଲିଙ୍ଗାଙ୍କ ନେତୃତ୍ୱରେ ଶ୍ରୀଲଙ୍କା ଗତ ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜରେ ୦-୫ରେ ପରାସ୍ତ ହୋଇଥିଲା। ମାଲିଙ୍ଗାଙ୍କ ନେତୃତ୍ୱରେ ଶ୍ରୀଲଙ୍କା ୨୦୧୪ରେ ବିଶ୍ୱକପ୍‌ ଟି୨୦ ଚାମ୍ପିୟନ ହୋଇଥିଲା। ଟେଷ୍ଟ ଓପନର କରୁଣାରତ୍ନେଙ୍କ ନେତୃତ୍ୱରେ ଗତ ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍‌ରେ ଶ୍ରୀଲଙ୍କା ୨-୦ରେ ବିଜୟୀ ହୋଇ ଇତିହାସ ସୃଷ୍ଟି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମନ୍ଧାନାଙ୍କ ରେକର୍ଡ ଶତକ: ଭାରତର ଲଗାତର ଦ୍ୱିତୀୟ ବିଜୟ

ଦୁବାଇ,୩ା୯: ସ୍ମୃତି ମନ୍ଧାନାଙ୍କ ରେକର୍ଡ ଶତକ ବଳରେ ମହିଳା ଏସିଆ କପ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ ୧୩୭ ରନର ବଡ଼ ବ୍ୟବଧାନରେ ହଂକଂ, ଚାଇନାକୁ ପରାସ୍ତ…

ଖେଳାଳିଙ୍କୁ ମିଳୁନି ବିଶ୍ରାମ! ବାରମ୍ବାର ଆହତ ହେବା ନେଇ BCCIର ବଡ଼ ଖୁଲାସା, ବଦଳିବ ରଣନୀତି

ମୁମ୍ବାଇ,୩।୯: ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (BCCI)ର ମୁଖ୍ୟ କାର୍ଯ୍ୟାଳୟରେ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିସିସିଆଇ ସମ୍ପାଦକ ଦେବଜୀତ୍ ଶୈକିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ସ୍ମୃତି ମନ୍ଧାନାଙ୍କ ଡବଲ ଧମାକା: କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୩।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ଆନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଶତକ ଏବଂ ରନ ପାଇଁ ଏକ ବିଶ୍ୱ ରେକର୍ଡ ସ୍ଥାପନ…

୨୦୨୭ ବିଶ୍ୱକପ ଖେଳିବେ କି ହିଟମ୍ୟାନ? BCCI ସମୀକ୍ଷା ବୈଠକରେ ନିଆଯାଇଛି ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୩।୯: BCCIର ସମୀକ୍ଷା ବୈଠକରେ ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ଆଲୋଚନା ଉପରେ ସମସ୍ତଙ୍କ ନଜର ଥିଲା। ଗୁରୁବାର ମୁମ୍ବାଇର ବିସିସିଆଇ ମୁଖ୍ୟାଳୟରେ ଏହି ବୈଠକ ଅନୁଷ୍ଠିତ…

BCCI ବୈଠକ ଶେଷ; ଲକ୍ଷ୍ମଣ ହେବେ ନାହିଁ ନିର୍ଦ୍ଦେଶକ; ଆସିଲା ୫ ଅପଡେଟ

ନୂଆଦିଲ୍ଲୀ,୩।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଗୁରୁବାର (ସେପ୍ଟେମ୍ବର ୩) ଏକ ବୈଠକ କରିଥିଲା, ଯେଉଁଥିରେ ପୁରୁଷ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର, ପୁରୁଷ…

ମେସି ପରେ ଫୁଟବଲରୁ ଅବସର ନେବେ ଏହି କିମ୍ବଦନ୍ତୀ, ଜାଣନ୍ତୁ…

ସରାଜେଭୋ,୩ା୯: ମେସି ପରେ ବୋସନିଆ ଓ ହର୍ଜଗୋଭିନା ଫୁଟବଲ କିମ୍ବଦନ୍ତୀ ଏଡିନ ଜେକୋ ଆସନ୍ତା ମାସରେ ଅନ୍ତର୍ଜାତୀୟ ଫୁଟବଲରୁ ଅବସର ନେବାକୁ ଯାଉଛନ୍ତି। ଏ ନେଇ ଗୁରୁବାର…

ଧୋନିଙ୍କ IPL ଭବିଷ୍ୟତକୁ ନେଇ ଆସିଲା ନୂଆ ଖବର; ‘Impact Player’ ନିୟମକୁ ନେଇ ପୂର୍ବତନ ସାଥୀ ଖେଳାଳି ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୩।୯: ଏମଏସ ଧୋନି ଆଇପିଏଲ 2027 ରେ ଖେଳିବେ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଠୋସ ସୂଚନା ନାହିଁ। 45 ବର୍ଷୀୟ ପୂର୍ବତନ ଭାରତୀୟ…

ରୋହିତ ଶର୍ମାଙ୍କ ଉପରେ ଝୁଲୁଛି ଖଣ୍ଡା: ସବୁ ନିଷ୍ପତି ନେବ BCCI

ମୁମ୍ବାଇ,୩।୯: BCCI ବୈଠକ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହେବାକୁ ଯାଉଛି । ଏଠାରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହେବାର ସମ୍ଭାବନା ଅଛି। ଆୟରଲାଣ୍ଡ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri