Posted inଖେଳ

ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ରେ ଦୂତୀ ଭାଗନେବେ

ଭୁବନେଶ୍ୱର, ୧୩।୯(କ୍ରୀଡ଼ା ପ୍ରତିନିଧି)-ଭାରତୀୟ ସ୍ପ୍ରିଣ୍ଟ କୁଇନ୍‌ ଓଡ଼ିଶାର ଦୂତୀ ଚାନ୍ଦଙ୍କ ପାଇଁ ଆସିଛି ଆଉ ଏକ ବଡ଼ ସୁଯୋଗ। ଦୋହାରେ ହେବାକୁ ଯାଉଥିବା ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ରେ ସେ ଅଂଶଗ୍ରହଣ କରିବେ। ମହିଳା ୧୦୦ ମିଟର ଇଭେଣ୍ଟ ପାଇଁ ଯୋଗ୍ୟତା ଟାଇମିଂ (୧୧.୨୪ ସେକେଣ୍ଡ) ସ୍ପର୍ଶ କରିପାରି ନ ଥିଲେ ହେଁ ବ୍ୟାକ୍ତିଗତ ଶ୍ରେଷ୍ଠ ଟାଇମିଂ ଏବଂ ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସର ୧୦୦ ମିଟରରେ ଚାମ୍ପିୟନ ହୋଇଥିବାରୁ ଦୂତୀଙ୍କୁ ବିଶ୍ୱ ଚାମ୍ପିୟନଶିପ୍‌ ଟିକେଟ ମିଳି ଯାଇଛି। ଦୋହା ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ର ମହିଳା ୧୦୦ ମିଟର ଇଭେଣ୍ଟରେ ୪୮ ପ୍ରତିଯୋଗୀ ଅଂଶଗ୍ରହଣ କରିବେ। ଏତେ ସଂଖ୍ୟାକ ପ୍ରତିଯୋଗୀ ଯୋଗ୍ୟତା ଟାଇମିଂ ଛୁଇଁପାରି ନ ଥିବାରୁ ପରବର୍ତ୍ତୀ ଶ୍ରେଷ୍ଠ ଟାଇମିଂ ଏବଂ ପ୍ରଦର୍ଶନ ଭିତ୍ତିରେ ଇଣ୍ଟରନ୍ୟାଶନାଲ ଆସୋସିଏଶନ ଅଫ୍‌ ଆଥଲେଟିକ୍‌ ଫେଡେରେଶନ୍ସ (ଆଇଏଏଏଫ) ପକ୍ଷରୁ ଦୂତୀଙ୍କୁ ଆମନ୍ତ୍ରଣ ପାଇଁ ଆଥଲେଟିକ୍‌ ଫେଡେରେଶନ ଅଫ୍‌ ଇଣ୍ଡିଆ (ଏଏଫଆଇ)କୁ ଜଣାଇ ଦିଆ ଯାଇଥିଲା। ଆଇଏଏଏଫ ନିମନ୍ତ୍ରଣକୁ ଏଏଫଆଇ ଗ୍ରହଣ କରିଥିବାରୁ ଦୂତୀ ଦୋହାରେ ନିଜ ଦକ୍ଷତା ପ୍ରତିପାଦନର ସୁଯୋଗ ପାଇଛନ୍ତି। ସେପ୍ଟେମ୍ବର ୯ ତାରିଖରେ ଏଏଫଆଇ ପକ୍ଷରୁ ପ୍ରକାଶିତ ୨୫ ଜଣିଆ ଆଥଲେଟ୍‌ ତାଲିକାରେ ଦୂତୀଙ୍କ ନାମ ନ ଥିଲା। ତେବେ ଯେ ଯାହା ହେଉ ନା କାହିଁକି ସେପ୍ଟେମ୍ବର ୨୭ରୁ ଅକ୍ଟୋବର ୬ ପର୍ଯ୍ୟନ୍ତ ହେବାକୁ ଯାଉଥିବା ଏହି ମେଗା ଇଭେଣ୍ଟରେ ଦୂତୀ ଭାଗନେବା ସ୍ପଷ୍ଟ ହୋଇଯାଇଛି। ଏଏଫଆଇ ପକ୍ଷରୁ ଏହା ସ୍ପଷ୍ଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri