Posted inଖେଳ

ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ମହିଳା ୧୫୦୦ ମିଟର: ଶ୍ରେଷ୍ଠ ପ୍ରଦର୍ଶନ ସତ୍ତ୍ୱେ ଚିତ୍ରା ବାଦ୍‌

ଦୋହା, ୩।୧୦(ପି.ଟି.)- ଏଠାରେ ଚାଲିଥିବା ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ର ମହିଳା ୧୫୦୦ ମିଟର ରେସ୍‌ର ହିଟ୍‌ରେ ଭାରତର ପି.ୟୁ. ଚିତ୍ରା ବ୍ୟକ୍ତିଗତ ଶ୍ରେଷ୍ଠ ପ୍ରଦର୍ଶନ କରିଥିଲେ ହେଁ ଆଗକୁ ବଢ଼ିବାରେ ବିଫଳ ହୋଇଛନ୍ତି। ଏସିଆନ ଚାମ୍ପିୟନ ଚିତ୍ରା ୪:୧୧.୧୦ ସେକେଣ୍ଡ ସମୟ ନେଇ ରେସ୍‌ ଶେଷ କରିଥିଲେ। ମାତ୍ର ୨ ନମ୍ବର ହିଟ୍‌ରେ ତାଙ୍କୁ ୮ମ ସ୍ଥାନରେ ସନ୍ତୁଷ୍ଟ ହେବାକୁ ପଡ଼ିଥିଲା। ୩୫ ରନର ବିଶିଷ୍ଟ ରେସ୍‌ରେ ସେ ୩୦ତମ ସ୍ଥାନରେ ରହିଥିଲେ। ୩ଟି ହିଟ୍‌ରୁ ଶୀର୍ଷ ୬ ଜଣ ଏବଂ ଅବଶିଷ୍ଟ ୬ ଶ୍ରେଷ୍ଠ ସମୟଧାରୀ ସେମିଫାଇନାଲକୁ ଉନ୍ନୀତ ହୋଇଥିଲେ। ୧୦,୦୦୦ ମିଟରରେ ସ୍ବର୍ଣ୍ଣ ପଦକ ଜିତି ସାରିଥିବା ନେଦରଲାଣ୍ଡ୍ସର ହାସନ ସିଫାନ ୪:୦୩.୮୮ ସେକେଣ୍ଡ ସମୟ ନେଇ ସେମିଫାଇନାଲରେ ପ୍ରବେଶ କରିଥିବା ପ୍ରତିଯୋଗୀଙ୍କ ମଧ୍ୟରେ ଶୀର୍ଷରେ ରହିଥିଲେ। ପୂର୍ବରୁ ଚିତ୍ରାଙ୍କର ଶ୍ରେଷ୍ଠ ପ୍ରଦର୍ଶନ ଥିଲା ୪:୧୧.୫୫ ସେକେଣ୍ଡ। ଏହାକୁ ସେ ଗତବର୍ଷ ଗୁଆହାଟୀରେ ଅନୁଷ୍ଠିତ ଆନ୍ତଃରାଜ୍ୟ ଚାମ୍ପିୟନଶିପ୍‌ରେ ହାସଲ କରିଥିଲେ। ୨୪ ବର୍ଷୀୟା ଚିତ୍ରା ଏହି ଦୋହା ଟ୍ରାକ୍‌ରେ ଅନୁଷ୍ଠିତ ଏସିଆନ ଚାମ୍ପିୟନଶିପ୍‌ରେ ୪:୧୪.୫୬ ସେକେଣ୍ଡ ସମୟ ନେଇ ସ୍ବର୍ଣ୍ଣ ପଦକ ଅର୍ଜନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଖେଇ ଆସିଲାଣି ଗଣେଶ ପୂଜା, ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ କାରିଗର

ରିଷିଡ଼ା,୯ା୯(ସୁଶାନ୍ତ ମଲ୍ଲିକ): ଗଣେଶ ପୂଜା ଉପଲକ୍ଷେ କଳାହାଣ୍ଡି ଜିଲା ଉତ୍ସବ ମୁଖର ହୋଇଉଠିଛି। ବିଶେଷକରି କର୍ଲାମୁଣ୍ତା ବ୍ଲକ ରିଷିଡ଼ା ଅଞ୍ଚଳର ମୂର୍ତ୍ତି କାରିଗରମାନେ ମାଟି ମୂର୍ତ୍ତି ନିର୍ମାଣରେ…

ଗଣେଶ ପୂଜାରେ ୫ ରାଶିଙ୍କ ଫିଟିବ ଭାଗ୍ୟ; ଅଚାନକ ମିଳିବ ଧନ, କଟିଯିବ ସବୁ ବିପଦ…

ଗଣେଶ ଚତୁର୍ଥୀ ଅବସରରେ ଶୁଭ ସଂଯୋଗ ସୃଷ୍ଟି ହେଉଛି। ଏହି ଦିନ ମାତା ପାର୍ୱତୀଙ୍କ ପୂଜା ପାଇଁ ହରତାଳିକା ତୀଜ ବ୍ରତ ରହିଛି। ଶିବଙ୍କ ପୂଜା ପାଇଁ…

ମଧ୍ୟବିତ୍ତଙ୍କ ପାଇଁ ଖୁସି ଖବର, ସରକାର ଦେବେ ସବସିଡିଯୁକ୍ତ ଶସ୍ତା ଭଡ଼ା ଘର; ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍‌ଲୀ,୯।୯: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସହରାଞ୍ଚଳ ୨.୦ (PMAY-U 2.0) ଅଧୀନରେ ମୋଦୀ ସରକାର ସହରରେ ରହୁଥିବା ଗରିବ ତଥା ସ୍ୱଳ୍ପ ଆୟକାରୀ ପରିବାରଗୁଡ଼ିକୁ ଦୃଷ୍ଟିରେ ରଖି…

ପେନଶନର୍‌ଙ୍କ ପାଇଁ ଖୁସି ଖବର, ୮ମ ବେତନ ଆୟୋଗରେ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୯।୯: ୮ମ କେନ୍ଦ୍ରୀୟ ବେତନ ଆୟୋଗ (8th Pay Commission) ସୁପାରିଶକୁ ଅପେକ୍ଷା କରିଥିବା ଲକ୍ଷ ଲକ୍ଷ କର୍ମଚାରୀ ଏବଂ ପେନସନଭୋଗୀଙ୍କ ମଧ୍ୟରେ ଏବେ ଏକ ନୂଆ…

ବଡ଼ ରାଜଯୋଗ: ୨୬ ସେପ୍ଟେମ୍ବର ଯାଏ ୩ ରାଶିଙ୍କର ବଲ୍ଲେ-ବଲ୍ଲେ, ଅଚାନକ ଚାକିରି-ବ୍ୟବସାୟରେ…

ବୁଧ ଗ୍ରହ କନ୍ୟା ରାଶିରେ ଗୋଚର କରିସାରିଛନ୍ତି। କନ୍ୟା ରାଶିର ସ୍ବାମୀ ହେଉଛନ୍ତି ସ୍ବୟଂ ବୁଧ ଦେବ। ଏଭଳି ସ୍ଥିତିରେ ବୁଧ ନିଜ ରାଶିରେ ପ୍ରବେଶ କରିବା…

ବିଭିନ୍ନ ଦାବିରେ ଉପଜିଲାପାଳ ଅଫିସ ଘେରାଉ କଲା ବିଜେଡି

ପାଟଣାଗଡ଼,୯ା୯(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ରେ ବିଭିନ୍ନ ଦାବି ନେଇ ବୁଧବାର ସ୍ଥାନୀୟ ବିଜେଡି ପକ୍ଷରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଘେରାଉ କରାଯାଇଛି। ଏହି ଅବସରରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ…

ପ୍ରଥମଥର ପାଇଁ ବୈଭବଙ୍କ ସହ ଘଟିଲା ଏମିତି…୨୫୧ ଦିନ ଧରି ଯାହା ହୋଇନଥିଲା, ଏବେ ହେଲା!

ଚେନ୍ନାଇ,୯।୯: ଦୁଲୀପ ଟ୍ରଫି ଫାଇନାଲରେ ସାଉଥ ଜୋନର ପ୍ରଥମ ଇନିଂସ୍‌କୁ ୩୩୬ ରନରେ ସୀମିତ କରିବା ପରେ ଇଷ୍ଟ ଜୋନ ଦ୍ୱିତୀୟ ଇନିଂସ ଖେଳିବାକୁ ମଇଦାନକୁ ଓହ୍ଲାଇଛି।…

‘ଦୃଶ୍ୟମ ୩’ର ଧମାକାଦାର ଟ୍ରେଲର ରିଲିଜ୍‌: ସାଉଁଟୁଛି ପ୍ରଶଂସା

ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ବହୁ ପ୍ରତୀକ୍ଷିତ କ୍ରାଇମ ଥ୍ରିଲର୍‌ ‘ଦୃଶ୍ୟମ ଦ କନକ୍ଲୁଜନ’ ଅର୍ଥାତ୍‌ ‘ଦୃଶ୍ୟମ ୩’ର ଟ୍ରେଲର୍‌ ରିଲିଜ ହୋଇଛି। ୨୦୧୫ରେ ଆରମ୍ଭ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri