ବିଷୟ ଚୟନରେ ତ୍ରୁଟି ନେଇ ଅସନ୍ତୋଷ: ମହାବିଦ୍ୟାଳୟ ସମ୍ମୁଖରେ ଧାରଣା ଦେଲେ ଛାତ୍ରୀ

ଗୋପ, ୭।୧୧(ଡି.ଏନ୍‌.ଏ.)-ଗୋପ ବ୍ଲକ୍‌ ଅଧୀନ ସାରଡ଼ା ସ୍ଥିତ କୋଣାର୍କ ଜୁନିୟର ମହିଳା ମହାବିଦ୍ୟାଳୟରେ ଛାତ୍ରୀମାନେ ଗୁରୁବାର କଲେଜ ସମ୍ମୁଖରେ ଧାରଣା ଦେଇଥିଲେ। ବିଷୟ ଚୟନରେ ତ୍ରୁଟି ଯୋଗୁ କଲେଜ ସମ୍ମୁଖରେ ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀ ଧାରଣା ଦେଇଥିବାବେଳେ ଉଚ୍ଚ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରି ସମାଧାନର ସୁତ୍ର ବାହାର କରିବା ଲାଗି ମହାବିଦ୍ୟାଳୟ ଅଧ୍ୟକ୍ଷ ପ୍ରମୋଦ କୁମାର ଦାଶ ପ୍ରତିଶ୍ରୁତି ଦେବା ପରେ ଛାତ୍ରୀମାନେ ଧାରଣା ପ୍ରତ୍ୟାହୃତ କରିଥିଲେ।
କୋଣାର୍କ ଜୁନିୟର ମହିଳା ମହାବିଦ୍ୟାଳୟରେ +୨ ଛାତ୍ରୀମାନେ ବିଷୟ ଚୟନ କରି ନିର୍ଦ୍ଧାରିତ ଦେୟ ଦେଇ ନାମ ଲେଖାଇଥିଲେ। ମାତ୍ର ଫର୍ମ ପୂରଣ ପୂର୍ବରୁ ଛାତ୍ରୀମାନେ ବିଷୟ ଚୟନରେ ଗୁରୁତର ତ୍ରୁଟି ହୋଇଥିବା ନେଇ କଲେଜ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ ସେ କୌଣସି ସନ୍ତୋଷ ଜନକ ଉତ୍ତର ଦେଇପାରି ନ ଥିଲେ। ଫଳରେ ଛାତ୍ରୀମାନେ କଲେଜ ସମ୍ମୁଖରେ ନାରାବାଜି ଦେବା ସହ ଦୀର୍ଘ ସମୟ ପର୍ଯ୍ୟନ୍ତ ଧାରଣାରେ ବସି ରହିଥିଲେ। ଆସନ୍ତା ୯ ତାରିଖ ପରୀକ୍ଷା ପୂର୍ବରୁ ଛାତ୍ରୀମାନେ ଚୟନ କରିଥିବା ବିଷୟରେ ଯେପରି ପରୀକ୍ଷା ଦେବେ ସେ ସମ୍ପର୍କରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ସମେତ ଉଚ୍ଚଶିକ୍ଷା ବିଭାଗର ବରିଷ୍ଠ ପଦାଧିକାରୀଙ୍କ ସହ ଆଲୋଚନା କରି ସମାଧାନର ସୂତ୍ର ବାହାର କରିବା ଲାଗି ଅଧ୍ୟକ୍ଷ ଦାଶ ପ୍ରତିଶ୍ରୁତି ଦେବା ପରେ ଧାରଣା ଶେଷ ହୋଇଥିଲା। ଏ ସମ୍ପର୍କରେ ଅଧ୍ୟକ୍ଷ ଦାଶଙ୍କୁ ପଚାରିବାରେ କମ୍ପ୍ୟୁଟରରେ ତ୍ରୁଟି ଯୋଗୁ ଏପରି ହୋଇଛି। ଏହି ସମସ୍ୟାର ସମାଧାନ ଲାଗି ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଅବଗତ କରିଛି ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri