ବିଶ୍ୱ ହିନ୍ଦୁ ପରିଷଦର ପ୍ରତିଷ୍ଠା ଉତ୍ସବ: ଶାନ୍ତି, ମୈତ୍ରୀ ଏକତାର ସୂତ୍ରରେ ବାନ୍ଧିହେବା

ନୂଆପଡା ଅଫିସ,୨୭ା୮
ଆମ ଦେଶ ଏକଦା ରାମ ରାଜ୍ୟ ଭାବେ ଅଭିହିତ ହୋଇ ରହିଥିଲା । ପରବର୍ତ୍ତି ସମୟରେ ବୈଦେଶିକ ଶତ୍ରୁ ଆକ୍ରମଣର ଶିକାର ହୋଇ ଏହା ଖଣ୍ଡ ବିଖଣ୍ଡିତ ହୋଇଗଲା । ଫଳରେ ଏଠାରେ ଶାନ୍ତି ଏକତା ବ୍ୟାହତ ହୋଇଥିଲା । ଏଥିପାଇଁ ଆମକୁ ସଜାଗ ରହିବାକୁ ପଡିବ । ପରସ୍ପର ମଧ୍ୟରେ ଏକ ଧର୍ମୀୟ ଭାବନାରେ ବାନ୍ଧି ହୋଇ ଏକତା ଆଣିବାକୁ ପଡିବ ବୋଲି ମତ ପ୍ରକାଶ ପାଇଛି । ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଆୟୋଜିତ ବିଶ୍ୱହିନ୍ଦୁ ପରିଷଦ ପ୍ରତିଷ୍ଠା ଦିବସ ଉତ୍ସବ ପାଳନ ଅବସରରେ ଅତିଥିମାନେ ଯୋଗଦେଇ ଏହା କହିଥିଲେ । କାର୍ଯ୍ୟକ୍ରମରେ ଜିଲା ସଭାପତି ବିଭୁତି ଭୁଷଣ ପାଣିଗ୍ରାହୀ ସଭାପତିତ୍ୱ କରିଥିଲେ । କେନ୍ଦ୍ରିୟ ମାର୍ଗଦର୍ଶକ ମଣ୍ଡଳୀ ସଦସ୍ୟ ପୁରୀରୁ ସ୍ବାମୀ ଜୀବନମୁକ୍ତାନନ୍ଦ ଜୀ ମୁଖ୍ୟଅତିଥି, ରାଷ୍ଟ୍ରିୟ ସ୍ବଂୟ ସେବକ ସଂଘ ଜିଲା ସଂଘ ଚାଳକ ପୁସ୍ତମ ସୁନାନୀ, ବିଶ୍ୱ ହିନ୍ଦୁ ପରିଷଦର କଳାହାଣ୍ଡି ବିଭାଗ ପ୍ରମୁଖ ରାମେଶ୍ୱର ମୁଣ୍ଡ, ହରିପୁର ଗୁରୁକୁଳରୁ ଦିଲୀପ ଆର୍ଯ୍ୟ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଏହି ଅବସରରେ ଅତିଥିମାନଙ୍କୁ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଥିଲା । ବିଶ୍ୱ ହିନ୍ଦୁ ପରିଷଦ ପ୍ରତିଷ୍ଠା ଉଦ୍ଦେଶ୍ୟ ଏବଂ ଲକ୍ଷ୍ୟ ସମ୍ପର୍କରେ ଅତିଥିମାନେ ଉପସ୍ଥାପନ କରିଥିବାବେଳେ ହିନ୍ଦୁ ସ୍ଥାନରେ ଏକ ହିନ୍ଦୁ ସାମା୍ରଜ୍ୟ ଗଠନର ଲକ୍ଷ୍ୟ ଦିନେ ଚରିତାର୍ଥ ହେବ । ଏଥିପାଇଁ ସମସ୍ତଙ୍କ ମଧ୍ୟରେ ଧର୍ମୀୟ ଭାବନା ଜାଗ୍ରତ ହେବା ସହ ମଜଭୁତ ହେବା ଜରୁରୀ ବୋଲି ବକ୍ତାମାନେ କହିଥିଲେ । ରାଜ୍ୟରେ ଦିନକୁ ଦିନ ଧର୍ମାନ୍ତରୀକରଣ କାର୍ଯ୍ୟ ବୃଦ୍ଧି ହେଉଛି । ରାଜ୍ୟ ସରକାର ଶାନ୍ତି ସ୍ଥାପନରେ ବିଫଳ ହେଉଛନ୍ତି । ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କର ହତ୍ୟା ମାମଲାକୁ ନେଇ ସରକାର ନିଦାବିଷ୍ଣୁ ହୋଇ ରହିଛନ୍ତି । ଏହାକୁ ନେଇ ଏକ କମିଶନ ବସାଇଥିଲେ ହେଁ ଏତେ ଦିନ ପରେ ମଧ୍ୟ ତାକୁ ସାର୍ବଜନୀନ କରିପାରୁନାହାନ୍ତି। ଏହା ହିନ୍ଦୁମାନଙ୍କ ମଧ୍ୟରେ ଏକ ଅଶାନ୍ତି ସୃଷ୍ଟି କରୁଛି । ବିଶ୍ୱ ହିନ୍ଦୁ ପରିଷଦ ସାରା ଦେଶରେ ଶାନ୍ତି ଏକତା ଆଣିବାରେ ପ୍ରଚେଷ୍ଟା ଜାରି ରଖିଛି ବୋଲି କହିଥିଲେ । କାର୍ଯ୍ୟକ୍ରମ ଶେଷରେ ସହଭୋଜ କାର୍ଯ୍ୟକ୍ରମ ହୋଇଥିଲା। କାର୍ଯ୍ୟକ୍ରମରେ ଜିଲା ସମ୍ପାଦକ ଭାନୁପ୍ରତାପ ଦଣ୍ଡସେନା ମଞ୍ଚ ପରିଚାଳନା କରିଥିଲେ। ବିଶ୍ୱହିନ୍ଦୁ ପରିଷଦ ବିଭାଗ ସଙ୍ଗଠନ ସମ୍ପାଦକ ସତ୍ୟନାରାୟଣ ଥନାପତି, ଲୋକନାଥ ରଥ, ରିଙ୍କୁ ବଗର୍ତ୍ତି, ହେମନ୍ତ କୁମାର ଦଣ୍ଡସେନା ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପ୍ରସନ୍ନ କୁମାର ପାଢୀ, କ୍ଷୀରୋଦ ନିବାସ ପଣ୍ଡା, ଚିନ୍ତାମଣୀ ପାଣିଗ୍ରାହୀ, ମନୁ ସାହୁ ପ୍ରମୁଖ ଯୋଗଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri