ବିଶ୍ୱଭୂଷଣଙ୍କ ରେକର୍ଡ ଭାଙ୍ଗିଲେ ରୀତା : ମୁଖ୍ୟମନ୍ତ୍ରୀଙ୍କ ଭୋଟ ବ୍ୟବଧାନକୁ ଟପିଲେ

ଭୁବନେଶ୍ୱର,୨୫ା୧୦(ବ୍ୟୁରୋ): ବରଗଡ ଜିଲା ବିଜେପୁର ଉପନିର୍ବାଚନରେ ବିଜେଡି ପ୍ରାର୍ଥିନୀ ରୀତା ସାହୁ ରେକର୍ଡ ୯୭,୯୯୦ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ଏହା ଓଡ଼ିଶା ରାଜନୀତିରେ କୌଣସି ବିଧାନସଭା ନିର୍ବାଚନରେ ସର୍ବକାଳୀନ ବୃହତ୍‌ ବ୍ୟବଧାନ। ପୂର୍ବରୁ ଏହି ରେକର୍ଡ ବର୍ତ୍ତମାନର ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ତଥା ପୂର୍ବତନ ଭାଜପା ନେତା ବିଶ୍ୱଭୂଷଣ ହରିଚନ୍ଦନଙ୍କ ନାମରେ ରହିଥିଲା। ୨୦୦୦ ମସିହାରେ ହରିଚନ୍ଦନ ଭୁବନେଶ୍ୱର ବିଧାନସଭା ଆସନରୁ ୯୪,୫୫୫ ଖଣ୍ଡ ଭୋଟ ବ୍ୟବଧାନରେ ବିଜୟୀ ହୋଇଥିଲେ। ବିଶ୍ୱଭୂଷଣଙ୍କ ଏହି ରେକର୍ଡ ପ୍ରାୟ ଦୁଇ ଦଶନ୍ଧି ଧରି ମାଇଲଖୁଣ୍ଟ ହୋଇ ରହିଥିଲା ଚଳିତ ବିଜେପୁର ଉପନିର୍ବାଚନରେ ରୀତା ପୋଲିଂ ହୋଇଥିବା ମୋଟ ଭୋଟର ୭୩.୮୭% ଅର୍ଥାତ୍‌ ୧,୩୫,୯୫୭ ଖଣ୍ଡ ଭୋଟ ପାଇଛନ୍ତି। ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ସନତ ଗଡତିଆ ମାତ୍ର ୩୭,୯୬୭ ଖଣ୍ଡ ଭୋଟ ପାଇଛନ୍ତି। ଏହାସହିତ ରୀତା ୨୦୧୮ ଉପନିର୍ବାଚନ ଏବଂ ଗତ ସାଧାରଣ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରେକର୍ଡ ବିଜୟ ବ୍ୟବଧାନକୁ ମଧ୍ୟ ପଛରେ ପକାଇ ଦେଇଛନ୍ତି। ଏହାର ବର୍ଷକ ପରେ ଅନୁଷ୍ଠିତ ହୋଇଥିଲା ସାଧାରଣ ନିର୍ବାଚନ। ଏଥିରେ ବିଜେଡି ପ୍ରାର୍ଥୀ ହୋଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ସନତ ଗଡତିଆଙ୍କୁ ୫୭,୧୨୨ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ। ଚଳିତ ବର୍ଷ ହୋଇଥିବା ବିଧାନସଭା ନିର୍ବାଚନରେ ସର୍ବାଧିକ ବ୍ୟବଧାନରେ ବିଜୟୀ ହେବାର ରେକର୍ଡ ଖଣ୍ଡପଡା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ନାମରେ ଥିଲା। ହେଲେ ଏହାର ୫ ମାସ ପରେ ବିଜେଡି ପ୍ରାର୍ଥିନୀ ରୀତା ସାହୁ ତାହାକୁ ଭାଙ୍ଗି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri