ବିଶ୍ୱ ଏଡ୍‌ସ ଦିବସ: କୋରାପୁଟରେ ଚଳିତବର୍ଷ ଏଡ୍‌ସ ରୋଗୀଙ୍କ ମୃତ୍ୟୁ ସଂଖ୍ୟା ୭

କୋରାପୁଟ,୧।୧୨(ସ୍ବ.ପ୍ର.): ଚଳିତବର୍ଷ  ଜିଲାରେ ୫୧ହଜାର ୮୬୬ଜଣ ରକ୍ତ ପରୀକ୍ଷା କରିଥିବାବେଳେ ସେଥିମଧ୍ୟରୁ ୧୩୦ ଜଣଙ୍କ ରକ୍ତରେ ଏଚ୍‌ଆଇଭି ଭୂତାଣୁ ରହିଥିଲା। ଅନ୍ୟପକ୍ଷରେ ଚଳିତବର୍ଷ ବର୍ତ୍ତମାନ ସୁଦ୍ଧା ୭ ଜଣଙ୍କ ଏଡ୍‌ସରେ ମୃତ୍ୟୁ ଘଟିଥିବା ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜଣାଯାଇଛି। ଏହି ଭୟଙ୍କର ରୋଗଠାରୁ କିପରି ଦୂରେଇ ରହିବ ସେନେଇ କୋରାପୁଟ ଜିଲା ସ୍ବାସ୍ଥ୍ୟ ପକ୍ଷରୁ ବିଶ୍ୱ ଏଡ୍‌ସ ଦିବସ ପାଳିତ ହୋଇଯାଇଛି। ସ୍ଥାନୀୟ ଜିଲା ମୁଖ୍ୟ ଚିକିିତ୍ସାଧିକାରୀଙ୍କ କାର୍ଯ୍ୟାଳୟଠାରୁ ଏକ ସଚେତନତା ଶୋଭାଯାତ୍ରା ଆରମ୍ଭ ହୋଇଥିଲା। ଏହାକୁ ଉପଜିଲାପାଳ ଲଲିତ କୁମାର କହଁର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶୁଭାରମ୍ଭ କରିଥିଲେ ା ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ମକରନ୍ଦ ବେଉରା, ଜିଲା ସମାଜ ସୁରକ୍ଷା ଅଧିକାରୀ ସୀମାଞ୍ଚଳ ମହାପାତ୍ର, ବ୍ଲଡବ୍ୟାଙ୍କର ଡାକ୍ତର ରତିକାନ୍ତ ଖଟୁଆଙ୍କ ସମେତ ବହୁ ଅଧିକାରୀ ଉପସ୍ଥିତ ରହି ଛାତ୍ରୀଛାତ୍ରଙ୍କୁ ଉତ୍ସାହିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪୨ କଲେଜକୁ ସ୍ବୟଂଶାସିତ ମାନ୍ୟତା ପ୍ରସ୍ତାବ: ତାଲିକାରେ ଗଞ୍ଜାମର ୧୧ କଲେଜ

ଭଞ୍ଜନଗର,୧୩।୧୦(ବାବୁଲା ପ୍ରଧାନ): ରାଜ୍ୟର ୪୨ଟି ମହାବିଦ୍ୟାଳୟକୁ ସ୍ବୟଂଶାସିତ ମାନ୍ୟତା ପ୍ରଦାନ ନେଇ ରାଜ୍ୟ ସରକାର ଯୋଜନା ରଖିଥିବା ଜଣାପଡ଼ିଛି। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ…

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍‌ ଡାଏ ଘୋଷଣା

କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍‌ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି।…

ଝୁଲିପଡ଼ିଲେ +୨ ଛାତ୍ର, କାରଣ ଜାଣିଲେ…

ଡେରାବିଶ,୧୩ା୧୦(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ବାରିମୂଳ ପଞ୍ଚାୟତ ରାୟପୁର ଗ୍ରାମର ବିରକିଶୋର ମଳିକଙ୍କ ପୁଅ ଚନ୍ଦନ(୧୭) ବେକରେ ରଶି ଲଗାଇ…

ସାନଖେମୁଣ୍ଡିରେ ଅଙ୍ଗନୱାଡି କର୍ମୀ ସଂଘ ପକ୍ଷରୁ ପ୍ରତିବାଦ ସଭା: ୧୪ ଦଫା ଦାବି ସମ୍ବଳିତ…

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର: )ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କର ଆସୋସିଏସନ୍ ବ୍ଲକ ଶାଖା କମିଟି ପକ୍ଷରୁ ପାଟପୁର ଠାରେ ସଭା…

ଗେଟ୍‌ରେ ତାଲା, ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା କଲେ ଛାତ୍ରୀଛାତ୍ର: ଅଧ୍ୟକ୍ଷଙ୍କ ନିରବତାକୁ ନେଇ ଅସନ୍ତୋଷ

ମୋହନା, ୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ୍‌ରେ ଥିବା ଏକମାତ୍ର ଶିଳ୍ପ ତାଲିମ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ଗେଟ୍‌ ବାହାରେ ଅପେକ୍ଷା କରିବାକୁ ପଡ଼ୁଥିବା ଘଟଣାକୁ ନେଇ…

ବଡ଼ ନିଷ୍ପତ୍ତି; ଅକ୍ଟୋବର ୧୫ରୁ UPI ଉପରେ ଲାଗୁ ହେବନି MDR ଚାର୍ଜ, ଜାଣନ୍ତୁ କେବେଠୁ…

ନୂଆଦିଲ୍ଲୀ,୧୩।୧୦: ଡିଜିଟାଲ୍‌ ପେମେଣ୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । UPI ପେମେଣ୍ଟ୍‌ ଉପରେ ନୂଆ ଚାର୍ଜ ଲାଗୁ କରିବା ନିଷ୍ପତ୍ତିକୁ ଦୀପାବଳି ପର୍ଯ୍ୟନ୍ତ ସ୍ଥଗିତ…

ଆଇପିଏଲ୍‌ ୨୦୨୭ରେ ଖେଳିବେ କି ଧୋନି? ବଡ଼ ଖୁଲାସା କଲେ….

ନୂଆଦିଲ୍ଲୀ,୧୩।୧୦: ଆଇପିଏଲ୍‌ର ସଫଳତମ ଫ୍ରାଞ୍ଚାଇଜି ମଧ୍ୟରୁ ଅନ୍ୟତମ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଭବିଷ୍ୟତକୁ ନେଇ ପୁଣି ଚର୍ଚ୍ଚା ଜୋର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?