ବିଶ୍ୱରେ ମୋଦି ଭାରତର ସବୁଠାରୁ ପସନ୍ଦଯୋଗ୍ୟ ପୁରୁଷ

ଲଣ୍ଡନ,୧୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱରେ ଭାରତର ସବୁଠାରୁ ପସନ୍ଦଯୋଗ୍ୟ ପୁରୁଷ ଭାବେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ତାଙ୍କ ପଛକୁ ରହିଛନ୍ତି ବଲିଉଡ୍‌ ଅଭିନେତା ଅମିତାଭ ବଚ୍ଚନ। ସେହିପରି ଭାରତୀୟ ମହିଳାମାନଙ୍କ ଭିତରେ ସର୍ବୋଚ୍ଚ ସ୍ଥାନରେ ରହିଛନ୍ତି ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ। ବ୍ରିଟେନର ଇଣ୍ଟରନେଟ୍‌ ମାର୍କେଟ ରିସର୍ଚ୍ଚ ଆଣ୍ଡ ଡେଟା ଆନାଲିଟିକ୍ସ ଫର୍ମ YouGov ଦ୍ୱାରା ଜାରି କରାଯାଇଥିବା ଚଳିତ ବର୍ଷ ବିଶ୍ୱର ଶୀର୍ଷ ୨୦ ଜଣ ପ୍ରଶଂସିତ ମହିଳା ଓ ପୁରୁଷଙ୍କ ତାଲିକାରେ ଏମାନଙ୍କୁ ସ୍ଥାନ ଦିଆଯାଇଛି। ଏହା ଅନ୍‌ ଲାଇନ୍‌ ଭୋଟିଂ ଜରିଆରେ ନିର୍ଣ୍ଣୟ କରାଯାଇଛି। ଗତବର୍ଷ ପରି ବିଲ୍‌ ଗେଟସ୍‌ ଏଥର ମଧ୍ୟ ବିଶ୍ୱର ସବୁଠାରୁ ପସନ୍ଦଯୋଗ୍ୟ ପୁରୁଷର ମାନ୍ୟତା ପାଇଛନ୍ତି। ସେହିପରି ମହିଳାମାନଙ୍କ ମଧ୍ୟରେ ବରାକ ଓବାମାଙ୍କ ସ୍ତ୍ରୀ ମିଶେଲ ଓବାମା ପସନ୍ଦଯୋଗ୍ୟ ତାଲିକାର ସର୍ବୋଚ୍ଚ ସ୍ଥାନରେ ରହିଛନ୍ତି। ମିଶେଷ ହଲିଉଡ୍‌ ନାୟିକା ଆଞ୍ଜେଲିନା ଜଲିଙ୍କୁ ପଛରେ ପକାଇ ଏହି ସ୍ଥାନ ଅକ୍ତିୟାର କରିଛନ୍ତି। ସେହିପରି ବଲିଉଡ କଳାକାରଙ୍କ ମଧ୍ୟରେ ଅମିତାଭ ସର୍ବୋଚ୍ଚ ସ୍ଥାନରେ ଥିବା ବେଳେ ତାଲିକାରେ ଅମିତାଭଙ୍କ ସ୍ଥାନ ରହିଛି ୧୨ ନମ୍ବରରେ। ତାଙ୍କ ପଛକୁ ଶାହାରୁଖ ଖାଁ ୧୬ ଓ ସଲମାନ ୧୮ ନମ୍ବର ସ୍ଥାନରେ ରହିଛନ୍ତି। ସେମିତି କଲିଉଡ ଅଭିନେତ୍ରୀଙ୍କ ମଧ୍ୟରେ ଦୀପିକା ପାଦୁକୋନ, ଐଶ୍ୱର୍ଯ୍ୟା ରାୟ, ପ୍ରିୟଙ୍କା ଚୋପ୍ରା ଓ ସୁସ୍ମିତା ସେନଙ୍କୁ ସାମିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ଇରାନର ବଡ଼ ଘୋଷଣା: ହର୍ମୁଜକୁ ସମ୍ପୂର୍ଣ୍ଣ ଖୋଲିଦେଇ କହିଲା ଏଥର…

ତେହରାନ,୧୭ା୪: ଇସ୍ରାଏଲ-ଲେବାନନ ଅସ୍ତ୍ରବିରତି ପରେ ବଡ଼ ଘୋଷଣା କରିଛି ଇରାନ। ହର୍ମୁଜ ପ୍ରଣାଳୀକୁ ସମ୍ପୂର୍ଣ୍ଣ ଖୋଲି ଦେଇଥିବା କହିଛନ୍ତି ଇରାନର ବୈଦେଶିକ ମନ୍ତ୍ରୀ ସୟଦ ଆବାସ ଆରାଘଚି।…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri