Posted inଖେଳ

ବିଶ୍ୱ ଆଥଲେଟିକ୍ସ ଚାମ୍ପିନଶିପ୍‌: ୩୦୦୦ମି. ଷ୍ଟିପଲଚେଜ୍‌ ଫାଇନାଲରେ ଅବିନାଶ

ଦୋହା,୨।୧୦(ପି.ଟି.)- ବିଶ୍ୱ ଚାମ୍ପିୟନଶିପ୍‌ରେ ଭାରତର ଅବିନାଶ ସାବଲ୍‌ ପୁରୁଷ ୩୦୦୦ ମି. ଷ୍ଟିପଲଚେଜ୍‌ ଫାଇନାଲ୍‌ରେ ପ୍ରବେଶ କରିଛନ୍ତି। ପ୍ରଥମେ ସେ ହାସଲ କରିଥିବା ଜାତୀୟ ରେକର୍ଡଠାରୁ ଉନ୍ନତ ପ୍ରଦର୍ଶନ କରିଥିଲେ ମଧ୍ୟ ଫାଇନାଲରେ ପ୍ରବେଶ କରିବାରେ ବିଫଳ ହୋଇଥିଲେ। ତାଙ୍କ ଜାତୀୟ ରେକର୍ଡ ୮: ୨୮. ୯୪ ଥିଲା। ତେବେ ସେ ପ୍ରଥମ ରାଉଣ୍ଡ ହିଟ୍‌ ନମ୍ବର ୩ରେ ଏହାଠାରୁ ଉନ୍ନତ ୮ ମି. ୨୫.୨୩ ସେକେଣ୍ଡ ସମୟ ନେଇ ସପ୍ତମ ସ୍ଥାନରେ ରହି ଅଭିଯାନ ଶେଷ କରିଥିଲେ। ମୋଟ ଉପରେ ୪୪ଜଣ ଆଥଲେଟଙ୍କ ମଧ୍ୟରୁ ସେ ୨୦ତମ ସ୍ଥାନରେ ରହିଥିଲେ। ତେବେ ଦୌଡ଼ ଅବସରରେ ୨ଟି ଘଟଣାର ସମ୍ମୁଖୀନ ହୋଇଥିଲେ ଓ ଏହା ଦ୍ୱାରା ତାଙ୍କ ଦୌଡ଼ରେ ବାଧା ସୃଷ୍ଟି ହୋଇଥିଲା। ଆଥଲେଟିକ ଫେଡେରେଶନ ଅଫ୍‌ ଇଣ୍ଡିଆ (ଏଏଫ୍‌ଆଇ) ଏ ନେଇ ଅପିଲ କରିଥିଲା। ଦୌଡ଼ ଅବସରରେ ତାଙ୍କ ଦୁଇଥର ବାଧାର ସମ୍ମୁଖୀନ ହେବାକୁ ପଡିଥିଲା ବୋଲି ଏଏଫ୍‌ଆଇ ଦର୍ଶାଇଥିଲା। ଶେଷରେ ଅବିନାଶଙ୍କ ସପକ୍ଷରେ ଆଇଏଏଏଫ୍‌ ନିଷ୍ପତ୍ତି ନେଇଥିଲା। ଏବେ ସେ ଅନ୍ୟମାନଙ୍କ ସହ ଫାଇନାଲରେ ଅଂଶଗ୍ରହଣ କରିବେ ବୋଲି ଏଏଫ୍‌ଆଇ ଯୋଜନା କମିଶନ ଚେୟାରମ୍ୟାନ ଲଳିତ୍‌ ଭାନୋଟ କହିଛନ୍ତି। ଅବିନାଶ ଫାଇନାଲରେ ୧୬ତମ ପ୍ରତିଯୋଗୀ ଭାବେ ଦୌଡ଼ିବା ସ୍ପଷ୍ଟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri