Posted inଜାତୀୟ

ବିଶ୍ୱର ଶ୍ରେଷ୍ଠ ୨୦୦ ବିଶ୍ୱବିଦ୍ୟାଳୟ ମଧ୍ୟରେ ଭାରତର ୩

ନୂଆଦିଲ୍ଲୀ,୨୦ା୬ (ଆଇଏଏନ୍‌ଏସ୍‌) : ବିଶ୍ୱର ଶ୍ରେଷ୍ଠ ୨୦୦ ବିଶ୍ୱବିଦ୍ୟାଳୟ ମଧ୍ୟରେ ଭାରତର ମାତ୍ର ୩ଟି ବିଶ୍ୱବିଦ୍ୟାଳୟ ସ୍ଥାନ ପାଇଛି। ଆଇଆଇଟି ବମ୍ବେ, ଆଇଆଇଟି ଦିଲ୍ଲୀ ଓ ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସାଇନ୍ସ (ଆଇଆଇଏସ୍‌ସି) ବାଙ୍ଗାଲୋର ଏଥିରେ ସ୍ଥାନ ପାଇଛନ୍ତି। ଲଣ୍ଡନ୍‌ରେ ବୁଧବାର ୨୦୨୦ କ୍ୱାକ୍‌କ୍ୱାରେଲ୍ଲି ସାଇମଣ୍ଡ୍ସ୍‌ (କ୍ୟୁଏସ୍‌) ଓ୍ବାଲର୍‌ଡ ର଼୍ୟାଙ୍କିଙ୍ଗ୍‌ ନେଇ ଏ ସମ୍ପର୍କରେ ଘୋଷଣା କରାଯାଇଛି।
ବମ୍ବେ କ୍ରମାଗତ ଦ୍ୱିତୀୟ ଥର ଲାଗି ଭାରତର ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟଭାବେ ସ୍ଥାନ ପାଇଛି। ଗତ ଥର ବିଶ୍ୱ ର଼୍ୟାଙ୍କିଙ୍ଗରେ ଏହାକୁ ୧୬୨ତମ ସ୍ଥାନ ମିଳିଥିବାବେଳେ ଏଥର ୧୫୨ତମ ସ୍ଥାନ ମିଳିଛି। ଆଇଆଇଏସ୍‌ସି ଗତବର୍ଷ ଭାରତର ଦ୍ୱିତୀୟ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟଭାବେ ସ୍ଥାନ ପାଇଥିବାବେଳେ ଚଳିତବର୍ଷ ଏହାକୁ ତୃତୀୟ ସ୍ଥାନ ମିଳିଛି। ଆଇଆଇଟି ଦିଲ୍ଲୀକୁ ଏଥର ଦ୍ୱିତୀୟ ସ୍ଥାନ ମିଳିପାରିଛି।
ର଼୍ୟାଙ୍କିଙ୍ଗର ୧୦୦୦ ବିଶ୍ୱବିଦ୍ୟାଳୟ ମଧ୍ୟରେ ସ୍ଥାନ ପାଇଥିବା ଭାରତର ୨୩ଟି ବିଶ୍ୱବିଦ୍ୟାଳୟ ମଧ୍ୟରୁ ନୂଆଭାବେ ଓପି ଜିନ୍ଦଲ ଗ୍ଲୋବାଲ ୟୁନିଭର୍ସିଟି ସ୍ଥାନ ପାଇଛି। ଆଇଆଇଟି ବମ୍ବେ ଏହାର ଗବେଷଣା ଦକ୍ଷତା ବୃଦ୍ଧି କରିପାରି ଥିବାରୁ ଏହା ର଼୍ୟାଙ୍କିଙ୍ଗରେ ୧୦ଟି ସ୍ଥାନ ଉପରକୁ ଉଠିବାରେ ସଫଳ ହୋଇଛି। କିନ୍ତୁ ସାମୂହିକଭାବେ ଭାରତର ବିଶ୍ୱବିଦ୍ୟାଳୟଗୁଡ଼ିକ ଶିକ୍ଷାଦାନ/ ଛାତ୍ର ଅନୁପାତ ଓ ଅନ୍ତର୍ଜାତୀୟ ଛାତ୍ର ଅନୁପାତ ତୁଳନାରେ ହାରାହାରି ୧୨ ପ୍ରତିଶତ କମ ପ୍ରଦର୍ଶନ କରିଥିବା ଜଣାପଡ଼ିଛି। କେତେକ ପ୍ରମୁଖ କ୍ଷେତ୍ରରେ ଭାରତର ଉଚ୍ଚ ଶିକ୍ଷା ଅଗ୍ରଗତି କରୁଥିବା ଅନ୍ତର୍ଜାତୀୟ ବିଶ୍ୱବିଦ୍ୟାଳୟ ର଼୍ୟାଙ୍କିଙ୍ଗରୁ ଜଣାପଡ଼ିଛି। ଗବେଷଣା ଓ ଶିକ୍ଷା କ୍ଷେତ୍ରରେ ରଣନୀତିକ ପୁଞ୍ଜିନିବେଶର ଆବଶ୍ୟକତା ରହିଛି ବୋଲି ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନର ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ

ବଲାଙ୍ଗୀର,କଣ୍ଟାବାଞ୍ଜି,୧୩।୩ ( ସୁନିଲ କୁମାର ମହାନ୍ତି, ଗୁରୁ ଦୟାଲ ହଂସ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନର ଜଣେ ଛାତ୍ରଙ୍କ ଶୁକ୍ରବାର ବଲାଙ୍ଗୀର ଭୀମ…

ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ:  ସଭାପତି, ସମ୍ପାଦକ ପ୍ରାର୍ଥୀ କଲେ ନାମାଙ୍କନ ପ୍ରତ୍ୟାହାର 

ଦିଗପହଣ୍ଡି,୧୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ, ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ  ଅନୁଷ୍ଠିତ ହେବ।…

ରନ୍ଧନ ଗ୍ୟାସ୍‌ର ଅଚଳାବସ୍ଥା ନେଇ ଗର୍ଜିଲା କଂଗ୍ରେସ

ନୂଆପଡ଼ା,୧୩ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ରନ୍ଧନ ଗ୍ୟାସକୁ ନେଇ ସୃଷ୍ଟି ହୋଇଥିବା ଅଚଳାବସ୍ଥାକୁ ନେଇ ଶୁକ୍ରବାର ଜିଲା କଂଗ୍ରେସ ପକ୍ଷରୁ ପ୍ରତିବାଦ କରାଯାଇଛି। ଜିଲା କଂଗ୍ରେସ…

ଶ୍ରୀମନ୍ଦିରରେ ରକ୍ତଛିଟା: ଭିତର କାଠ ଦର୍ଶନ ବିଳମ୍ବ

ପୁରୀ,୧୩।୩: ଶ୍ରୀମନ୍ଦିରରେ ବଡ଼ ମହାସ୍ନାନ। ରକ୍ତଛିଟା ପଡ଼ିଥିବାରୁ ଶ୍ରୀମନ୍ଦିରରେ ହେଲା ବଡ଼ ମହାସ୍ନାନ। ଗର୍ଭଗୃହ ଭିତର ପାହାଚ ପାଖରେ ରକ୍ତଛିଟା ପଡ଼ିଥିବା ଦେଖିବାକୁ ମିଳିଥିଲା। ମହାପ୍ରସାଦ ଆଣିବା…

ଗର୍ଭବତୀ ଅଛନ୍ତି କି ନୀନା ଗୁପ୍ତା: ନିଜେ ମୁହଁ ଖୋଲିଲେ

ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତା ଆଜିକାଲି ଚର୍ଚ୍ଚାରେ ଅଛନ୍ତି। କିଏ କିଏ କହୁଛନ୍ତି ସେ କୁଆଡ଼େ ଗର୍ଭବତୀ ଅଛନ୍ତି। ଏସବୁ ଚର୍ଚ୍ଚା ମଧ୍ୟରେ ନୀନା ମୁହଁ ଖୋଲିଛନ୍ତି।…

କ୍ରିକେଟ ଟୁର୍ନାମେଣ୍ଟ: ଧରାକୋଟ ଟିମ୍‌ ଚାମ୍ପିୟନ

ଧରାକୋଟ,୧୩ା୩(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ସୋରଡା ଋଷିକୁଲ୍ୟା କ୍ରିକେଟ କ୍ଲବ ପକ୍ଷରୁ ଶଶିଭୂଷଣ ମିନି ଷ୍ଟାଡିୟମରେ ଚାଲିଥିବା ୧୬ତମ ଋଷିକୁଲ୍ୟା କ୍ରିକେଟ ଟର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ଫାଇନାଲ…

ରାଗ କେମିତି ନିୟନ୍ତ୍ରଣ କରିବି ଜାଣିପାରୁନାହିଁ…ସଂସଦରେ ଭାବପ୍ରବଣ ହୋଇପଡ଼ିଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୩।୩: ସଂସଦର ଉଭୟ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ ଜାରି ରହିଛି। ଆଜି ଲୋକ ସଭାର ଦୃଶ୍ୟ ଅତ୍ୟନ୍ତ ଉତ୍ତେଜନାପୂର୍ଣ୍ଣ ଥିଲା। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ Supplementary Demands…

କଂଗ୍ରେସ ବିଧାୟକ ବେଙ୍ଗାଲୁରୁରେ ଥିବା ସ୍ପଷ୍ଟ କଲେ ଶିବକୁମାର

ବେଙ୍ଗାଲୁରୁ,୧୩।୩: ଓଡ଼ିଶା କଂଗ୍ରେସର ୮ଜଣ ବିଧାୟକ ବେଙ୍ଗାଲୁରୁରେ ଥିବା ସ୍ପଷ୍ଟ କରିଛନ୍ତି କର୍ନାଟକ ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାର। ଏହି ଅବସରରେ ଶିବକୁମାର ପ୍ରତିକ୍ରିୟା ଦେଇ କହିଛନ୍ତି, ଘୋଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri