Posted inଖେଳ

ବିଶ୍ୱକପ୍‌ ଖେଳି ନ ଥିବା ମହାନ ଟେଷ୍ଟ ବ୍ୟାଟ୍ସମ୍ୟାନ

କ୍ରିକେଟରଙ୍କ ପାଇଁ ବିଶ୍ୱକପ୍‌ ଖେଳିବା ଏକ ସମ୍ମାନର ବିଷୟ। କ୍ରିକେଟ ଇତିହାସରେ କିଛି ଏଭଳି ମହାନ ଖେଳାଳି ଅଛନ୍ତି, ଯେଉଁମାନେ ଲମ୍ବା ସମୟ ଧରି ଦଳରେ ଥିଲେ, ହେଲେ ବିଶ୍ୱକପ୍‌ ଖେଳିବାକୁ ସୁଯୋଗ ପାଇ ନଥିଲେ। ଏହି ଧାରାରେ ପ୍ରଥମେ ଅଛନ୍ତି ଇଂଲଣ୍ଡର ପୂର୍ବତନ ଅଧିନାୟକ ଆଲେଷ୍ଟର କୁକ୍‌। ସେ ଅନ୍ତର୍ଜାତୀୟ ଟେଷ୍ଟ କ୍ରିକେଟରେ ସର୍ବାଧିକ ରନ୍‌ କରିଥିବା ଇଂଲିଶ ବ୍ୟାଟ୍ସମ୍ୟାନ। କିନ୍ତୁ ଥରେ ହେଲେ ବି ବିଶ୍ୱକପ୍‌ ଖେଳି ପାରି ନ ଥିଲେ। ୨୦୧୫ ବିଶ୍ୱକପ୍‌ରେ କୁକ୍‌ ଇଂଲଣ୍ଡ ଦଳର ନେତୃତ୍ୱ ନେଇଥାନ୍ତେ। ଟୁର୍ନାମେଣ୍ଟର ମାସେ ପୂର୍ବରୁ ତାଙ୍କ ବଦଳରେ ଇଆନ ମୋର୍ଗାନଙ୍କୁ ଦଳର ଅଧିନାୟକ ଚୟନ କରାଯାଇଥିଲା। ଏହାପରେ ତାଙ୍କ ଦିନିକିଆ କ୍ୟାରିୟରର ପ୍ରାୟ ଶେଷ ହୋଇଯାଇଥିଲା। ତାଙ୍କ ଭଳି ପୂର୍ବତନ ଭାରତୀୟ ମିଡ୍‌ଲ ଅର୍ଡର ବ୍ୟାଟ୍ସମ୍ୟାନ ଭିଭିଏସ୍‌ ଲକ୍ଷ୍ମଣ। ୨୦୦୩ ବିଶ୍ୱକପ୍‌ ବେଳକୁ ସେ କ୍ୟାରିୟରର ଶୀର୍ଷରେ ଥିଲେ। ମାତ୍ର ଦଳରେ ବୋଲିଂ ବିକଳ୍ପର ଆବଶ୍ୟକତା ଥିବାରୁ ଚୟନକର୍ତ୍ତା ଦୀନେଶ ମୋଙ୍ଗିଆଙ୍କୁ ବାଛିଥିଲେ। ଲକ୍ଷ୍ମଣ ୧୩୪ ଟେଷ୍ଟରେ ୪୬ ହାରରେ ୮୭୮୧ ରନ୍‌ କରିଥିଲେ। ଏଥିରେ ୧୭ ଶତକ ଥିଲା। ସେହିଭଳି ଅଷ୍ଟ୍ରେଲିଆର ପୂର୍ବତନ ଓପନର ଜଷ୍ଟିନ ଲାଙ୍ଗର ୧୪ ବର୍ଷ ଧରି ଜାତୀୟ ଦଳ ପାଇଁ ଖେଳିଥିଲେ। ସେ ୧୦୫ ଟେଷ୍ଟ ଖେଳି ୭ ହଜାରୁ ଅଧିକ ରନ୍‌ କରିଥିଲେ। ହେଲେ ଦିନିକିଆ ଫର୍ମାଟରେ ସେ ଏତେଟା ସଫଳ ନ ଥିଲେ। ୮ ମ୍ୟାଚ୍‌ ଖଳି ଗୋଟିଏ ଅର୍ଦ୍ଧଶତକ ସହାୟତାରେ ୧୬୦ ରନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri