Posted inଖେଳ

ବିଶ୍ୱପକ୍‌ ପରେ ଅଷ୍ଟ୍ରେଲିଆକୁ ଟି-୨୦ରେ ହରାଇଲା ଭାରତ

ବିଶାଖାପଟ୍ଟନମ୍‌,୨୩।୧୧: ଅଷ୍ଟ୍ରେଲିଆ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜର ଗୁରୁବାର ଖେଳାଯାଇଥିବା ପ୍ରଥମ ମ୍ୟାଚ୍‌କୁ ଭାରତ ୨ ଉଇକେଟ୍‌ରେ ବିଜୟୀ ହୋଇ ହୋଇଛି। ଏଥିସହ ବିଶ୍ୱପକ୍‌ ପରାଜୟର ପ୍ରତିଶୋଧ ଟି୨୦ରେ ନେଇଛି। ଭାରତର ଅଧିନାୟକ ସୂର୍ଯ୍ୟ କୁମାର ଯାଦବ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲେ। ଫଳରେ ଆମନ୍ତ୍ରଣ ପାଇ ଅଷ୍ଟ୍ରେଲିଆ ବ୍ୟାଟିଂ ଆରମ୍ଭ କରିଥିଲା। ବ୍ୟାଟର୍‌ ଜୋଶ ଇଂଲିଶଙ୍କ ଧୂଆଁଧାର ଶତକ ବଳରେ ଅଷ୍ଟ୍ରେଲିଆ ନିର୍ଦ୍ଧାରିତ ୨୦ ଓଭରରେ ୩ ଉଇକେଟ୍‌ ହରାଇ ୨୦୮ ରନ୍‌ କରିଥିଲା। ଫଳରେ ଭାରତ ଆଗରେ ୨୦୯ ରନ୍‌ର ବିଶାଳ ଟାର୍ଗେଟ୍‌ ରଖିଥିଲା ଅଷ୍ଟ୍ରେଲିଆ।

୨୦୯ ରନ୍‌ର ଲକ୍ଷ୍ୟ ନେଇ ଇନିଂସ ଆରମ୍ଭ କରିଥିବା ଭାରତ ମାତ୍ର ୨୨ ରନ୍‌ ମଧ୍ୟରେ ଦୁଇ ଓପନରଙ୍କ ଉଇକେଟ ହରାଇଥିଲା। ଯଶସ୍ବୀ ଜୟସ୍ବାଲ ୮ ବଲ୍‌ ଖେଳି ସେ ୨ଟି ଲେଖାଏ ଛକା ଓ ଚୌକା ସହ ୨୧ ରନ୍‌ କରିଥିଲେ। ଅଧିନାୟକ ସୂର୍ଯ୍ୟକୁମାର ଯାଦବ(୮୦) ଓ ଇଶାନ କିଶନ(୫୮) ତୃତୀୟ ଉଇକେଟରେ ୧୧୨ ରନ୍‌ ଯୋଡିଥିଲେ। ଇଶାନ ୩୯ ବଲ୍‌ ଖେଳି ୨ ଚୌକା ଓ ୫ ଛକା ମାରିଥିଲେ। ସୂର୍ଯ୍ୟକୁମାର ୪୨ ବଲ୍‌ ଖେଳି ୯ ଚୌକା ଓ ୪ ଛକା ମାରିଥିଲେ। ଶେଷ ଆଡକୁ ରିଙ୍କୁ ସିଂ ୧୪ ବଲ୍‌ରୁ ଅପରାଜିତ ୨୨ ରନ୍‌ର ମହାତ୍ୱପୂର୍ଣ୍ଣ ଇନିଂସ ଖେଳି ଭାରତକୁ ବିଜୟୀ କରାଇଥିଲେ। ଶେଷ ଓଭରରେ ୩ ଖେଳାଳି ଆଉଟ ହୋଇଥିଲେ ହେଁ ରିଙ୍କୁ ଚମତ୍କାର ବ୍ୟାଟିଂ କରିଥିଲେ। ଅଷ୍ଟ୍ରେଲିଆ ପକ୍ଷରୁ ତନଭୀର ସାଂଘା ସର୍ବାଧିକ ୨ଟି ଉଇକେଟ୍‌ ନେବାରେ ସକ୍ଷମ ହୋଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ବୈଭବଙ୍କ ଅବସ୍ଥା ଏଭଳି ହେବ, କରାଇଲେ ସତର୍କ; ଦିଗ୍ଗଜଙ୍କ ବୟାନକୁ ନେଇ କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୬।୮: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ଅନ୍ତର୍ଜାତୀୟ କ୍ରିକେଟରେ ହଇଚଇ ସୃଷ୍ଟି କରିଛନ୍ତି। ଏହା ସହିତ ସେ ଭାରତୀୟ ପୁରୁଷ ଦଳର ସବୁଠାରୁ କମ…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

୧୨ରେ ରାଜ୍ୟ କ୍ୟାବିନେଟ: ଏହି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୬ା୮(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୨ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ…

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

‘ରାଜନୈତିକ ଭୂମିକା ନ ନେଇ ଚାପ ଗୋଷ୍ଠୀ ଭାବେ କାମ କରିବ ସିଜେପି’

ମୁମ୍ବାଇ,୫ା୮: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ବର୍ତ୍ତମାନ ପାଇଁ ଏକ ଚାପ ଗୋଷ୍ଠୀ ଭାବେ କାର୍ଯ୍ୟ କରିବ ବୋଲି ଏହାର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ବୁଧବାର କହିଛନ୍ତି।…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri