ବିଶ୍ୱକପ୍‌ ରେକର୍ଡ ଅଧିକାରୀ ଶାହିନ ଆଫ୍ରିଦୀ

ଲଣ୍ଡନ,୬।୭- ୧୯ ବର୍ଷୀୟ ପାକିସ୍ତାନ ବୋଲର ଶାହିନ ଶାହ ଆଫ୍ରିଦୀ ଶୁକ୍ରବାର ବାଂଲାଦେଶ ବିପକ୍ଷ ମ୍ୟାଚ୍‌ରେ ବିଶ୍ୱକପ୍‌ ରେକର୍ଡର ଅଧିକାରୀ ହୋଇଛନ୍ତି। ଏହି ମ୍ୟାଚ୍‌ରେ ସେ ୯.୧ ଓଭର ବୋଲିଂ କରି ୩୫ ରନ୍‌ ବ୍ୟୟରେ ୬ ଉଇକେଟ ଅକ୍ତିଆର କରିଥିଲେ। ଏହା ଚଳିତ ବିଶ୍ୱକପ୍‌ରେ ଯେକୌଣସି ବୋଲରଙ୍କ ଲାଗି ସର୍ବଶ୍ରେଷ୍ଠ ସ୍ପେଲ। ଏପର୍ଯ୍ୟନ୍ତ କୌଣସି ବୋଲର ଗୋଟିଏ ମ୍ୟାଚ୍‌ରେ ୬ ଉଇକେଟ ନେଇପାରିନାହାନ୍ତି। ସେ ବିଶ୍ୱକପ୍‌ ଇତିହାସରେ ସର୍ବକନିଷ୍ଠ ବୋଲର ଭାବେ ୬ ଉଇକେଟ ଅକ୍ତିଆର କରିବାର ରେକର୍ଡ ନିଜ ନାମରେ କରିଛନ୍ତି। ସେହିଭଳି କ୍ରିକେଟର ମକ୍କା କୁହାଯାଉଥିବା ଲଡର୍‌ସ ଗ୍ରାଉଣ୍ଡରେ ୫ ଉଇକେଟ ନେବାରେ ସେ ସର୍ବକନିଷ୍ଠ ବୋଲର। ଏ ନେଇ ଲଡର୍‌ସ କ୍ରିକେଟ ଗ୍ରାଉଣ୍ଡ ପକ୍ଷରୁ ଟୁଇଟର ଜରିଆରେ ଶାହିନଙ୍କୁ ଶୁଭେଚ୍ଛା ଦିଆଯାଇଛି। ଶାହିନ ବିଶ୍ୱର ସର୍ବକନିଷ୍ଠ ବୋଲର ଭାବେ ଲଡର୍‌ସଠାରେ ୫ ଉଇକେଟ ନେଇଛନ୍ତି। ମ୍ୟାଚ୍‌ରେ ଉନ୍ନତ ପ୍ରଦର୍ଶନ ଯୋଗୁ ଶାହିନଙ୍କୁ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ପୁରସ୍କାର ଦିଆଯାଇଥିଲା। ଚଳିତ ବିଶ୍ୱକପ୍‌ରେ ଦ୍ୱିତୀୟ ଥର ପାଇଁ ମ୍ୟାଚ୍‌ର ଶ୍ରେଷ୍ଠ ଖେଳାଳି ସାବ୍ୟସ୍ତ ହୋଇଛନ୍ତି। ଏହି ଧାରାରେ ସେ ଭାରତୀୟ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ସହ ସମକକ୍ଷ ହୋଇଛନ୍ତି। ସଚିନ ୧୯୯୨ ସଂସ୍କରଣରେ ଦୁଇଥର ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ପୁରସ୍କାର ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ୟୁଏଇକୁ ହରାଇ ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri