ବିଷ ପିଆଇ ହତ୍ୟା ଅଭିଯୋଗ ପରେ ମାଟି ତଳୁ ମୃତଦେହ ଉଦ୍ଧାର ଘଟଣା: ଅଭିଯୁକ୍ତଙ୍କୁ ଗିରଫ କରୁନି ପୋଲିସ, ବରଗଡ଼ ଏସ୍‌ପିଙ୍କୁ ଭେଟିଲେ ପରିବାରଲୋକେ

ବରଗଡ଼ ଅଫିସ୍‌,୨।୮- ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ମେଲଛାମୁଣ୍ଡା ଥାନା ଅନ୍ତର୍ଗତ ଅମ୍ବାମୁଣ୍ଡା ଗ୍ରାମରେ ଜଣେ ବୃଦ୍ଧଙ୍କ ମୃତ୍ୟୁର ୩ ମାସ ପରେ ତାଙ୍କୁ ବିଷ ପିଆଇ ହତ୍ୟା କରାଯାଇଥିବା ଅଭିଯୋଗ ଅଣାଯିବା ପରେ ପୋଲିସ ମାଟୁତଳୁ ତାଙ୍କ ମୃତଦେହ ଉଦ୍ଧାର କରିଥିଲା। ଏହି ଘଟଣା ଜିଲାରେ ଚାଞ୍ଚଲ୍ୟ ଖେଳାଇ ଦେଇଥିବା ବେଳେ ପୋଲିସ ଏପର୍ଯ୍ୟନ୍ତ ଅଭିଯୁକ୍ତଙ୍କୁ ଗିରଫ କରିପାରିନାହିଁ। ଅପରପକ୍ଷେ ଅଭିଯୁକ୍ତମାନେ ମୃତକଙ୍କ ପରିବାରର ସମସ୍ତଙ୍କୁ ହତ୍ୟା ଧମକ ଦେଉଥିବା ପୁନର୍ବାର ଅଭିଯୋଗ ହୋଇଛି। ଏଣୁ ସେମାନଙ୍କୁ ସୁରକ୍ଷା ଦେବା ସହ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବା ଲାଗି ଦାବି କରି ପରିବାରଲୋକେ ଶୁକ୍ରବାର ବରଗଡ଼ ଏସପି ମୁକେଶ କୁମାର ଭାମୁଙ୍କୁ ଫେରାଦ ହୋଇ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି ।

ସୂଚନାଯୋଗ୍ୟ, ଉକ୍ତ ଗ୍ରାମର ଉଦୟ ତାଣ୍ଡି(୬୦)ଙ୍କୁ ଗତ ଏପ୍ରିଲ ୧୭ତାରିଖ କେତେକ ଲୋକେ ଡାକି ନେଇ ମଦରେ ବିଷ ମିଶାଇ ତାହା ପିଇବାକୁ ଦେବା ଯୋଗୁ ତାଙ୍କ ମୃତ୍ୟୁ ହୋଇଥିଲା ବୋଲି ମୃତକଙ୍କ ସ୍ତ୍ରୀ ଇଲା ଗତ ଜୁଲାଇ ୧୮ତାରିଖ ପୋଲିସରେ ଅଭିଯୋଗ କରିଥିଲେ। ଏହାପରେ ମେଲଛାମୁଣ୍ଡା ଥାନା ପୋଲିସ ଏକ ମାମଲା(ନଂ-୯୧/୨୦୧୯) ରୁଜୁ କରିବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଥିଲା ଏବଂ ଶ୍ମଶାନକୁ ଯାଇ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ମାଟିତଳୁ ମୃତ ଉଦୟଙ୍କ ମୃତଦେହ ଉଦ୍ଧାର କରିଥିଲା। ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ସେତେବେଳେ ମୃତଦେହ ବ୍ୟବଚ୍ଛେଦ ମଧ୍ୟ ହୋଇଥିଲା। ତେବେ ପୋଲିସ ଏହି ମାମଲାର ଅଭିଯୁକ୍ତଙ୍କୁ ଏପର୍ଯ୍ୟନ୍ତ ଗିରଫ କରିପାରିନାହିଁ। ଅପରପକ୍ଷେ ସ୍ବାଚ୍ଛନ୍ଦରେ ବୁଲାବୁଲି କରୁଥିବା ଅଭିଯୁକ୍ତମାନେ ପରିବାରର ସମସ୍ତଙ୍କୁ ମାରିଦେବା ପାଇଁ ଖୋଲାଖୋଲି ହତ୍ୟା ଧମକ୍‌ ଦେଉଥିବା ଇଲା ଅଭିଯୋଗ କରିଛନ୍ତି । ଏଥିପାଇଁ ତାଙ୍କ ପରିବାର ଲୋକଙ୍କ ଜୀବନ ଅସୁରକ୍ଷିତ ସେ କହିଛନ୍ତି । ଫଳରେ ତାଙ୍କ ପରିବାର ଲୋକଙ୍କୁ ସୁରକ୍ଷା ଯୋଗାଇବା ସହିତ ସମସ୍ତ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବା ଦାବି ନେଇ ଇଲା ଶୁକ୍ରବାର ବରଗଡ଼ ଏସପିଙ୍କୁ ଫେରାଦ ହୋଇ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ସ୍ମାରକପତ୍ର ପ୍ରଦାନ ପାଇଁ ଇଲାଙ୍କ ସହିତ ପୁଅ ଜିତ, ଅଜିତ, ଅଜା ବଲ ବାଗ ଏବଂ ଅନ୍ୟଜଣେ ପଡ଼ୋଶୀ ଟଙ୍କଧର କଣ୍ଟା ଏସପିଙ୍କ ପାଖକୁ ଆସିଥିଲେ । ତେବେ ଅଭିଯୁକ୍ତଙ୍କୁ ଗିରଫ କରା ନଗଲେ ନ୍ୟାୟ ପାଇଁ ସପରିବାର ଏସପି ଅଫିସ ଆଗରେ ଧାରଣା ଦେବେ ବୋଲି ଇଲା କହିବା ସହିତ ସ୍ମାରକପତ୍ରରେ ତାହା ଉଲ୍ଲେଖ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri