Posted inଖେଳ

ବିଶ୍ୱକପ୍‌ ଫାଇନାଲ: ଟିକେଟ କ୍ରୟ ନେଇ ପ୍ରଶଂସକଙ୍କୁ ସତର୍କବାଣୀ

ଲଣ୍ଡନ,୧୩।୭(ପି.ଟି.)- ରବିବାର ଖେଳାଯିବାକୁ ଥିବା ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଦେଖିବାକୁ ପ୍ରଶଂସକଙ୍କ ମଧ୍ୟରେ ପ୍ରବଳ ଆଗ୍ରହ ଦେଖାଦେଇଛି। ଆୟୋଜକ ଇଂଲଣ୍ଡ ସେମିଫାଇନାଲରେ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଅଷ୍ଟ୍ରେଲିଆକୁ ହରାଇ ଫାଇନାଲରେ ପ୍ରବେଶ କରି ପ୍ରଥମଥର ପାଇଁ ବିଶ୍ୱକପ୍‌ ଜିତି ଇତିହାସ ସୃଷ୍ଟି କରିବାର ସମ୍ଭାବନା ସୃଷ୍ଟି କରିଛି। ଫଳରେ ଟିକେଟ କିଣିବା ପାଇଁ ପ୍ରଶଂସକଙ୍କ ମଧ୍ୟରେ କଡ଼ା ପ୍ରତିଦ୍ୱନ୍ଦ୍ୱୀତା ଦେଖିବାକୁ ମିଳିଛି। ତେବେ ଟିକେଟ କ୍ରୟ ନେଇ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ପ୍ରଶଂସକମାନେ ଯେପରି ଠକାମିର ଶିକାର ନ ହୁଅନ୍ତି ସେ ନେଇ ସତର୍କ କରାଇଦେଇଛି। ଅନଅଫିସିଆଲ ଓ୍ବେବ୍‌ସାଇଟ୍‌ ମାଧ୍ୟମରେ ଟିକେଟ୍‌ କ୍ରୟ ନ କରିବାକୁ କୁହାଯାଇଛି। ଟାଇଟଲ ଫାଇନାଲରେ ଇଂଲଣ୍ଡ ଓ ନ୍ୟୁଜିଲାଣ୍ଡ ମୁହଁାମୁହିଁ ହେବେ। ଅଧିକାଂଶ ଟିକେଟର ମୂଲ୍ୟ ୧୨୫୦ ଡଲାରରୁ ଊର୍ଦ୍ଧ୍ୱ ରହିଛି। ଆଉ କେତେକ ଟିକେଟ୍‌ର ମୂଲ୍ୟ ୫୦୦୦ ଡଲାରରୁ ମଧ୍ୟ ଅଧିକ ବୋଲି କୁହାଯାଇଛି। ଅନ୍ୟ କୌଣସି ସଂସ୍ଥା ଯେପରି ଟିକେଟ ବିକ୍ରି କରି ପ୍ରଶଂସକଙ୍କୁ ନ ଠକାଏ ସେ ନେଇ ଆଇସିସି କଡ଼ା ନଜର ରଖିଛି। କେବଳ ଅଫିସିଆଲ ସାଇଟ୍‌ ମାଧ୍ୟମରେ ଟିକେଟ କିଣିବାକୁ ପ୍ରଶଂସକଙ୍କୁ ଆଇସିସି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri