Posted inଖେଳ

ବିସିସିଆଇ-ଅଲ୍‌ ଇଣ୍ଡିଆ ରେଡିଓ ଦୁଇ ବର୍ଷିଆ ଚୁକ୍ତି: ଖେଳର ରେଡିଓ କମେଣ୍ଟ୍ରି ଶୁଣିପାରିବେ ଶ୍ରୋତା

ନୂଆଦିଲ୍ଲୀ, ୧୦ା୯ (ପି.ଟି.)-ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଏବଂ ଅଲ୍‌ ଇଣ୍ଡିଆ ରେଡିଓ (ଏଆଇଆର) ମଧ୍ୟରେ ଏକ ଦୁଇ ବର୍ଷିଆ ଚୁକ୍ତି ସ୍ବାକ୍ଷରିତ ହୋଇଛି। ତଦନୁସାରେ ଅଲ୍‌ ଇଣ୍ଡିଆ ରେଡିଓ ଜାତୀୟ କ୍ରିକେଟ ଦଳ ନିଜ ଦେଶରେ ଖେଳିବାକୁ ଥିବା ଅନ୍ତର୍ଜାତୀୟ ମ୍ୟାଚ ବ୍ୟତୀତ ଘରୋଇ ଟୁର୍ନାମେଣ୍ଟଗୁଡ଼ିକର ସିଧାସଳଖ ଧାରାବିବରଣୀ ପ୍ରଦାନ କରିବ। ସମଗ୍ର ଭାରତରେ ଲକ୍ଷ ଲକ୍ଷ ଶ୍ରୋତା ଖେଳର ରେଡିଓ କମେଣ୍ଟ୍ରି ଶୁଣିପାରିବେ। ସେପ୍ଟେମ୍ବର ୧୫ରୁ ଧର୍ମଶାଳାଠାରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଭାରତ ଖେଳିବାକୁଥିବା ପ୍ରଥମ ଅନ୍ତର୍ଜାତୀୟ ଟି୨୦ ମ୍ୟାଚରୁ ଅଡିଓ କମେଣ୍ଟ୍ରି ଆରମ୍ଭ ହେବ। ଏଆଇଆର୍‌ ଏତଦ୍‌ବ୍ୟତୀତ ପୁରୁଷ ଓ ମହିଳା ଘରୋଇ ଟୁର୍ନାମେଣ୍ଟ ଏବଂ ମ୍ୟାଚଗୁଡ଼ିକର କଭରେଜ କରିବ। ଦୁଇ ବର୍ଷିଆ ଚୁକ୍ତି ୨୦୧୯ ସେପ୍ଟେମ୍ବର ୧୦ରୁ ଆରମ୍ଭ ହେବ ଏବଂ ୨୦୨୧ ଅଗଷ୍ଟ ୩୧ରେ ଶେଷ ହେବ। ରଣ୍‌ଜୀ ଟ୍ରଫି, ଇରାନୀ କପ୍‌, ଦେଓଧର ଟ୍ରଫି, ସୟେଦ ମୁସ୍ତାକ ଅଲି ଟ୍ରଫି ଏବଂ ମହିଳା ଚ୍ୟାଲେଞ୍ଜର ସିରିଜକୁ ଅଲ୍‌ ଇଣ୍ଡିଆ ରେଡିଓ କଭରେଜ କରିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

କ୍ରିକେଟ ପରେ ଟିଭି ପରଦାରେ ‘ହିଟମ୍ୟାନ୍’ଙ୍କ ଜଲୱା: ଛୋଟ ପରଦାରେ ଡେବ୍ୟୁ କରିବେ ରୋହିତ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ କ୍ୟାପ୍ଟେନ୍ ରୋହିତ ଶର୍ମା ଆନ୍ତର୍ଜାତୀୟ ଟି-୨୦ ଏବଂ ଟେଷ୍ଟ କ୍ରିକେଟରୁ ଅବସର ନେବା ପରେ ଏବେ ନୂଆ ରୂପରେ ନଜର…

୧୫ ବର୍ଷୀୟା ନାବାଳିକାଙ୍କୁ ଯୌନଶୋଷଣ, ଜେଲ୍ ଗଲେ ଏହି କ୍ରିକେଟର୍

କାନବେରା,୧୨।୮: ଅଷ୍ଟ୍ରେଲିଆ କ୍ରିକେଟର ଆରନ୍ ସମର୍ସ (Aaron Summers) ୧୫ ବର୍ଷର ଜଣେ ନାବାଳିକା ସହ ଯୌନ ଶୋଷଣ କରିଥିବା ଅଭିଯୋଗରେ ୧୦ ମାସର ଜେଲ୍ ଦଣ୍ଡ…

ଟାଇଟଲ ପ୍ରତ୍ୟାହାର, ୩ ବର୍ଷ ବାସନ୍ଦ ହେଲେ ଏହି ଆଥଲେଟ୍‌, ଜାଣନ୍ତୁ…

କୋଲୋରାଡୋ ସ୍ପ୍ରିଙ୍ଗ୍ସ,୧୧।୮: ବ୍ଲଡ ଡୋପିଙ୍ଗ୍‌ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଯୁକ୍ତରାଷ୍ଟ୍ର ଆମେରିକାର ୧,୫୦୦ମିଟର ଚାମ୍ପିୟନ ଜୋନା କୋଚ୍‌ଙ୍କଠାରୁ ଟାଇଟଲ ପ୍ରତ୍ୟାହାର କରି ନିଆଯିବା ସହ…

ପୈତୃକ ଗାଁରେ ଘର କାମ ଆରମ୍ଭ କଲେ ରିଷଭ ପନ୍ତ

ପିଥୋରାଗଡ଼(ଉତ୍ତରାଖଣ୍ଡ),୧୦ା୮: ରିଷଭ ପନ୍ତଙ୍କ ମା’ ଉତ୍ତରାଖଣ୍ଡର ପିଥୋରାଗଡ଼ ଜିଲାରେ ନିଜ ପୈତୃକ ଗାଁକୁ ଫେରିବା ପରେ ସେମାନଙ୍କ ଘରର ପୁନଃ ନିର୍ମାଣ କାମ ଆରମ୍ଭ ହୋଇଛି। ଏହାକୁ…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

ଗାଙ୍ଗୁଲିଙ୍କ ଜୀବନ ପ୍ରତି ବିପଦ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଏବଂ ତାଙ୍କ ପତ୍ନୀ ଡୋନା ଗାଙ୍ଗୁଲିଙ୍କୁ ହତ୍ୟା ଧମକ ମିଳିଛି। ବର୍ତ୍ତମାନ କ୍ରିକେଟ ଆସୋସିଏସନ ଅଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri