ବିହାରରୁ ଓଡଗାଁ: ସାଇକେଲରେ ୧୨୦୦ କିମି ପାର ହୋଇ ପହଞ୍ଚିଲେ ଦୁଇଜଣ ମିସ୍ତ୍ରୀ

ଓଡଗାଁ, ୨୯।୪(ସ୍ବ.ପ୍ର.)- ପରିବାର ଭରଣ ପୋଷଣ ପାଇଁ ଓଡଗାଁରୁ ବିହାରର ପୁର୍ଣିଆ ଜିଲା ବନମଖୀ ଯାଇଥିବା ଦୁଇ ମନ୍ଦିର ମିସ୍ତ୍ରୀ ସାଇକେଲରେ ଗାଁକୁ ଫେରିଛନ୍ତି। କରୋନା ଯୋଗୁ ସାରା ଦେଶରେ ଲକ୍‌ଡାଉନ୍‌ ସ୍ଥିତି ଜାରି ରହିଥିବା ଫଳରେ ସେମାନେ ରୋଜଗାର ହରାଇଥିଲେ। ମାଲିକ ସେମାନଙ୍କୁ କାମ ବନ୍ଦ କରିବାକୁ କହିବା ପରେ ସେମାନେ ଚଳିବା ପାଇଁ ଅସୁବିଧା ହୋଇଥିଲା। ଫଳରେ ଓଡଗାଁ ଛାମୁସାହିର ସୋମନାଥ ସେନାପତି (୩୭)ଓ ରବିଗାଡିଆର ମୁରଲୀ ସ୍ବାଇଁ (୨୦) ଉଭୟେ ଦୁଇଟି ସାଇକେଲ କିଣି ସହିତ ୨୦ ତାରିଖ ଭୋର ସମୟରେ ଓଡିଶା ଅଭିମୁଖେ ଯାତ୍ରା ଆରମ୍ଭ କରିଥିଲେ। ସେଠାରୁ ଭଗଲପୁର, ଆସାନସୋଲ, ପୁରୁଲିଆ, ଟାଟା, ରାଞ୍ଚି, ରାଉରକେଲା, ଝାରସୁଗୁଡା, ସମ୍ବଲପୁର, ରେଢ଼ାଖୋଲ, ବୌଦ୍ଧ, ଦଶପଲ୍ଲା, ମହୀପୁର ପ୍ରାୟ ୧୨୦୦ କିମି ଅତିକ୍ରମ କରି ବୁଧବାର ମଧ୍ୟାହ୍ନରେ ସ୍ଥାନୀୟ ଏନ୍‌ଏସି କାର୍ଯ୍ୟାଳୟରେ ପହଞ୍ଚିଥିଲେ। ଉଭୟେ ପହଞ୍ଚିବାରେ ଏନ୍‌ଏସି ତରଫରୁ ସେମାନଙ୍କ ସାଇକେଲ ବିଶୋଧିତ କରାଯାଇଥିଲା। ସୋମନାଥଙ୍କୁ ସ୍ଥାନୀୟ କଲ୍ୟାଣ ମଣ୍ଡପ ସଙ୍ଗରୋଧ ଗୃହରେ ୧୪ ଦିନପାଇଁ ଅବସ୍ଥାପିତ କରାଯାଇଥିବା ବେଳେ ମୁରଲୀଙ୍କୁ ରବିଗାଡିଆ ସରପଞ୍ଚଙ୍କୁ ପଞ୍ଚାୟତ ସଙ୍ଗରୋଧ ଗୃହରେ ରଖିବା ନିମନ୍ତେ ପଠାଇ ଦିଆଯାଇଛି। ଉଭୟେ ପ୍ରତିଦିନ ହାରାହାରି ୧୩୦ କିମି ରାସ୍ତା ଅତିକ୍ରମ କରୁଥିବା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ: ଶିଶୁ-ମାତୃ ମୃତ୍ୟୁ ହାର ହ୍ରାସ ଲକ୍ଷ୍ୟ

କେସିଙ୍ଗା ,୧୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଅଧ୍ୟକ୍ଷ ରବୀନ୍ଦ୍ର ଖଟୁଆଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ ପାଳିତ ହୋଇ ଯାଇଥିଲା।…

ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା

ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଭାଲିଡେସନ ଆକ୍ଟକୁ ନେଇ ପେନସନଭୋଗୀଙ୍କ ମନରେ ଭୟ: ବିରୋଧ କଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ଦିଗପହଣ୍ଡି ଅବସରପ୍ରାପ୍ତ କର୍ମଚାରୀ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri