ଖଣ୍ଡପଡ଼ା,୨୨ା୪(ସ୍ବ.ପ୍ର.): କାମଧନ୍ଦା କରି ପରିବାର ପ୍ରତିପୋଷଣ କରୁଥିବା ଖଣ୍ଡପଡା ଅଞ୍ଚଳର ଜଣେ ଦିନମଜୁରିଆ ମଙ୍ଗଳବାର ବିଷ ପିଇ ଜୀବନ ହାରିଛନ୍ତି। ସେ ହେଲେ ଖଣ୍ଡପଡା ବ୍ଲକ ବେଣାଗଡିଆ ପଞ୍ଚାୟତ ପଥରଦ୍ୱାର ଗ୍ରାମର ନରସିଂହ ଦଳେଇ (୪୫)। ଲକ୍ଡାଉନ ବ୍ୟବସ୍ଥା ଯୋଗୁ ନରସିଂହ ୧ମାସ ଧରି ଘରେ ବସିରହିଥିଲେ। କାମଧନ୍ଦା ବନ୍ଦ ଥିବାରୁ ତାଙ୍କ ପରିବାର ଅଭାବ ଅନଟନରେ ଜୀବନ ବିତାଉଥିଲେ। ଏହାକୁ କେନ୍ଦ୍ର କରି ପରିବାରରେ ଅଶାନ୍ତି ସୃଷ୍ଟି ହୋଇଥିଲା। ମଙ୍ଗଳବାର ସାମାନ୍ୟ କଥାରୁ ପାଟିତୁଣ୍ଡ ହେବା ପରେ ରାତିରେ ନରସିଂହ ଘରେ ଥିବା କୀଟନାଶକ ପିଇ ଅସୁସ୍ଥ ହୋଇପଡିଥିଲେ। ଚିକିତ୍ସା ନିମନ୍ତେ ତାଙ୍କୁ ପ୍ରଥମେ ଖଣ୍ଡପଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କୁ ନୟାଗଡ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିଲା। ସେଠାରେ ଚିକିତ୍ସିତ ହେଉଥିବା ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିିଛି। ଖଣ୍ଡପଡା ପୋଲିସ ମୃତଦେହ ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏ ନେଇ ଥାନାରେ ଏକ ଅପମୃତ୍ୟୁ ମାମଲା (୨/୨୦) ରୁଜୁ ହୋଇଥିବା ଏସ୍ଆଇ ରାମଦାସ ବେଶ୍ରାଙ୍କଠାରୁ ପ୍ରକାଶ। ମୃତକଙ୍କ ପରିବାରକୁ ଆର୍ଥତ୍କ ସହାୟତା ଯୋଗାଇଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।
Posted inଆମ ଜିଲା ଖବର, କରୋନା ଭାଇରସ୍, ନୟାଗଡ଼ View All
ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ
ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...
ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍ ଚାଳକ ଗିରଫ
କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...
୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ; ୨ ଅଭିଯୁକ୍ତ କୋର୍ଟ ଚାଲାଣ
ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଅଧୀନରେ ଚଢ଼ାଉ କରାଯାଇ ମୋଟ ୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଛି।...
ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ, ଦୁର୍ଘଟଣା ହୋଇ ରାସ୍ତାରେ ପଡିଥିବା ବାପା-ପୁଅଙ୍କୁ…
ଛତ୍ରପୁର,୧୧।୧୨ (ଦିଲ୍ଲୀପ ସାମଲ ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ। ଦୁର୍ଘଟଣାରେ ଆହତ ହୋଇଥିବା ବିଧାୟକ ବାପା ପୁଅଙ୍କୁ ମେଡିକାଲ ପଠାଇଛନ୍ତି। ଏଭଳି ଏକ ଦୃଶ୍ୟ...
ସଙ୍କୁଚିତ ହେଉଛି ଉପଜିଲାପାଳ-ଆରଡିସିଙ୍କ କ୍ଷମତା, ଗଞ୍ଜାମ ଜଲାକୁ ୪ ଜିଲା ପାଇଁ ଉଠିଲା ଦାବି
ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାକୁ ଭାଗଭାଗ କରି ୪ଟି ଜିଲା ଘୋଷଣା କରାଯାଉ। ଉପଜିଲାପାଳ ଏବଂ ଆରଡିସିଙ୍କ କ୍ଷମତା ଦିନକୁ ଦିନ ସରକାର ସଙ୍କୁଚିତ କରୁଛନ୍ତି।...
ହୋଟେଲରେ ବଡ଼ ଧରଣର ଚଢ଼ାଉ: ୪୯ ହଜାର ଜରିମାନା ଆଦାୟ
ଖଡ଼ିଆଳ,୧୧ା୧୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସହରରେ ଥିବା ବିଭିନ୍ନ ଦୋକାନ ଏବଂ ହୋଟେଲରେ ଗୁରୁବାର ଖାଦ୍ୟ ସୁରକ୍ଷା ଅଧିକାରୀ, ପୋଲିସ ଓ ଏନ୍ଏସି...
ପ୍ରଶାସନ ସାଜିଛି ନୀରବଦ୍ରଷ୍ଟା: ନକଲି ଜମି ମାଲିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ କେବେ?
ପୁରୁଷୋତ୍ତମପୁର,୧୧।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବରେଜିଷ୍ଟର ଅଫିସରେ ଜମି ଦୁର୍ନିତିର ପର୍ଦ୍ଦାପାଶ ହୋଇଛି। ଜମିର ପ୍ରକୃତ ମାଲିକ ମୃତ୍ୟୁବରଣ କରିଥିବା ସତ୍ତ୍ବେ ଅନ୍ୟ ଜଣେ...
ଭଞ୍ଜନଗର ଉପଖଣ୍ଡରେ ୨୩ରୁ ଖୋଲିବ ମଣ୍ଡି
ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ଧାନମଣ୍ଡି ଖୋଲିବ। ଏଥିପାଇଁ ଉପଖଣ୍ଡ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ...
Archives


