ସୁନ୍ଦରଗଡ଼, ୧।୫(ଡି.ଏନ୍.ଏ.): ସୁନ୍ଦରଗଡ଼ ଟାଉନ ଥାନା ଅନ୍ତର୍ଗତ ରାଣୀ ବଗିଚାରେ ଗୁରୁବାର ରାତିରେ ବିସ୍ଫୋରଣ ଘଟି ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ରେଣୁକା ନାଗ (୨୩)।
ରେଣୁକାଙ୍କ ବାପା କହ୍ନାଇ ନାଗଙ୍କ କହିବା ଅନୁସାରେ, ଗୁରୁବାର ରାତିରେ ପରିବାର ଲୋକେ ଖାଇପିଇ ଶୋଇବାକୁ ଯାଉଥିଲେ। ଏହି ସମୟରେ ଝିଅ ରେଣୁକା ଅନ୍ୟ ଏକ କୋଠରୀକୁ ଯାଇ ଏକ ଟିଣ ବାକ୍ସ ଖୋଲିଥିଲେ। ଏହି ସମୟରେ ହଠାତ୍ ବିସ୍ଫୋରଣ ଘଟିଥିଲା। ରେଣୁକାଙ୍କୁ ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଶୁକ୍ରବାର ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ତେବେ ପୋଲିସ କିଛି କହି ନ ଥିବା ବେଳେ ରେଣୁକାଙ୍କ ଭାଇକୁ ଥାନାରେ ଅଟକ ରଖି ପଚରାଉଚରା ଚଲାଇଥିବା ଜଣାପଡ଼ିଛି।
ବିସ୍ଫୋରଣରେ ଯୁବତୀଙ୍କ ଜୀବନଗଲା: ଭାଇକୁ ଥାନାରେ ଅଟକ ରଖି ପଚରାଉଚରା କରୁଛି ପୋଲିସ
Posted inଆମ ଜିଲା ଖବର, ସୁନ୍ଦରଗଡ଼ View All
ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍ କରି କହିଲେ…
ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…
ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ
ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…
ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ
ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…
ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..
ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…
ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ
ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍ ରିସର୍ଚ୍ଚ ଇନ୍ ସ୍କିମ୍ ଏଣ୍ଡ୍ ପଲିସିଜ୍(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍(ବିଲଡିଂ ଲାଇଭହୁଡସ୍ ଥ୍ରୁ…
ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ
ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…
ହତ୍ୟା ଉଦ୍ୟମ ଘଟଣା: ବର୍ଷେ ପରେ ୨ ନାବାଳକ ଜେଜେବିରେ ହାଜର
ଦିଗପହଣ୍ଡି, ୭।୯ (ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ବେନୁ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ପ୍ରାୟ ଏକ ବର୍ଷ…
ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ
ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…
Archives

