ବିଶ୍ୱ ସାମାଜିକ ନ୍ୟାୟ ଦିବସ: ଦାରିଦ୍ର୍ୟ ହଟାଇବ ସାମାଜିକ ନ୍ୟାୟ

ପ୍ରତିବର୍ଷ ଫେବୃୟାରୀ ୨୦ରେ ବିଶ୍ୱ ସାମାଜିକ ନ୍ୟାୟ ଦିବସ ପାଳନ କରାଯାଉଛି। ବିଶ୍ୱରୁ ଦାରିଦ୍ର୍ୟ, ଲିଙ୍ଗଗତ ଅସମାନତା, ବେକାରି,ମାନବାଧିକାର ତଥା ସାମାଜିକ ସୁରକ୍ଷା ସମ୍ପର୍କିତ ସମସ୍ୟା ଦୂର କରିବା ଏହି ଦିବସର ମୁଖ୍ୟ ଲକ୍ଷ୍ୟ। ମଣିଷ ମଣିଷ ଭିତରେ ଏପରି କି ଦେଶ ଦେଶ ମଧ୍ୟରେ ଶାନ୍ତି, ସହାବସ୍ଥାନ ପ୍ରତିଷ୍ଠା କରିବାରେ ସାମାଜିକ ନ୍ୟାୟର ଭୂମିକା ରହିଛି। ଲିଙ୍ଗଗତ, ବୟସ, ଜାତି, ଧର୍ମ, ସମ୍ପ୍ରଦାୟ ଓ ସଂସ୍କୃତି କ୍ଷେତ୍ରରେ ରହିଥିବା ସାମାଜିକ ବାଧାକୁ ହଟାଇ ଦେବା ଦ୍ୱାରା ଆମେ ସହଜରେ ସାମାଜିକ ନ୍ୟାୟ ପ୍ରତିଷ୍ଠା କରିପାରିବା। ଏଥିପାଇଁ ୨୬ ନଭେମ୍ବର,୨୦୦୭ରେ ଜାତିସଂଘ ସାଧାରଣ ପରିଷଦ ୨୦ ଫେବୃୟାରୀକୁ ବିଶ୍ୱ ସାମାଜିକ ନ୍ୟାୟ ଦିବସ ଭାବେ ପାଳନ କରିବାକୁ ଘୋଷଣା କରିବାପରେ ୨୦୦୯ରେ ଏହି ଦିବସ ପ୍ରଥମେ ପାଳନ କରାଯାଇଥିଲା। ଏକ ନିଷ୍ପକ୍ଷ ଜଗତୀକରଣ ପାଇଁ ସାମାଜିକ ନ୍ୟାୟ ଉପରେ କରାଯାଇଥିବା ଘୋଷଣାନାମାକୁ ଆନ୍ତର୍ଜାତିକ ଶ୍ରମ ସଂଘ( ଆଇଏଲ୍‌ଓ) ଗ୍ରହଣ କରିବା ଦ୍ୱାରା ସାମାଜିକ ନ୍ୟାୟ ପ୍ରତି ଜାତିସଂଘର ପ୍ରତିବଦ୍ଧତା ପ୍ରତିପାଦିତ ହୋଇଛି। ଏହି ଘୋଷଣାନାମା ୧୦ ଜୁନ୍‌,୨୦୦୮ରେ କରାଯାଇଥିତ୍ଲା। ସମସ୍ତଙ୍କ ପାଇଁ ନିଯୁକ୍ତି, ସାମାଜିକ ସୁରକ୍ଷା, ସାମାଜିକ ବକ୍ତବ୍ୟ ଏବଂ ମୌଳିକ ନୀତି ଓ ଅଧିକାର ଉପରେ ଏହା ଗୁରୁତ୍ୱ ଦିଏ। ପୂର୍ବରୁ ଆଇଏଲ୍‌ଓ ଦ୍ୱାରା ୧୯୪୪ ଏବଂ ୧୯୯୮ରେ ଦୁଇଟି ଘୋଷଣା କରାଯାଇଥିଲେ ମଧ୍ୟ ୨୦୦୮ ଘୋଷଣାନାମା ଜଗତୀକରଣ ଯୁଗରେ ଏକ ନୂଆ ଦିଶା ଦେଖାଇଛି। ଏକ ଜଟିଳ ରାଜନୈତିକ ଅଭିଯାନ ଦ୍ୱାରା ଏହା ସମ୍ଭବ ହୋଇଥିଲା ଓ ଏଥିପାଇଁ ଏକ ବିସ୍ତୃତ ସହମତି ପ୍ରକାଶ ପାଇଥିଲା।
ବିଶ୍ୱରେ ୨୦୦୮ ପରେ ନିଯୁକ୍ତି ହାର ବାର୍ଷିକ ୦.୧ ପ୍ରତିଶତ ବୃଦ୍ଧି ପାଉଛି। ଏହା ୨୦୦୦ରୁ ୨୦୦୭ ମଧ୍ୟରେ ଥିଲା ୦.୯ ପ୍ରତିଶତ। ଏବେ ସୁଦ୍ଧା ୬୦ ପ୍ରତିଶତ ଶ୍ରମିକଙ୍କ ପାଖରେ କୌଣସି ପ୍ରକାର କାମ ଉପଲବ୍ଧ ହୋଇପାରିନି। ୪୫ ପ୍ରତିଶତରୁ ସାମାନ୍ୟ ଅଧିକ ଶ୍ରମିକ ସ୍ଥାୟୀ ଓ ପୂରା ଦରମା ପାଉଛନ୍ତି ଏବଂ ଏହା ମଧ୍ୟ ହ୍ରାସ ପାଇବାରେ ଲାଗିଛି। ନିଯୁକ୍ତି ପାଇବା ଯୋଗ୍ୟ ବୟସରେ ୨୦୧୮ରେ ୨୦୧ ମିଲିୟନ ଲୋକ କାମ ପାଇ ନ ଥିବାବେଳେ ୨୦୧୯ରେ ୨୧୨ ମିଲିୟନ ଲୋକ କାମ ନ ପାଇ ରହିଛନ୍ତି। ଏଣୁ ୨୦୩୦ ସୁଦ୍ଧା ୬୦୦ ମିଲିୟନ ନିଯୁକ୍ତି ସୃଷ୍ଟି କରିବାର ଆବଶ୍ୟକତା ରହିଛି। ସାମାଜିକ ନ୍ୟାୟ ଦ୍ୱାରା ଏହା ସମ୍ଭବ ହୋଇପାରିବ। ବିଶ୍ୱରେ ୫ ଜଣରେ ଜଣେ ଶ୍ରମିକ ଏବେ ଘୋର ଦାରିଦ୍ର୍ୟ ମଧ୍ୟରେ ବଞ୍ଚୁଛନ୍ତି। ଏଣୁ ୨୦୨୦ରେ ଏହି ଦିବସର ସ୍ଲୋଗାନ୍‌ ରହିଛି ‘ ସାମାଜିକ ନ୍ୟାୟ ପାଇବା ପାଇଁ ଅସମାନତା ଦୂର କରିବା’। ଗରିବମାନେ ଅର୍ଥନୈତିକ ବିକାଶରୁ ସମାନ ଭାବେ ଲାଭ ପାଇବାରୁ ବଞ୍ଚିତ ହେଉଛନ୍ତି। ଦେଶ- ଦେଶ ଓ ମଣିଷ -ମଣିଷଙ୍କ ଭିତରେ ଥିବା ଅସମାନତା ସାମାଜିକ ଏକତା ଦୁର୍ବଳ କରିବାରେ ଲାଗିଛି। ଏହା ସେମାନଙ୍କୁ ସେମାନଙ୍କ ଅଧିକାର ପାଇବାରେ ବାଧା ସୃଷ୍ଟି କରୁଛି ଓ ଅର୍ଥନୀତି ଉପରେ ମଧ୍ୟ ବୋଝ ପାଲଟୁଛି। ଏଣୁ ଅସମାନତା ଦୂର କରି ସାମାଜିକ ନ୍ୟାୟ ପ୍ରତିଷ୍ଠା କରାଯାଇପାରିଲେ ଦାରିଦ୍ର୍ୟ ହଟିଯିବ। ତା’ ପାଇଁ ସମୟ ଏବେ ଉପନୀତ। ବିଶ୍ୱର ବିକାଶ ଓ ମାନବିକତାର ପ୍ରତିଷ୍ଠା ପାଇଁ ବିଶ୍ୱ ସମୁଦାୟ ଯନତ୍ବାନ୍‌ ହେବା ଦରକାର।


Enter your email to get our daily news in your inbox.

All Right Reserved By Dharitri.Com

ଭୁଶୁଡିଲା ନିର୍ମାଣାଧୀନ ପାଚେରି: ଚାଲିଗଲା ୪ ଜୀବନ

ନୋଏଡା,୨୦।୯: ନୋଏଡାର ସେକ୍ଟର ୨୫ରେ ଏକ ନିର୍ମାଣାଧୀନ ପାଚେରି ଭୁଶୁଡି ପଡିଛି। ଏହି ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ହୋଇଛି। ଏଥିସହିତ ଅନେକ ଲୋକ ପାଚେରି...

ହସ୍ପିଟାଲରୁ ନବଜାତକଙ୍କୁ ଟାଣି ନେଇ ଝୁଣି ଖାଇଲା କୁକୁର…

ବେଙ୍ଗାଲୁରୁ,୩।୪ : କର୍ନାଟକର ଶିବମୋଗା ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଥିବା ଜିଲା ସରକାରୀ ହସ୍ପିଟାଲରୁ ଜଣେ ନବ ଜାତକଙ୍କୁ କୁକୁର ଟାଣିନେଇ...

୬୦୦ ବର୍ଷ ପୁରୁଣା ଦରଘାରେ ରହିଛି ଗାଈ ମଜାର

ଅଯୋଧ୍ୟା,୧୬।୨: ଦେଶରେ ମନ୍ଦିର -ମସଜିଦ୍‌ ନେଇ ବିବାଦ ଜାରି ରହିଛି। ତେବେ ଅଯୋଧ୍ୟାରେ ଏକ ୬୦୦ ବର୍ଷ ପୁରୁଣା ଦରଘାରେ ଏକ ଗାଈର ବଜାର ରହିଛି।...

ମୋଦିଙ୍କୁ ଭେଟିଲେ ଭୁଟାନ ରାଜା

ନୂଆଦିଲ୍ଲୀ,୧୪।୯: ଭାରତ ଗସ୍ତ ସମୟରେ ଭୁଟାନର ରାଜା ଜିଗମେ ଖେସର ନାମଗେଲ ୱାଙ୍ଗଚୁକ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କ ବାସଭବନରେ ଭେଟିଛନ୍ତି। ଏହି ସମୟରେ...

ସଂସଦୀୟ କମିଟିକୁ ପଠାଗଲା ଆପରାଧିକ ଆଇନ ବିଲ୍‌

ନୂଆଦିଲ୍ଲୀ,୧୯।୮: ଭାରତୀୟ ପେନାଲ କୋଡ (ଆଇପିସି), ଦଣ୍ଡ ପ୍ରକ୍ରିୟା ସଂହିତା (ସିଆରପିସି) ଏବଂ ସାକ୍ଷ୍ୟ ଅଧିନିୟମ (ଇଏ) ପରିବର୍ତ୍ତନ ନେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା...

ଶହେ ବର୍ଷ ପରେ ଭାରତକୁ ଫେରିବ ନିଜାମଙ୍କ ଖଣ୍ଡା

ହାଇଦ୍ରାବାଦ,୨୩ା୯: ଚତୁର୍ଦ୍ଦଶ ଶତାବ୍ଦୀରେ ହାଇଦ୍ରାବାଦ ନିଜାମ ଧରୁଥିବା ଏକ ସର୍ପାକୃତିର ପାରମ୍ପରିକ ଖଡ୍ଟ ଭାରତକୁ ଫେରିବ। ବିଂଶ ଶତାବ୍ଦୀରେ ଏହି ଖଣ୍ଡାକୁ ଜଣେ ବ୍ରିଟିଶ ଜେନେରାଲଙ୍କୁ...

ଉତ୍ତରାଖଣ୍ଡ ରାଜ୍ୟ ବିପର୍ଯ୍ୟୟ ମୁକାବିଲା ପାଣ୍ଠିକୁ ୧୧ କୋଟି ଟଙ୍କା ଦାନ କଲେ ହରିୟାଣା ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୯ ।୨: ଉତ୍ତରାଖଣ୍ଡ ଚାମୋଲିରେ ହିମସ୍ଖଳନ ପରେ ସୃଷ୍ଟି ହୋଇଥିବା ପ୍ରାକୃତିକ ବିପର୍ଯ୍ୟୟ ପରେ ଏବେ ସମ୍ପୂର୍ଣ୍ଣ ନଜର ରହିଛି ଉଦ୍ଧାର କାର୍ଯ୍ୟ ଉପରେ ।...

ଟ୍ରମ୍ପଙ୍କୁ ୬ଶହ ଗ୍ରାମ ଓଜନର ଚାନ୍ଦିରେ ତିଆରି ଚାବି ଉପହାର ଦେବେ ଆଗ୍ରା ମେୟର

ମଥୁରା,୨୨।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆସନ୍ତା ୨୪ ତାରିଖରେ ଆଗ୍ରା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ ଆଗ୍ରାର ମେୟର ନବୀନ ଜୈନ...

Advertisement
Archives

Model This Week