ବିଶ୍ୱର ଆଦି ଭାଷା ସଂସ୍କୃତ: କେନ୍ଦ୍ରମନ୍ତ୍ରୀ ପ୍ରତାପଙ୍କ ସଂସ୍କୃତ ଭାଷଣରେ କମ୍ପିଲା ସଂସଦ

ବାଲେଶ୍ୱର ଅଫିସ, ୧୫।୧୨-ବାଲେଶ୍ୱର ଏମ୍‌ପି ତଥା କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଗତ ଗୁରୁବାର ଲୋକସଭାରେ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟ ବିଲ୍‌ ଉପରେ ଆଲୋଚନା ସମୟରେ ସଂସ୍କୃତ ଭାଷାରେ ନିଜ ବକ୍ତବ୍ୟ ରଖିଥିଲେ। ସଂସ୍କୃତ ଭାଷାକୁ ବିଶ୍ୱର ଆଦି ଭାଷା ଭାବେ ବର୍ଣ୍ଣନା କରି ସେ ସଂସ୍କୃତ ଶ୍ଳୋକ ଓ ଦୃଷ୍ଟାନ୍ତ ମାଧ୍ୟମରେ ମତ ଉପସ୍ଥାପନ କରିବାରୁ ସାରା ଗୃହ କମ୍ପି ଉଠିଥିଲା। ବହୁ ସଦସ୍ୟ ତାଙ୍କ ବକ୍ତବ୍ୟକୁ ସମର୍ଥନ ଜଣାଇ ତାଳି ମାଡ କରିଥିଲେ। କେନ୍ଦ୍ରରାଷ୍ଟ୍ର ମନ୍ତ୍ରୀ ଷଡଙ୍ଗୀ କହିଥିଲେ, ସଂସ୍କୃତ କେବଳ ଭାରତର ନୁହେଁ, ଏହା ସମଗ୍ର ବିଶ୍ୱରେ ପ୍ରଚଳିତ ସମସ୍ତ ଭାଷାର ଜନନୀ। ‘ପିତା’ ଶବ୍ଦକୁ ‘ଫାଦର’, ‘ମାତା’ ଶବ୍ଦକୁ ‘ମଦର’, ‘ଭ୍ରାତା’ ଶବ୍ଦକୁ ‘ବ୍ରଦର’, ‘ମାନବ’ ଶବ୍ଦକୁ ‘ମ୍ୟାନ’, ‘ନାମ’ ଶବ୍ଦକୁ ‘ନେମ’ ବିଦେଶରେ ବ୍ୟବହାର ହେଉଥିବା ଏମିତି ଅନେକ ଶବ୍ଦ ରହିଛି ଯାହା ସଂସ୍କୃତ ଶବ୍ଦରୁ ଜାତ ହୋଇଛି। ଗ୍ରୀକ୍‌, ଲାଟିନ୍‌ ଓ ଆଂଗ୍ଲୋ ଭଳି ପାଶ୍ଚାତ୍ୟ ଭାଷା ସହ ଭାରତର ମୂଳ ଭାଷା ସଂସ୍କୃତର ଅନେକ ସାମଞ୍ଜସ୍ୟ ଦେଖିବାକୁ ମିଳିଥାଏ। ସେ ତାଙ୍କ ବକ୍ତବ୍ୟରେ ବେଦରୁ ଉପନିଷଦ, କାଶ୍ମୀରରୁ କନ୍ୟାକୁମାରୀ ଯାଏ ବିଭିନ୍ନ ତଥ୍ୟର ଅବତାରଣା କରି ସଂସ୍କୃତ ଭାଷା ସପକ୍ଷରେ ବଳିଷ୍ଠ ଯୁକ୍ତି ଉପସ୍ଥାପନ କରିଥିଲେ। ସେ ଆହୁରି କହିଥିଲେ, ସଂସ୍କୃତ ହେଉଛି ଭାରତର ପ୍ରାଣ ବିନ୍ଦୁ। ସଂସ୍କୃତ ବିନା ଭାରତବର୍ଷର କଳ୍ପନା କରିବା ଅସମ୍ଭବ। ଏଥିଲାଗି ସମସ୍ତେ ସଂସ୍କୃତ ଓ ‘ପାଣିନି ବ୍ୟାକରଣ’ ପଢ଼ିବାର ଆବଶ୍ୟକତା ରହିଛି। ଏହି ଭାଷା ସାରା ବିଶ୍ୱରେ ଗ୍ରହଣୀୟ ବୋଲି ସେ କହିଥିଲେ। ପ୍ରତାପ ଅନର୍ଗଳ ଭାବେ ସଂସ୍କୃତ ଭାଷାରେ ବକ୍ତବ୍ୟ ରଖି ଶ୍ଳୋକ ଉଚ୍ଚାରଣ କରିବା ସମୟରେ ଗୃହର ସମସ୍ତ ସଦସ୍ୟ ଏକାଗ୍ରତାର ସହ ତାଙ୍କ ଭାଷଣ ଶୁଣୁଥିବା ଦେଖିବାକୁ ମିଳିଥିଲା। ଏହାପୂର୍ବରୁ ଷଡଙ୍ଗୀ ରାଷ୍ଟ୍ରପତିଙ୍କ ଅଭିଭାଷଣ ନେଇ ଗୃହରେ ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ବିତର୍କ ହେବା ବେଳେ ସେ ସଂସ୍କୃତ ଭାଷାରେ ଓଡ଼ିଶାର ବରପୁତ୍ର ଉତ୍କଳମଣି ଗୋପବନ୍ଧୁ, ବୀର ସୁରେନ୍ଦ୍ର ସାଏ ଓ ବକ୍ସି ଜଗବନ୍ଧୁଙ୍କ ବୀରତ୍ୱର ଗାଥା ଉପସ୍ଥାପନ କରି ସମସ୍ତଙ୍କୁ ସ୍ତବ୍ଧ କରି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ବ୍ୟାପିଲା ବାର୍ଡ ଫ୍ଲୁ ସଂକ୍ରମଣ; ଏହିସବୁ ରାଜ୍ୟରେ ଜାରି ହେଲା ସତର୍କତା

ନୂଆଦିଲ୍ଲୀ,୨।୧: କେରଳର ଆଲପୁଜା ଏବଂ କୋଟାୟମ ସମେତ କିଛି ଅଞ୍ଚଳରେ ବାର୍ଡ ଫ୍ଲୁ ବା ପକ୍ଷୀ ଜ୍ୱର ମାମଲା ଚିହ୍ନଟ ହୋଇଛି। ଏହାକୁ ଦୃଷ୍ଟିରେ ରଖି...

ବଡ଼ ଧରଣର ATM ଲୁଟ୍, ଟଙ୍କା ସହ ମେସିନ ତାଡ଼ି ନେଇଗଲେ ଦୁର୍ବୃତ୍ତ

ବିଞ୍ଝାରପୁର,୨।୧ (ରାମକୃଷ୍ଣ ଦାସ ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇଁନ୍ଦା ଛକରେ ଅଭାବନୀୟ ଘଟଣା । ଏଚଡିଏଫସି ବ୍ୟାଙ୍କର ଏଟିଏମ ମେସିନକୁ ଗୁରୁବାର ବିଳମ୍ବିତ ରାତିରେ...

ଉମର ଖଲିଦ୍‌ଙ୍କୁ ଚିଠି ଲେଖିଲେ NYC ମେୟରଙ୍କ ସମେତ ୮ ଆମେରିକୀୟ ସାଂସଦ, ଭାରତକୁ କଲେ ବଡ ଅପିଲ୍

ନୂଆଦିଲ୍ଲୀ,୨।୧: ୨୦୨୦ ଦିଲ୍ଲୀ ଦଙ୍ଗା ମାମଲାରେ ପାଞ୍ଚ ବର୍ଷରୁ ଅଧିକ ସମୟ ଧରି ଜେଲରେ ଥିବା ଉମର ଖାଲିଦ୍‌ଙ୍କୁ ଆମେରିକାରୁ ଆସିଛି ସମର୍ଥନର ଚିଠି। ୟୁଏପିଏ...

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

ଗରମ ଚା’ କଫି ପିଉଥିଲେ ସାବଧାନ! ଖାଦ୍ୟନଳୀରେ ହୋଇପାରେ…

ଶୀତଦିନ ଆସିବା ସହିତ, ଲୋକମାନେ ଗରମ ଜିନିଷ ଖାଇବା ଏବଂ ପିଇବାକୁ ପସନ୍ଦ କରନ୍ତି । ବିଶେଷ କରି ଗରମ ଚା ହେଉ କିମ୍ବା କଫି...

ନୂଆବର୍ଷରେ ପାକିସ୍ତାନରୁ ଆସିଲା ଖୋଲା ଚିଠି: ଲୋଡ଼ିଲା ଭାରତର ସହାୟତା

ଇସଲାମାବାଦ୍‌,୨।୨: ବାଲୁଚ ନେତା ମୀର ୟାର ବାଲୁଚ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ଭାରତ ସରକାର...

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri