ବିଶ୍ୱାବସୁ ଶବର ରାଜା ବଂଶଧର ଜାତିଆଣ ବୈଠକ ଶବର ଜାତିର ସମସ୍ୟା ଉପରେ ଗୁରୁତ୍ୱ

ଖଣ୍ଡପଡ଼ା,୨୬ା୧(ସ୍ବ.ପ୍ର.): ଭାପୁର ବ୍ଲକ ଧାନଚେଙ୍ଗଡା ପଞ୍ଚାୟତ କାଳିଆପଲ୍ଲୀରେ ଶନିବାର ବିଶ୍ୱାବସୁ ଶବର ରାଜା ବଂଶଧର ଜାତିଆଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ମୁରଲୀ ନାୟକ ସଭାପତିତ୍ୱ କରିଥିବା ବେଳେ ବଲାଙ୍ଗୀର ଜିଲାର ଆଦିବାସୀ ନେତା ସତ୍ୟ ନାରାୟଣ ଭୋଇ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ। ଏଥିରେ ମୁଖ୍ୟତଃ ଆଦିବାସୀ ସମ୍ପ୍ରଦାୟ ଶବର ଜାତିର ବିଭିନ୍ନ ସମସ୍ୟା ଉପରେ ଗୁରୁତ୍ୱ ଦିଆଯାଇଥିଲା। କାଳିଆପଲ୍ଲୀରେ ଶବର ଜାତିର ଲୋକେ ଦୀର୍ଘବର୍ଷରୁ ବସବାସ କରୁଥିଲେ ମଧ୍ୟ ସରକାରଙ୍କ ବିଭିନ୍ନ ଯୋଜନାରୁ ବଞ୍ଚତ୍ତ। ଜଙ୍ଗଲ ଜମି ପଟ୍ଟା ମିଳୁ ନ ଥିବାବେଳେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କିମ୍ବା ବିଜୁ ପକ୍କାଘର ଯୋଜନାରେ ଅଣଦେଖା କରାଯାଉଛି। ସେହିପରି ଶ୍ରମ କାର୍ଡ, ବ୍ୟକ୍ତିଗତ ଋଣ ମଧ୍ୟ ମିଳୁନାହିଁ। ଆଦିବାସୀ ମହିଳାଙ୍କ ଦ୍ୱାରା ଗଠନ କରାଯାଇଥିବା ସ୍ବୟଂସହାୟକ ଗୋଷ୍ଠୀକୁ ସରକାରଙ୍କ ଯୋଜନା କ୍ରମେ ବ୍ୟାଙ୍କ ଋଣ ମିଳୁ ନ ଥିବାରୁ ବୈଠକରେ ଉଦ୍‌ବେଗ ପ୍ରକାଶ ପାଇଥିଲା। ଅପରପକ୍ଷେ ସେମାନଙ୍କ ଘରବାରି ଓ ଜମିପଟ୍ଟା ପାଉତିରେ ଶବର ଜାତି ଉଲ୍ଲେଖ ଥିବାବେଳେ ଭୁଲକ୍ରମେ ଅନେକ ବ୍ୟକ୍ତିଙ୍କ ଜାତି ଏସ୍‌ସି (ଅନୁସୂଚିତ ଜାତି) ତାଲିକା ଭୁକ୍ତ କରାଯାଇଥିବାରୁ ସେମାନଙ୍କୁ ଆବାସ ଯୋଜନାରେ ସାମିଲ କରିବା ପାଇଁ ସମସ୍ୟା ସୃଷ୍ଟି ହେଉଥିବା ଆଲୋଚନା ହୋଇଥିଲା। ଏହି ସମ୍ପ୍ରଦାୟର ଲୋକମାନଙ୍କ ଜାତି ତାଲିକାର କ୍ରମିକ ନମ୍ବର ୫୯ରେ ଶଅର ଲେଖା ଥିଲେ ମଧ୍ୟ ରାଜ୍ୟ ସରକାରଙ୍କ ଅବହେଳା ଯୋଗୁ ଏମାନେ ଆଦିବାସୀ ସମ୍ପ୍ରଦାୟର ସମସ୍ତ ସାମ୍ବିଧାନିକ ସୁବିଧାରୁ ବଞ୍ଚତ୍ତ ହୋଇଛନ୍ତି। ଏ ନେଇ ଜିଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରାଯିବାକୁ ପ୍ରସ୍ତାବ ଗ୍ରହଣ କରାଯାଇଥିଲା। ମୁଖ୍ୟଅତିଥି ଭୋଇ କହିଥିଲେ, ଏହି ସମ୍ପ୍ରଦାୟର ଲୋକଙ୍କୁ ବିନା ରେକର୍ଡପତ୍ରରେ ୫୦ ହଜାର ଟଙ୍କା ବ୍ୟକ୍ତିଗତ ଋଣ ଦେବାର ନିୟମ ରହିଥିଲେ ହେଁ ଏଥିପ୍ରତି ଅଣଦେଖା କରାଯାଉଛି। ଏହାଛଡା ସରକାରଙ୍କ ବିଭିନ୍ନ ଜନହିତକର ଯୋଜନାରୁ ଏମାନେ ବଞ୍ଚତ୍ତ ହେଉଛନ୍ତି। ଏ ଦିଗରେ ସେ ବ୍ୟକ୍ତିଗତ ଭାବରେ ଜିଲା ପ୍ରଶାସନ ସହିତ ଆଲୋଚନା କରି ବିହିତ ପଦକ୍ଷେପ ଗ୍ରହଣ କରିବେ ବୋଲି ପ୍ରକାଶ କରିଥିଲେ। ଅନ୍ୟତମ ଅତିଥି ଭାବେ ପରିବେଶବିତ୍‌ ଅନ୍ତର୍ଯ୍ୟାମୀ ସାହୁ ଯୋଗଦେଇ କାଳିଆପଲ୍ଲୀ ଗ୍ରାମବାସୀଙ୍କ ସହଯୋଗରେ ସୃଷ୍ଟି କରାଯାଇଥିବା ଲଳିତ ଉଦ୍ୟାନ ସହିତ ଗ୍ରାମର ବିଭିନ୍ନ ବିକାଶମୂଳକ କାର୍ଯ୍ୟ କରାଯାଇଥିବା ସୂଚନା ଦେଇଥିଲେ। ବୈଠକରେ କାଳିଆପଲ୍ଲୀ ଗ୍ରାମ ସମେତ ଆଖପାଖ ଅଞ୍ଚଳର ୩୦ ଆଦିବାସୀ ଗ୍ରାମରୁ ୫ଶହରୁ ଊର୍ଦ୍ଧ୍ୱ ବ୍ୟକ୍ତି ଯୋଗଦେଇଥିଲେ । ଗ୍ରାମର ବ୍ରଜବନ୍ଧୁ ବେହେରା, ବିଦ୍ୟାଧର ବେହେରା, ଦିଲୀପ କୁମାର ବେହେରା ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri