Posted inଖେଳ

ବିଶ୍ୱ ଜୁନିୟର ସ୍ପ୍ରିଣ୍ଟ୍‌ କୁଇନ୍‌ ଡୋପ୍‌ ଟେଷ୍ଟରେ ବିଫଳ

କିଙ୍ଗ୍‌ଷ୍ଟନ,୨୯।୮(ଏଏଫ୍‌ପି)- ଦୁଇଥର ୨୦ ବର୍ଷରୁ କମ୍‌ ବିଶ୍ୱ ସ୍ପ୍ରିଣ୍ଟି ଟାଇଟଲ ହାସଲ କରିଥିବା ଜାମାଇକାର ବ୍ରିଆନା ଓ୍ବିଲିୟମ୍ସ ଡୋପ୍‌ ଟେଷ୍ଟରେ ବିଫଳ ହୋଇଛନ୍ତି। ନିଷିଦ୍ଧ ଡିୟୁରେଟିକ୍‌ ହାଇଡ୍ରୋକ୍ଲୋରୋଥାୟାଜାଇଡ୍‌ କାରଣରୁ ସେ ଡୋପ୍‌ ଟେଷ୍ଟରେ ଫେଲ୍‌ ମାରିଛନ୍ତି। ଫଳରେ ସେ ଆସନ୍ତା ମାସରେ ଆୟୋଜନ ହେବାକୁ ଥିବା ବିଶ୍ୱ ଚାମ୍ପିୟନଶିପ୍‌ରେ ଅଂଶଗ୍ରହଣ ନ କରିବା ସମ୍ଭାବନା ସୃଷ୍ଟି ହୋଇଛି। ଗତ ଜୁନ୍‌ ୨୦ରୁ ୨୩ ତାରିଖ ମଧ୍ୟରେ ଅନୁଷ୍ଠିତ ଜାତୀୟ ସିନିୟର ଚାମ୍ପିୟନଶିପ୍‌ରେ ୧୭ ବର୍ଷୀୟା ଓ୍ବିଲିୟମ୍ସ ଡୋପ୍‌ ଟେଷ୍ଟରେ ବିଫଳ ହୋଇଥିଲେ। ଏହି ପ୍ରତିଯୋଗିତାରେ ସେ ୧୦୦ମିଟର ଦୌଡ଼ରେ ତୃତୀୟ ସ୍ଥାନ ଅଧିକାର କରିଥିଲେ। ଫଳରେ ସେ ଦୋହାରେ ଆୟୋଜନ ହେବାକୁ ଥିବା ବିଶ୍ୱ ଚାମ୍ପିୟନଶିପ୍‌ ପାଇଁ ଜାତୀୟ ଦଳରେ ସ୍ଥାନ ପାଇଥିଲେ। ତାଙ୍କ ବି’ ନମୁନାରେ ଡିୟୁରେଟିକ୍‌ ହାଇଡ୍ରୋକ୍ଲୋରୋଥାୟାଜାଇଡ୍‌ ରହିଥିବାର ପ୍ରମାଣ ମିଳିଛି। ଫ୍ଲୋରିଡା ଜନ୍ମତ ଓ୍ବିଲିୟମ୍ସ ମାତ୍ର ୧୬ ବର୍ଷରେ ବିଶ୍ୱ ୨୦ ବର୍ଷରୁ କମ୍‌ ୧୦୦ ଓ ୨୦୦ ମିଟର ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଥିଲେ। ଫିନ୍‌ଲାଣ୍ଡର ଟାମ୍ପରେଠାରେ ଏହି ଇଭେଣ୍ଟ ଆୟୋଜିତ ହୋଇଥିଲା। ତାଙ୍କୁ ଇଣ୍ଟନ୍ୟାଶନାଲ ଆସୋସିଏଶନ ଅଫ୍‌ ଆଥଲେଟିକ୍‌ ଫେଡେରେଶନ (ଆଇଏଏଏଫ୍‌) ଫିମେଲ ରାଇଜିଂ ଷ୍ଟାର ଓ ଲରେସ ବ୍ରେକ୍‌ଥ୍ରୁ ଅଫ୍‌ ଦି ଇୟର ପୁରସ୍କାର ପାଇଁ ନୋମିନେଟ କରାଯାଇଥିଲା। ୬ ତାରିଖରେ ବିଶ୍ୱ ଚାମ୍ପିୟନଶିପ୍‌ ପାଇଁ ଜାମାଇକା ତା’ର ଦଳ ଘୋଷଣା କରିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri