Posted inଖେଳ

ବିଶ୍ୱକପ୍‌ ପୂର୍ବରୁ ଇମାମ ଆହତ

ନଟିଂହାମ,୧୮।୫(ଏଏଫ୍‌ପି)- ବିଶ୍ୱକପ୍‌ ଆରମ୍ଭ ହେବାକୁ ଆଉ ମାତ୍ର କିଛି ସପ୍ତାହ ବାକି ଥିବା ବେଳେ ର୍ପୂବରୁ ପାକିସ୍ତାନ ଯୁବ ତାରକା ବ୍ୟାଟ୍ସମ୍ୟାନ ତଥା ଓପନର ଇମାମ- ଉଲ-ହକ ଆହତ ହୋଇଛନ୍ତି। ଶୁକ୍ରବାର ଅନୁଷ୍ଠିତ ଇଂଲଣ୍ଡ ବିପକ୍ଷ ଚତୁର୍ଥ ଦିନିକିଆ ମ୍ୟାଚ୍‌ରେ ଇମାମ ବ୍ୟାଟିଂ କରୁଥିବା ବେଳେ ଦ୍ରୁତ ବୋଲର ମାର୍କ ଉଡଙ୍କ ବଲ୍‌ ତାଙ୍କ କହୁଣିରେ ବାଜିଥିଲା। ଚତୁର୍ଥ ଓଭରରେ ବ୍ୟାଟିଂ କରୁଥିବା ବେଳେ ଘଣ୍ଟାପ୍ରତି ୮୯ ମାଇଲ ବେଗ୍‌ରେ ଆସୁଥିବା ଉଡ୍ସଙ୍କ ବଲ୍‌କୁ ସେ ପୁଲ୍‌ କରିବାକୁ ପ୍ରୟାସ କରିଥିଲେ। ତେବେ ବଲ୍‌ ତାଙ୍କ ବ୍ୟାଟ୍‌ ନ ବାଜି କହୁଣିରେ ବାଜିଥିଲା ଓ ସେ ଆହତ ହୋଇଥିଲେ। ବ୍ରିଷ୍ଟଲ ତୃତୀୟ ଦିନିକିଆରେ ୨୩ ବର୍ଷୀୟ ଇମାମ କ୍ୟାରିୟର ଶ୍ରେଷ୍ଠ ୧୫୧ ରନର ବୃହତ୍‌ ଶତକୀୟ ପାଳି ଖେଳିଥିଲେ। ପୂର୍ବତନ ଅଧିନାୟକ ଇଞ୍ଜାମାମ ଉଲ୍‌ ହକ୍‌ଙ୍କ ଭଣଜା ଇମାମ୍‌ ବିଶ୍ୱକପ୍‌ରେ ପାକିସ୍ତାନର ମୁଖ୍ୟ ଅସ୍ତ୍ର ହେବେ ବୋଲି ଆଶା କାରଯାଉଛି। ବିଶ୍ୱକପ୍‌ ଆୟୋଜକ ତଥା ହଟ୍‌ ଫେଭରାଇଟ୍‌ ବିବେଚିତ ହେଉଥିବା ଇଂଲଣ୍ଡ ଚଳିତ ପାକିସ୍ତାନ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ସିରିଜରେ ୨-୦ରେ ଅଗ୍ରଣୀ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

‘ବୈଭବ ସୂର୍ଯ୍ୟବଂଶୀଙ୍କଠାରୁ ମୋର କୌଣସି ଆଶା ନାହିଁ’: ଟିମ ଇଣ୍ଡିଆକୁ ନେଇ ଏମିତି କହିଲେ ସୁନୀଲ ଗାଭାସ୍କର, ଉଠିଲାଣି ପ୍ରଶ୍ନ

ନୂଆଦିଲ୍ଲୀ,୮।୯: ଆଫଗାନିସ୍ତାନ ବିପକ୍ଷରେ ଟି-୨୦ ସିରିଜ ପରେ, ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡାରେ ଅଂଶଗ୍ରହଣ କରିବ। ସେପ୍ଟେମ୍ବର ୧୯ରେ ଜାପାନର ଆଇଚି-ନାଗୋୟାରେ ଆରମ୍ଭ…

Watch: ଜନ୍ମଦିନର ପୂର୍ବ ରାତିରେ ସଭିଙ୍କୁ ଚକିତ କଲେ ଶୁବମନ ଗିଲ, ଜାଣନ୍ତୁ…

ନୂଆଦିଲ୍ଲୀ,୮।୯: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ମଙ୍ଗଳବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୨୭ ବର୍ଷ ପୂର୍ବେ ଆଜିର ଦିନରେ –…

‘ଇଶାନ କିଶନଙ୍କଠାରୁ କିଛି ଶିଖ…’ବୈଭବଙ୍କୁ ପୂର୍ବତନ କ୍ରିକେଟରଙ୍କ ବଡ଼ ଚେତାବନୀ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୮।୯: ଦୁଲୀପ ଟ୍ରଫି ଫାଇନାଲରେ ଇଶାନ କିଶନଙ୍କ ବ୍ୟାଟରୁ ଦେଖିବାକୁ ମିଳିଛି ଜବରଦସ୍ତ ଇନିଂସ। ଇଶାନ ୩୩୪ ବଲରୁ ୨୭୦ ରନ୍‌ର ମାରାଥନ ପାରି ଖେଳିଛନ୍ତି। ତାଙ୍କ…

ଭାରତ ବିପକ୍ଷ ଐତିହାସିକ ଟି-୨୦ ମ୍ୟାଚ ଖେଲିବାକୁ ଦଳ ଘୋଷଣା କଲା ଜାପାନ: ଜାଣନ୍ତୁ କିଏ ହେଲେ ଅଧିନାୟକ

ଟୋକିଓ,୮।୯: ଜାପାନ କ୍ରିକେଟ ଆସୋସିଏସନ ସୋମବାର ଭାରତ ବିପକ୍ଷରେ ଐତିହାସିକ ଏକମାତ୍ର ଟି-୨୦ ମ୍ୟାଚ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ଏହା ଭାରତ ଏବଂ…

ଟିମ ଇଣ୍ଡିଆରେ ବଡ଼ ଓଲଟପାଲଟ: ରୋହିତଙ୍କୁ ଦଳରୁ ବାହାର କଲା BCCI, କ୍ରିକେଟ ଜଗତରେ ହଇଚଇ

ମୁମ୍ବାଇ,୮।୯: ବୟସ ସମ୍ପର୍କିତ ଅନିୟମିତତା ଅଭିଯୋଗରେ ଭାରତୀୟ ଅଣ୍ଡର-୧୯ ଦଳରୁ ବାଦ୍‌ ପଡ଼ିଛନ୍ତି ରୋହିତ ଯାଦବ। ଅଷ୍ଟ୍ରେଲିଆ ଅଣ୍ଡର-୧୯ ଦଳ ବିପକ୍ଷରେ ହେବାକୁ ଥିବା ଦିନିକିଆ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri