ବିସ୍ଥାପିତଙ୍କ ଆନ୍ଦୋଳନ, କୋଇଲା ଉତ୍ପାଦନ ବାଧାପ୍ରାପ୍ତ

ଲଖନପୁର,୨୪।୫(ଡି.ଏନ୍‌.ଏ) ମହାନଦୀ କୋଲ୍‌ଫିଲ୍ଡ ଲିମିଟେଡ୍‌ (ଏମ୍‌ସିଏଲ୍‌) ଲଖନପୁର ଖୋଲାମୁହଁ କୋଇଲାଖଣି ଦ୍ୱାରା ବିସ୍ଥାପିତ ହୋଇଥିବା ଉବୁଡା ଗ୍ରାମର ୩ ପରିବାର ଚାକିରି ଓ କ୍ଷତିପୂରଣ ଦାବିରେ ଖଣି ପରିସରରେ ଶନିବାର ସକାଳ ସାଢେ ୭ଟାରୁ ଅପରାହ୍ନ ସାଢେ ୪ଟା ପର୍ଯ୍ୟନ୍ତ ଆନ୍ଦୋଳନ କରିଥିଲେ। ଫଳରେ ୬ ନମ୍ବର କ୍ୱାରିରୁ କୋଇଲା ଉତ୍ତୋଳନ ବାଧାପ୍ରାପ୍ତ ହୋଇଥିଲା । ଖବର ପାଇ ଲଖନପୁର ଥାନା ପୋଲିସ ସେଠାକୁ ପହଞ୍ଚି ଆନ୍ଦୋଳନକାରୀଙ୍କୁ ବୁଝାସୁଝା କରିଥିଲା। ହେଲେ କିଛି ସୁଫଳ ମିଳି ନ ଥିଲା। ପରେ ମାଜିଷ୍ଟେଟ ଦାୟିତ୍ୱରେ ଥିବା ଲଖନପୁର ଅତିରିକ୍ତ ତହସିଲଦାର ପ୍ରସନ୍ନ ପଟେଲ ଓ ଲଖନପୁର କୋଇଲାଖଣି ପ୍ରକଳ୍ପ ଅଧିକାରୀ ଅରୁଣ କୁମାର ସ୍ବର୍ଣ୍ଣକର, ମ୍ୟାନେଜର (ମାଇନିଂ) ବିଜୟ ରାୟ ପ୍ରମୁଖ ପହଞ୍ଚି ଆନ୍ଦୋଳନକାରୀଙ୍କ ସହିତ ଆଲୋଚନା କରିଥିଲେ । ଲକ୍‌ଡାଉନ ଉଠିବା ପରେ ଏ ସମ୍ପର୍କରେ ଆଲୋଚନା କରାଯାଇ ସମସ୍ୟାର ସମାଧାନ କରାଯିବ ବୋଲି ଅଧିକାରୀମାନେ ପ୍ରତିଶ୍ରୁତି ଦେଇଥିଲେ। ଏହି ସମୟ ପର୍ଯ୍ୟନ୍ତ ସେମାନଙ୍କ ଜମିରୁ କୋଇଲା ଉତ୍ତୋଳନ ନ କରିବା ପାଇଁ ବିସ୍ଥାପିତମାନେ ଦାବି କରିଥିଲେ। ଏଥିରେ ଖଣି କର୍ତୃପକ୍ଷ ସହମତି ପ୍ରକାଶ କରିଛନ୍ତି ।
ଉଲ୍ଲେଖଯୋଗ୍ୟ, ଉବୁଡା ଗ୍ରାମର ଗୌତମ ଖମାରୀ ଓ ତାଙ୍କ ପରିବାରର ସମୁଦାୟ ୧୭ଏକର ୮୩ ଡେସିମିଲ ଜମି ଏମ୍‌ସିଏଲ୍‌ରେ ଯାଇଛି । ଏହି ଜମିରେ ଗୌତମଙ୍କ ପରିବାର କୌଣସି ସୁବିଧା ସୁଯୋଗ ପାଇ ନ ଥିବା ଅଭିଯୋଗ କରିଛନ୍ତି। ସେହିପରି ଉବୁଡା ଗ୍ରାମର ଚମାର ଅଢା ଓ ଗିରିଧାରୀ ସାହୁଙ୍କର ୧୧ଏକର ଜମି ଯାଇଛି। ଏମାନେ କୌଣସି ସୁବିଧା ସୁଯୋଗ ପାଇନାହାନ୍ତି ବୋଲି ଅଭିଯୋଗ କରିଛନ୍ତି। ବିସ୍ଥାପିତମାନଙ୍କୁ କୌଣସି ସୁବିଧା ସୁଯୋଗ ନ ଦେଇ ସେମାନଙ୍କ ଜମିରେ କମ୍ପାନୀ କର୍ତ୍ତୃପକ୍ଷ ବଳପୂର୍ବକ ଖଣି ସମ୍ପ୍ରସାରଣ କରିଚାଲିଛନ୍ତି। ବିସ୍ଥାପିତମାନେ ନିଜର ହକ୍‌ ଦାବି କଲେ କମ୍ପାନୀ କର୍ତ୍ତୃପକ୍ଷ କେବଳ ଫମ୍ପା ପ୍ରତିଶ୍ରୁତି ଦେଇଚାଲିଛନ୍ତି। ଫଳରେ ସେମାନେ ବାରମ୍ବାର ଆନ୍ଦୋଳନ କରୁଛନ୍ତି । ଆଜିର ଏହି ଆନ୍ଦୋଳନରେ ଗୌତମ ଖମାରୀ, ଚମାର ଅଢା ଓ ଗିରିଧାରୀ ସାହୁଙ୍କ ପରିବାର ସାମିଲ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ତାଣ୍ଡବ ରଚିଲା କାଳବୈଶାଖୀ

କୋକସରା,୭।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାଳବୈଶାଖୀ ଆଣିଛି ତାତିରୁ ଶାନ୍ତି, ହେଲେ ଏହାର ପ୍ରଭାବରେ ବଡ ବଡ ଗଛ ସହ ବିଦ୍ୟୁତ ଖୁଣ୍ଟ ଉପୁଡି ପଡି ଉପାନ୍ତ...

ଫୁଲ ଛାଡି ଶଙ୍ଖ ଫୁଙ୍ଖିଲେ ଭାଜପାର ବଡ଼ ନେତା

ଗଞ୍ଜାମ,୭।୫(ବିଦ୍ୟାଧର ସାହୁ ): ଆଉ ଦିନ କେଇଟା ପରେ ସାଧାରଣ ନିର୍ବାଚନ। ଆସନ୍ତା ମେ ୧୩ ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି l...

ଆସନ୍ତାକାଲି ମହାପ୍ରଭୁଙ୍କ ୬ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୭।୫: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବୁଧବାର ବନକ ଲାଗି ନୀତି ଅନୁଷ୍ଠିତ ହେବ। ବନକ ଲାଗି ପାଇଁ ପ୍ରାୟ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ।...

ଦକ୍ଷିଣାଞ୍ଚଳ ଆଇଜିଙ୍କ ନିକଟରେ ଆତ୍ମସମର୍ପଣ କଲେ ମାଓବାଦୀ

ଫୁଲବାଣୀ,୭ା୫(ରାକେଶ କୁମାର ରାଉତ): କେକେବିଏନ୍‌ ମାଓବାଦୀ ସଂଗଠନର ଜଣେ କ୍ୟାଡର ମାଓବାଦୀ ଦକ୍ଷିଣାଞ୍ଚଳ ଆଇଜି ଜେ.ଏନ୍‌.ପଙ୍କଜଙ୍କ ନିକଟରେ ଆତ୍ମସମର୍ପଣ କରି ସମାଜର ମୁଖ୍ୟ ସ୍ରୋତରେ ସାମିଲ...

ଗଞ୍ଜାମରେ ଫ୍ଲାଇଂ ସ୍କ୍ବାଡର ଯାଞ୍ଚ କଡାକଡି

ଛତ୍ରପୁର ୭।୫(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲାରେ ଚଳିତ ମାସ ୧୩ରେ ଚତୁର୍ଥ ପର୍ଯ୍ୟାୟ ଏବଂ ୨୦ରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ ।...

ବଜ୍ରପାତରେ ଚାଲିଗଲା ୯ ଗୋରୁଙ୍କ ଜୀବନ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ, ୭/୫ (ଅରୁଣ ସାହୁ /ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ଜନଜୀବନ ପ୍ରଭାବିତ ହୋଇଛି।...

ରୋଚକ ମୋଡ଼ରେ ପିପିଲି ରାଜନୀତି: ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀଙ୍କ ବିରୋଧରେ ସ୍ବାଧୀନ ଭାବେ ଲଢ଼ିବେ ସ୍ତ୍ରୀ ଜାଗୃତି

ଭୁବନେଶ୍ୱର,୭।୫: ନିର୍ବାଚନ ମଇଦାନରେ ସ୍ବାମୀଙ୍କ ବିରୋଧରେ ଲଢ଼ିବେ ସ୍ତ୍ରୀ। ପିପିଲି ବିଧାନସଭା ଆସନରେ କିଛି ଏଭଳି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଗୋଟିଏ ପଟେ...

କଂଗ୍ରେସ ଛାଡିଲେ ଚିତ୍ତରଞ୍ଜନ, ନେଲେ ବଡ଼ ନିଷ୍ପତ୍ତି

ନୀଳଗିରି,୭।୫: କଂଗ୍ରେସ ଛାଡିଲେ ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ନିର୍ବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ ବିରୋଧରେ ଦୁର୍ବ୍ୟବହାର ଅଭିଯୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri