Posted inଖେଳ

ବିସିସିଆଇକୁ ଶ୍ରୀଲଙ୍କାର ଅନୁରୋଧ

କଲମ୍ବୋ, ୧୬ା୫ (ପି.ଟି.)-କୋଭିଡ୍‌-୧୯ ମହାମାରୀ ଯୋଗୁ ଭାରତୀୟ କ୍ରିକେଟ ଦଳର ଶ୍ରୀଲଙ୍କା ଟୁର୍‌ ନେଇ ଅନିଶ୍ଚିତତା ଦେଖାଦେଇଛି। ତେବେ ଏହି ସୀମିତ ଓଭର ବିଶିଷ୍ଟ ସିରିଜକୁ ଜୁଲାଇରେ କରାଇବା ଲାଗି ଦେଶର କ୍ରିକେଟ ବୋର୍ଡ (ଏସ୍‌ଏଲ୍‌ସି) ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡକୁ ଅନୁରୋଧ କରିଛି। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ଭାରତ ଜୁନ୍‌-ଜୁଲାଇରେ ଶ୍ରୀଲଙ୍କା ଗସ୍ତରେ ଯାଇଥାନ୍ତା। ଦଳ ସେଠାରେ ୩ ଦିନିନିଆ ଏବଂ ସମାନ ସଂଖ୍ୟକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିଥାନ୍ତା। ମାତ୍ର ବର୍ତ୍ତମାନ ସମଗ୍ର ବିଶ୍ୱରେ ସ୍ବାସ୍ଥ୍ୟ ସଂକଟ ଦେଖା ଦେଇଥିବାରୁ ଏହି ସିରିଜ ଖେଳାଯିବା ନେଇ ଅନିଶ୍ଚିତତା ଦେଖା ଦେଇଛି। କରୋନାଭାଇରସ୍‌ ଦ୍ୱାରା ସମଗ୍ର ବିଶ୍ୱରେ ୪୦ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ସଂକ୍ରମିତ ହୋଇ ସାରିଲେଣି। ଫଳରେ କ୍ରିକେଟ ଖେଳ ବନ୍ଦ ରହିଛି। ଏସ୍‌ଏଲ୍‌ସି ବିସିସିଆଇକୁ ଏକ ଇ-ମେଲ୍‌ ପଠାଇଛି। ଖେଳପ୍ରେମୀଙ୍କ ସୁରକ୍ଷା ପାଇଁ ଏହି ସିରିଜ ରୁଦ୍ଧଦ୍ୱାରରେ ଖେଳାଯାଇପାରେ। କ୍ୱାରାଣ୍ଟାଇନ୍‌ ନିୟମକୁ କଡ଼ାକଡ଼ି ପାଳନ କରିବା ଲାଗି ଶ୍ରୀଲଙ୍କା ନିର୍ଭର ପ୍ରତିଶ୍ରୁତି ଦେଇଥିବା ପ୍ରକାଶ। ବିସିସିଆଇ କିନ୍ତୁ ଏହାର ଆଭିମୁଖ୍ୟକୁ ପୂର୍ବରୁ ସ୍ପଷ୍ଟ କରିସାରିଛି ଯେ, ସରକାରଙ୍କଠାରୁ ସବୁଜ ସଂକେତ ନ ମିଳିଲେ କିଛି ସମ୍ଭବ ନୁହେଁ। ଇଂଲଣ୍ଡ ୩ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବା ପାଇଁ ଶ୍ରୀଲଙ୍କା ଟୁର୍‌ରେ ଯାଇଥିଲା। ମାତ୍ର କରୋନାଭାଇରସ୍‌ ଯୋଗୁ ଦ୍ୱିତୀୟ ଓ୍ବାର୍ମଅପ୍‌ ମ୍ୟାଚ ଅଧାରୁ ଟୁର୍‌କୁ ବାତିଲ କରିଦିଆଯାଇଥିଲା। ଭାରତ ଯଦି ଟୁର୍‌ରେ ନ ଯାଏ ତେବେ ଏସ୍‌ଏଲ୍‌ସିର ଆର୍ଥିକ ସଂକଟ ବୃଦ୍ଧି ପାଇବ। କରୋନାଭାଇରସ୍‌ ମହାମାରୀ ଯୋଗୁ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୩ତମ ସଂସ୍କରଣ ଅନିର୍ଦ୍ଦିଷ୍ଟକାଳ ପାଇଁ ସସ୍‌ପେଣ୍ଡ ରହିଛି। ଏହି ଟୁର୍ନାମେଣ୍ଟର ଆୟୋଜନ ପାଇଁ ଶ୍ରୀଲଙ୍କା ପୂର୍ବରୁ ଅଫର ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିରାଟଙ୍କୁ ବଡ଼ ଝଟକା, ଶୂନ୍ୟ ରନରେ ଆଉଟ ହେବା ପରେ ତଳକୁ ଖସି ଆସିଛନ୍ତି କୋହଲି, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୭।୧୦: ଭାରତର ଷ୍ଟାର୍‌ ବ୍ୟାଟର ବିରାଟ କୋହଲିଙ୍କୁ ନିକଟରେ ୱେଷ୍ଟଇଣ୍ଡିଜ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ଖେଳୁଥିବାର ଦେଖିବାକୁ ମିଳିଥିଲା। କୋହଲି ପ୍ରଥମ ମ୍ୟାଚରେ…

ODI ବ୍ୟାଟ୍ସମ୍ୟାନଙ୍କ ଟପ-୧୦ରେ ସାମିଲ ହେଲେ କେଏଲ ରାହୁଲ, ଜାଣନ୍ତୁ ପ୍ରଥମ ସ୍ଥାନରେ କିଏ ଅଛନ୍ତି

ନୂଆଦିଲ୍ଲୀ,୭।୧୦: ODI କ୍ରିକେଟରେ ଭାରତୀୟ ବ୍ୟାଟରମାନଙ୍କର ପ୍ରାଧାନ୍ୟ ପୁଣିଥରେ ସ୍ପଷ୍ଟ ହୋଇଛି। ସାମ୍ପ୍ରତିକ ICC ରାଙ୍କିଙ୍ଗରେ, କେ.ଏଲ. ରାହୁଲ ଏକ ବଡ଼ ଧରଣର ଅଗ୍ରଗତି କରି ଶ୍ରେଷ୍ଠ…

ବିଦାୟୀ ଭାଷଣରେ ଚେତାବନୀ ଦେଲେ ଲିଓନେଲ ମେସି: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୭।୧୦: ଆର୍ଜେଣ୍ଟିନା ଜର୍ସିରେ ଲିଓନେଲ ମେସିଙ୍କ ଶେଷ ଅନ୍ତର୍ଜାତୀୟ ମ୍ୟାଚ କେବଳ ଭାବବିହ୍ବଳ କରି ନ ଥିଲା, ବରଂ ତାଙ୍କ ବିଦାୟୀ ଭାଷଣ ଆର୍ଜେଣ୍ଟିନା ଫୁଟବଲ୍କୁ ଏକ…

କୋହଲିଙ୍କୁ କ୍ଷତି, ମାଲାମାଲ ହେଲେ ଗିଲ୍‌: ଆଗକୁ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୭।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦିନିକିଆ ସିରିଜ ଶେଷ ହେବା ପରେ ଆଇସିସି ପକ୍ଷରୁ ନୂଆ ଦିନିକିଆ ରାଙ୍କିଙ୍ଗ ଜାରି କରାଯାଇଛି। ଏହି ରାଙ୍କିଙ୍ଗରେ ଭାରତୀୟ…

‘ମୋତେ ଏବେ ହିଁ ନିଦ ଲାଗୁଛି…’, ପ୍ରଥମ ମ୍ୟାଚ ଜିତିବା ପରେ କାହିଁକି ଏମିତି କହିଲେ ଶ୍ରେୟସ ଆୟର? ଜାଣନ୍ତୁ…

ନୂଆଦିଲ୍ଲୀ,୭।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ ପରେ ଶ୍ରେୟସ ଆୟର କହିଥିଲେ ଯେ ସେ ଏକ ଶତକ ହାସଲ କରିବାକୁ ସ୍ବପ୍ନ ଦେଖୁଥିଲେ ଏବଂ ସେହି…

ଟେଷ୍ଟ, ଦିନିକିଆ, ଟି-୨୦ ତିନୋଟିଯାକ ଫର୍ମାଟରେ ଶତକ ହାସଲ କରି ଏମିତି ଯୋଗ୍ୟତା ଅର୍ଜନ କଲେ ଏହି ଭାରତୀୟ ଖେଳାଳି, ଛୁଟୁଛି ପ୍ରଶଂସା

ନୂଆଦିଲ୍ଲୀ,୭।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଅଧିନାୟକ ଶ୍ରେୟସ ଆୟର ଇତିହାସ ସୃଷ୍ଟି କରିଛନ୍ତି। ଆନ୍ତର୍ଜାତୀୟ କ୍ରିକେଟର ତିନୋଟିଯାକ ଫର୍ମାଟରେ ଶତକ ହାସଲ କରିବାରେ…

‘ଇତିହାସ ସର୍ବଦା…’: ଅଜିତ ଅଗରକରଙ୍କୁ ବିଦାୟ ଜଣାଇ ଏମିତି କ’ଣ କହିଲେ ଗୌତମ ଗମ୍ଭୀର, ଓଦା ହୋଇଯାଉଛି ଆଖି!

ନୂଆଦୀଲ୍ଲୀ,୭।୧୦: ଗୌତମ ଗମ୍ଭୀର ଅଜିତ ଅଗରକରଙ୍କ ପାଇଁ ଏକ ଭାବପୂର୍ଣ୍ଣ ବିଦାୟକାଳୀନ ବାର୍ତ୍ତା ଲେଖିଛନ୍ତି, ଯିଏ ନିକଟରେ ମୁଖ୍ୟ ଚୟନକର୍ତ୍ତା (Chief Selector) ଭାବରେ ନିଜର କାର୍ଯ୍ୟକାଳ…

ପରସ୍ପର ସହ ଆଖି ମିଳାଇଲେ ନାହିଁ ସ୍ମୃତି ମନ୍ଧାନା-ହରମନପ୍ରୀତ କୌର ; ଡ୍ରେସିଂ ରୁମର ପରିବେଶକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୭।୧୦: ମଙ୍ଗଳବାର ଭାରତୀୟ ମହିଳା କ୍ରିକେଟ ଦଳରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖିବାକୁ ମିଳିଥିଲା। ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦରୁ ଓହରି ଯାଇଥିଲେ ଏବଂ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?