Posted inଜାତୀୟ

ବିଶ୍ୱ ଜନସଂଖ୍ୟା ଦିବସ: ୮ ବର୍ଷ ପରେ ଭାରତରେ ଦେଖାଯିବ ଜଳ ସଙ୍କଟ

ନୂଆଦିଲ୍ଲୀ,୧୧।୭: ସାରା ବିଶ୍ୱ ଜୁଲାଇ ୧୧କୁ ବିଶ୍ୱ ଜନସଂଖ୍ୟା ଦିବସ ଭାବେ ପାଳନ କରୁଛି। ପ୍ରଥମେ ଏହା ୧୯୮୯ରେ ଜାତିସଂଘ ବିକାଶ କାର୍ଯ୍ୟକ୍ରମର ଗର୍ଭନିଂ କାଉନସିଲ୍‌ ଦ୍ୱାରା ଆରମ୍ଭ କରାଯାଇଥିଲା। କୁହାଯାଏ ଜୁଲାଇ ୧୧ ୧୯୮୭ରେ ବିଶ୍ୱର ଜନସଂଖ୍ୟା ୫ଶହ କୋଟି ହୋଇ ଯାଇଥିଲା। ଏହାପରେ ଲୋକଙ୍କ ମଧ୍ୟରେ ଜନସଂଖ୍ୟାକୁ ନେଇ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଏହି ଦିବସ ପାଳନ କରାଯାଉଛି। ତେବେ ବିଶ୍ୱ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଥିଲା ଜନସଂଖ୍ୟା ବୃଦ୍ଧି। ଜାତିସଂଘର ଏକ ରିପୋର୍ଟ ଅନୁଯାୟୀ କିଛି ଦେଶର ଜନସଂଖ୍ୟା ଏପରି ବୃଦ୍ଧି ପାଇଥିଲା ଯେ ଯାହା ଖୁବ୍‌ଶୀଘ୍ର ୧୦ ଅରବ ଅତିକ୍ରମ କରିବା ଅନୁମାନ କରାଯାଇଥିଲା। ଏବେ ବିଶ୍ୱର ଜନସଂଖ୍ୟା ୭.୭ ଅରବରୁ ଊର୍ଦ୍ଧ୍ୱ ହୋଇଥିବା ବେଳେ ୧୦ ଅରବ ପହଞ୍ଚିବାକୁ ବେଶି ସମୟ ଲାଗିବ ନାହିଁ ବୋଲି କୁହାଯାଉଛି। ଅନ୍ୟପଟେ ଭାରତ କଥା ଯଦି ବିଚାରକୁ ନିଆଯାଏ ତେବେ ୧୯୫୧ରେ ଭାରତର ଜନସଂଖ୍ୟା ୩୬ କୋଟି ଥିବା ବେଳେ ଏବେ ଏହା ୧୩୩ କୋଟିର ପହଞ୍ଚିଲାଣି। ୨୦୧୭ ବେଳକୁ ଏହା ଚାଇନାକୁ ପଛରେ ପକାଇ ବିଶ୍ୱର ସର୍ବାଧିକ ଜନସଂଖ୍ୟା ବିଶିଷ୍ଟ ଦେଶ ହେବ ବୋଲି କୁହାଯାଉଛି। ଆଉ ଏପରି ହେଲେ ଭାରତରେ ଆର୍ଥିକ ସମସ୍ୟାଠାରୁ ଆରମ୍ଭ କରି ବିଭିନ୍ନ ସମସ୍ୟା ଦେଖାଦେବ। ଯେମିତିକି ଖାଦ୍ୟ ସମସ୍ୟା ଓ ପାଣି ସମସ୍ୟା ଉତ୍କଟ ହେବ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି କହି କାନ୍ଦି ପକାଇଲେ ଶେଖ ହାସିନା, ସ୍ୱପ୍ନର ବାଂଲାଦେଶ….

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନିର୍ବାସନର ଦ୍ୱିତୀୟ ବର୍ଷପୂର୍ତ୍ତି ଅବସରରେ ଦେଇଥିବା ଉଦ୍‌ବୋଧନରେ ଦେଶର ବର୍ତ୍ତମାନ ସ୍ଥିତିକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି…

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

କେନ୍ଦ୍ର ସରକାରଙ୍କୁ ରାହୁଲଙ୍କ କଡ଼ା ସମାଲୋଚନା: ମହିଳା ଆନ୍ଦୋଳନକାରୀଙ୍କ ଘରକୁ ଗୁଣ୍ଡା ପଠାଇ…

ନୂଆଦିଲ୍ଲୀ,୫।୮: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଛାତ୍ର ଆନ୍ଦୋଳନ ସମୟରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ସିଧାସଳଖ ଦାୟୀ କରିଛନ୍ତି…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

ପୁଅ ହେବ ତ ଏମିତି… ପାଲିଙ୍କିରେ ମାତା-ପିତାଙ୍କୁ ବସାଇ ୧୫ କିମି ପଦଯାତ୍ରା, ଝୁମରନାଥ ଧାମ ଦର୍ଶନ କରାଇଲେ

ଲକ୍ଷ୍ନୌ,୫।୮: ଉତ୍ତର ପ୍ରଦେଶର ଲଲିତପୁର ଜିଲାରୁ ସାମ୍ନାକୁ ଆସିଛି ଭକ୍ତି, ସେବା ଓ ସଂସ୍କାରର ଏକ ପ୍ରେରଣାଦାୟକ ଚିତ୍ର । ବାର କସ୍ବାର ମୋତିଖେଡ଼ା ଗ୍ରାମର ବାସିନ୍ଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri