Posted inଖେଳ

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌: ଶୀର୍ଷ ସ୍ଥାନ ଦୃଢ଼ କଲା ଭାରତ

ଦୁବାଇ, ୨୨।୧୦ (ପି.ଟି.)- ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ କ୍ରିକେଟ୍‌ ଦଳ ମଙ୍ଗଳବାର ଦକ୍ଷିଣ ଆଫ୍ରିକା ବିପକ୍ଷ ଅନୁଷ୍ଠିତ ୩ୟ ଟେଷ୍ଟ ମ୍ୟାଚ୍‌କୁ ଇନିଂସ ଓ ୨୦୨ ରନର ବୃହତ୍‌ ବ୍ୟବଧାନରେ ଜିତିନେଇଛି। ଏଥିସହ ଭାରତ ସିରିଜକୁ ୩-୦ରେ କ୍ଲିନ୍‌ସୁଇପ୍‌ କରିଛି। ଫଳରେ ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) ପକ୍ଷରୁ ନୂଆ କରି ଆରମ୍ଭ ହୋଇଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ପଏଣ୍ଟ ଟେବୁଲରେ ଭାରତୀୟ ଦଳ ଏହାର ଶୀର୍ଷ ସ୍ଥାନକୁ ଆହୁରି ଦୃଢ଼ କରିଛି। ପ୍ରତ୍ୟେକ ମ୍ୟାଚ୍‌ ଜିତି ୪୦ ପଏଣ୍ଟ ହିସାବରେ ଭାରତ ଏହି ସିରିଜରୁ ମୋଟ୍‌ ୧୨୦ ପଏଣ୍ଟ ଅର୍ଜନ କରିଛି। ବିରାଟ ବାହିନୀ ପୂର୍ବରୁ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଟେଷ୍ଟକୁ ୨-୦ରେ ମଧ୍ୟ କ୍ଲିନ ସୁଇପ୍‌ କରି ୧୨୦ ପଏଣ୍ଟ ଅର୍ଜନ କରିଥିଲା। ଫଳରେ ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ରେ ଭାରତ ମୋଟ୍‌ ୫ ମ୍ୟାଚ୍‌ରୁ ୫ ବିଜୟ ସହ ୨୪୦ ପଏଣ୍ଟ ପାଇ ଟେବୁଲର ଶୀର୍ଷ ସ୍ଥାନକୁ ଦୃଢ଼ୀଭୂତ କରିଛି। ନ୍ୟୁଜିଲାଣ୍ଡ (୬୦), ଶ୍ରୀଲଙ୍କା (୬୦), ଅଷ୍ଟ୍ରେଲିଆ (୫୬) ଓ ଇଂଲଣ୍ଡ (୫୬) ଯଥାକ୍ରମେ ୨ୟରୁ ୫ମ ସ୍ଥାନରେ ରହିଛନ୍ତି। ‘ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ରେ ୨ ମ୍ୟାଚ୍‌ବିଶିଷ୍ଟ ସିରିଜର ପ୍ରତ୍ୟେକ ମ୍ୟାଚ୍‌ ଲାଗି ୬୦ ପଏଣ୍ଟ, ୩ ମ୍ୟାଚ୍‌ ବିଶିଷ୍ଟ ସିରିଜରେ ମ୍ୟାଚ୍‌ ପିଛା ୪୦ ପଏଣ୍ଟ ଏବଂ ୫ ମ୍ୟାଚ୍‌ ସିରିଜରେ ୨୪ ପଏଣ୍ଟ ବ୍ୟବସ୍ଥା ରହିଛି’ ବୋଲି ଆଇସିସି ପକ୍ଷରୁ ଏକ ବିଜ୍ଞପ୍ତିରେ କୁହାଯାଇଛି। ଏହି ପଏଣ୍ଟ ବ୍ୟବସ୍ଥା ଅନୁଯାୟୀ ଭାରତ ୨୪୦ ପଏଣ୍ଟ ହାସଲ କରିଛି। ଆଗାମୀ ଦିନରେ ବାଂଲାଦେଶ ବିପକ୍ଷରେ ଭାରତ ୨ ମ୍ୟାଚ୍‌ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବାର କାର୍ଯ୍ୟସୂଚୀ ରହିଛି। ନଭେମ୍ବର ୧୪ରୁ ଏହା ଆରମ୍ଭ ହେବ। ଉଲ୍ଲେଖ୍ୟଯୋଗ୍ୟ, ୨୦୨୧ ଜୁନ ସୁଦ୍ଧା ୯ ଦଳୀୟ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ପଏଣ୍ଟ ଟେବୁଲର ଶୀର୍ଷ ଦୁଇ ସ୍ଥାନରେ ରହିଥିବା ଦଳ ଫାଇନାଲ ଖେଳିବାକୁ ଯୋଗ୍ୟତା ଅର୍ଜନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

ହାଇଦ୍ରାବାଦ୍‌କୁ ହରାଇ ପଞ୍ଜାବର ତୃତୀୟ ବିଜୟ

ଚଣ୍ଡିଗଡ଼,୧୧ା୪: ଅଧିନାୟକ ଶ୍ରେୟସ ଆୟାରଙ୍କ ଅପରାଜିତ ୬୯ ରନର ଇନିଂସ ବଳରେ ପଞ୍ଜାବ କିଙ୍ଗ୍ସ ଏକ ହାଇସ୍କୋରିଂ ଆଇପିଏଲ୍‌ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ପଞ୍ଜାବର…

ଭାରତକୁ ମିଳିଲା ୧୩ ସ୍ବର୍ଣ୍ଣ ପଦକ

ଶିମ୍‌ଲା, ୧୧ା୪: ଭାରତୀୟ ଟେବୁଲ ଟେନିସ ଖେଳାଳି ସାଉଥ ଏସିଆନ ୟୁଥ୍‌ ଟେବୁଲ ଟେନିସ ଚାମ୍ପିୟନଶିପ୍‌ରେ ଆଧିପତ୍ୟ ବିସ୍ତାର କରି ସମସ୍ତ କାଟେଗୋରିରେ ମୋଟ ୧୩ ସ୍ବର୍ଣ୍ଣ…

ଗୋଟିଏ IPL ମ୍ୟାଚ ଖେଳି ଏତେ ଟଙ୍କା ରୋଜଗାର କରନ୍ତି ବୈଭବ, ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୧୧।୪: ଆଇପିଏଲ ୨୦୨୬ର ୧୬ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଆରସିବିକୁ ୬ ଉଇକେଟ୍‌ରେ ପରାସ୍ତ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ରାଜସ୍ଥାନ ରୟାଲ୍ସର ପ୍ରତିନିଧିତ୍ୱ କରୁଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ସ୍ବତନ୍ତ୍ର ବାର୍ତ୍ତା ଲେଖିଲେ କୋହଲି, ୨ଟି ଶବ୍ଦରେ କହିଦେଲେ…

ନୂଆଦିଲ୍ଲୀ,୧୧।୪: ବିଶ୍ୱର ପ୍ରସିଦ୍ଧ ବୋଲରଙ୍କ ବିରୋଧରେ ମଧ୍ୟ ପ୍ରଥମ ବଲରୁ ଷ୍ଟ୍ରାଇକ କରିବାର କ୍ଷମତା ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ବ୍ୟାପକ ପ୍ରଶଂସା ମିଳୁଛି। ଏହି ବ୍ୟାଟସମ୍ୟାନଙ୍କୁ ଦେଖିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri