ବିଶ୍ୱର ଶ୍ରେଷ୍ଠ ଏନ୍‌ଜିଓ ତାଲିକାରେ କିସ୍‌

ଭୁବନେଶ୍ୱର,୨୧।୫(ବ୍ୟୁରୋ): ବିଶ୍ୱର ସର୍ବବୃହତ ଆବାସିକ ଜନଜାତି ଅନୁଷ୍ଠାନ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ସୋସିଆଲ ସାଇନ୍ସେସ୍‌(କିସ୍‌) ଲଗାତାର ଚତୁର୍ଥ ଥର ପାଇଁ ନନ୍‌-ପ୍ରଫିଟ୍‌ ଆଇଭି ଲିଗ୍‌ରେ ସ୍ଥାନ ପାଇଛି। ବିଶ୍ୱର ଶ୍ରେଷ୍ଠ ୫ଶହ ଏନ୍‌ଜିଓ ମଧ୍ୟରେ କିସ୍‌ ୧୮୯ତମ ସ୍ଥାନରେ ରହିଛି। ନିକଟରେ ଏନ୍‌ଜିଓ ଆଡ୍‌ଭାଇଜର ନାମକ ଗଣମାଧ୍ୟମ ସଂସ୍ଥା ଦ୍ୱାରା କରାଯାଇଥିବା ୨୦୧୯ ସର୍ବେକ୍ଷଣରୁ ଏହା ସ୍ପଷ୍ଟ ହୋଇଛି। ଗତବର୍ଷ ମଧ୍ୟ କିସ୍‌ ଶ୍ରେଷ୍ଠ ୫ଶହ ଏନ୍‌ଜିଓ ମଧ୍ୟରେ ୨୨୩ତମ ସ୍ଥାନରେ ରହିଥିଲା। କିସ୍‌ ନିଜର ଆଉଟ୍‌ଷ୍ଟାଣ୍ଡିଂ ଇମ୍ପାକ୍ଟ ଇନୋଭେଶନ ଓ ଗଭର୍ନାନ୍ସ ପାଇଁ ପ୍ରଥମେ ବିଶ୍ୱର ହଜାରେ ଏନ୍‌ଜିଓ ମଧ୍ୟରେ ସ୍ଥାନ ପାଇଥିଲା। ଏନ୍‌ଜିଓ ଆଡ୍‌ଭାଇଜର ହେଉଛି ଜେନେଭାସ୍ଥିତ ଏକ ସ୍ବାଧୀନ ଗଣମାଧ୍ୟମ ସଂସ୍ଥା। ଏହା ବିଶ୍ୱର ବଛାବଛା ଏନ୍‌ଜିଓଗୁଡ଼ିକୁ ନେଇ ବିଭିନ୍ନ ପର୍ଯ୍ୟାୟରେ ପୁଙ୍ଖାନୁପୁଙ୍ଖ ସମୀକ୍ଷା କରିବା ପରେ ଶ୍ରେଷ୍ଠ ୫ଶହ ତାଲିକା ପ୍ରକାଶ କରିଥାଏ। ନିକଟରେ ପ୍ରକାଶ ପାଇଥିବା ସଂସ୍ଥାର ୬ଷ୍ଠ ସଂସ୍କରଣରେ ଅଣଲାଭଦାୟକ ଅନୁଷ୍ଠାନଗୁଡ଼ିକର ଅନୁସୃଜନ, ପ୍ରଭାବ ଓ ପରିଚାଳନାକୁ ଗୁରୁତ୍ୱ ଦେଇ ସେହି ଅନୁସାରେ ସେମାନଙ୍କର ର଼୍ୟାଙ୍କିଙ୍ଗ୍‌ କରାଯାଇଛି। ଖବରରେ ସନ୍ତୋଷ ପ୍ରକାଶ କରିବା ସହ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ କହିଛନ୍ତି, କିସ୍‌ର ସମସ୍ତ ଶିକ୍ଷୟିତ୍ରୀ, ଶିକ୍ଷକ, କର୍ମଚାରୀ, ଜନଜାତି ସମୁଦାୟ, ଛାତ୍ରୀଛାତ୍ରଙ୍କ ନିଷ୍ଠାପର ଉଦ୍ୟମ ଓ ଶୁଭେଚ୍ଛୁଙ୍କ ଶୁଭେଚ୍ଛା ଯୋଗୁ ଏହା ସମ୍ଭବ ହୋଇପାରିଛି। ଦିନକୁ ଦିନ କିସ୍‌ର ପରିଚିତି ବୃଦ୍ଧି ପାଉଥିବା ବେଳେ ଆନ୍ତର୍ଜାତିକ ସ୍ତରରେ ଓଡ଼ିଶାର ସୁନାମ ବଢ଼ିବାରେ ଲାଗିଛି ବୋଲି ସାମନ୍ତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri