ବିଶ୍ୱ ଆଦିବାସୀ ଦିବସ ସମାରୋହ

କର୍ଲାମୁଣ୍ଡା,୧୦।୮(ଡି.ଏନ.ଏ.)
କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବ୍ରା ରାଜୀବଗାନ୍ଧୀ ସେବାକେନ୍ଦ୍ରଠାରେ ବ୍ଲକସ୍ତରୀୟ ବିଶ୍ୱ ଆଦିବାସୀ ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମ ଆରମ୍ଭରେ ମୁଗଲାଲ ମାଝିଙ୍କ ଦ୍ୱାରା ଦେବାଦେବୀଙ୍କୁ ପୂଜାର୍ଚ୍ଚନା ପରେ ଯୋରାଡବ୍ରା ଗ୍ରାମ୍ୟ ପରିକ୍ରମା ହୋଇଥିଲା। ଏହା ପରେ ଯୋରାଡବ୍ରା ପଞ୍ଚାୟତ ଆଦିସ୍କନ୍ଦ ସମାଜ ସଭାପତି ଭୀମ ଭୋଇଙ୍କ ସଭାପତିତ୍ୱରେ ମୁଖ୍ୟଅତିଥି ଭାବେ ବାଲାଙ୍ଗୀର ଜିଲାର ଶିକ୍ଷାବିତ୍‌ ଗୌତ୍ତମ ଖେତି, ମୁଖ୍ୟବକ୍ତା ଭାବେ ଓଡିଆ ଅଧ୍ୟାପକ କୈତୁକ ପନ୍ଦର, ସମ୍ମାନିତ ଅତିଥି ଭାବେ ମେଦିନୀଧର ଜାନୀ, ସଇଁତଲା ବ୍ଲକ ଆଦିବାସୀ ନେତା ଗୁଣସାଗର ମାଝି, ବୀରକମଳ ମଇଦାନ ଅସୁରଗଡର ଉପସଭାପତି ରାଜକିଶୋର ମାଝି, ସମ୍ପାଦକ ଲୋକନାଥ ଭୋଇ, ଜିଲା ଆଦିସ୍କନ୍ଦ ସମାଜର ଉପସଭାପତି କଂସ ପ୍ରସାଦ ଯାନୀ, ବ୍ଲକ ଆଦିସ୍କନ୍ଦ ସମାଜର ଉପସଭାପତି ନୈରୁତ ଯାନୀ, ଯୋରାଡବ୍ରା ପଞ୍ଚାୟତ ଆଦିସ୍କନ୍ଦ ସମାଜ ସମ୍ପାଦକ ନନ୍ଦି କିଶୋର ଭୋଇ, ନର୍ଲା ୧ ନଂ ଜୋନ ଜିଲା ପରିଷଦ ସଭ୍ୟ ସରୋଜ କୁମାର ମାଝି, ସମାଜ ସଂସ୍କାରକ ମାଧବ ଭୋଇ ପ୍ରମୁଖ ଯୋଗଦେଇ ଭାରତୀୟ ସମ୍ବିଧାନ ଓ ଆଦିବାସୀମାନଙ୍କ ନ୍ୟାର୍ଯ୍ୟ ଦାବି, ବିଭିନ୍ନ ଧାରା ତଥା ଜମି, ଜଳ, ଜଙ୍ଗଲ ଉପରେ ଆଲୋଚନା କରିବା ସହ ଯୁବ ଗୋଷ୍ଠୀ ଓ ମହିଳାଙ୍କୁ ଆଗେଇ ଆସିବାକୁ ଆହ୍ବାନ ଦେଇଥିଲେ। ଆଗାମୀ ଦିନରେ ପଞ୍ଚାୟତସ୍ତରରେ ଆଦିବାସୀ ଦିବସକୁ ପାଳନ କରିବା ସହ ଭୀମା ବାର୍ଷିକ ପୁସ୍ତକ ବିଶେଷାଙ୍କ ୨୦୨୦ ପ୍ରକାଶନ ପାଇଁ ପଦକ୍ଷେପ ଗ୍ରହଣ କରିବାକୁ ସ୍ଥିର କରାଯାଇଥିଲା। ସଭା କାର୍ଯ୍ୟରେ ଯୁବସଙ୍ଗଠକ ତରୁଣ ଯାନୀ ମଞ୍ଚ ପରିଚାଳନା କରିଥିବା ବେଳେ ଯୁବ ସଙ୍ଗଠକ ଡମ୍ବରୁଧର ମାଝି ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

UPI Payment: ଭୁଲ ନମ୍ୱରକୁ କରିଦେଇଛନ୍ତି କି ପେମେଣ୍ଟ? ଜାଣନ୍ତୁ କେମିତି ଫେରି ପାଇବେ ଆପଣଙ୍କ ଟଙ୍କା, ତୁରନ୍ତ କରନ୍ତୁ ଏହି କାମ

ନୂଆଦିଲ୍ଲୀ,୬।୯: UPI ପେମେଣ୍ଟ ଟଙ୍କା କାରବାରକୁ ବହୁତ ସହଜ ଏବଂ ଦ୍ରୁତ କରିଦେଇଛି। ତଥାପି, ବେଳେବେଳେ ତରବରିଆ ଭାବେ କିମ୍ୱା ଅସାବଧାନତା ଯୋଗୁଁ ଭୁଲ ନମ୍ୱର ବା…

ଛାତ୍ରୀଛାତ୍ରଙ୍କ ଶୈକ୍ଷିକ ଉନ୍ନତି, ଶୃଙ୍ଖଳା ଉପରେ ଗୁରୁତ୍ୱ

କର୍ଲାମୁଣ୍ଡା,୬ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ସରସ୍ବତୀ ଶିଶୁମନ୍ଦିର ପରିସରରେ ଶିକ୍ଷା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ମାର୍କଣ୍ଡ ପାଢ଼ୀଙ୍କ…

୭ରୁ ୧୩ ସେପ୍ଟେମ୍ୱର ଯାଏ ଏହି ୪ରାଶିଙ୍କୁ ମିଳିବ ବଡ଼ ଲାଭ; ହୁ ହୁ ହୋଇ ବଢିବ ଇନକମ୍‌, ଘରକୁ ଆସିବ ଖୁସି ଖବର

ସେପ୍ଟେମ୍ୱର ମାସର ଦ୍ୱିତୀୟ ସପ୍ତାହ କିଛି ରାଶିର ବ୍ୟକ୍ତିବିଶେଷଙ୍କ ପାଇଁ ଖୁସି ଏବଂ ସଫଳତାର ଉପହାର ନେଇ ଆସିଛି। ଏହି ସମୟ ମଧ୍ୟରେ ମନମୁତାବକ ଲାଭ ମିଳିବା…

ମନ୍ତ୍ରୀଙ୍କ ପ୍ରଦର୍ଶନ ଉପରେ ମୋଦିଙ୍କ ନଜର, କ୍ୟାବିନେଟ୍ ଅଦଳବଦଳ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୬ା୯: ମନ୍ତ୍ରୀମାନଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ସୋମବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଅଧ୍ୟକ୍ଷତା…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ…

ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର…

TVK ନେତାଙ୍କୁ ବୀଭତ୍ସ ହତ୍ୟା, କାର୍ଯ୍ୟାଳୟକୁ ଯାଉଥିବା ବେଳେ ହାଣିଦେଲେ

ଚେନ୍ନାଇ,୬।୯: ତାମିଲନାଡୁର ଚେନ୍ନାଇରେ ଜଣେ ବ୍ୟକ୍ତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି । ମୃତକଙ୍କ ନାମ କନ୍ନନ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, କନ୍ନନ ନିକଟରେ ଶାସକ…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri