Posted inଜାତୀୟ

ବିହାରରେ ବ୍ୟାପୁଛି ମସ୍ତିଷ୍କଜ୍ୱର:୧୦୦ ଊର୍ଦ୍ଧ୍ୱ ଶିଶୁଙ୍କ ପ୍ରାଣ ଗଲାଣି

ପାଟନା,୧୭ା୬: ବିହାରର ମୁଜାଫରପୁରରେ ଆକ୍ୟୁଟ ଏନ୍ସେଫାଲାଇଟିସ ସିଣ୍ଡ୍ରୋମ (ଏଇଏସ) ଏବଂ ଜାପାନିଜ ଏନ୍ସେଫାଲାଇଟିସ (ଜେଇ) ରୋଗର ପ୍ରକୋପ ଜାରି ରହିଛି। ଗତ ୨୪ ଘଣ୍ଟାରେ ଏଠାରେ ୨୦ଜଣ ଶିଶୁଙ୍କ ପ୍ରାଣ ନେଇଛି ଏହି ରୋଗ। ସ୍ଥିତି ଉଦବେଗଜନକ ଥିବାରୁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ରବିବାର ଦୁଇ ହସ୍ପିଟାଲକୁ ପରିଦର୍ଶନରେ ଯାଇ ସ୍ଥିତି ଅନୁଧ୍ୟାନ କରିଛଥିଲେ। ଏହି ରୋଗକୁ ଏଡାଇବା ପାଇଁ କେନ୍ଦ୍ରୀୟ ଦଳ ସବୁ ପ୍ରକାର ଚେଷ୍ଟା ଜାରି ରଖିଛି ବୋଲି ହର୍ଷବର୍ଦ୍ଧନ କହିଛନ୍ତି। ଜୁନ ୧ରୁ ୧୭୮ ଶିଶୁ ଏସକେଏମସିଏଚରେ ଏବଂ ୭୨ ଶିଶୁ କେଜ୍ରିଓ୍ବାଲ ହସ୍ପିଟାଲରେ ଚିକିତ୍ସିତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଅଧିକାଂଶ ମସ୍ତିଷ୍କଜ୍ୱରରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଥିବା ଜଣାପଡ଼ିଛି। ସରକାରୀ ସ୍ତରରେ ମୃତ୍ୟୁସଂଖ୍ୟା ୭୨ ବୋଲି ଘୋଷଣା କରାଯାଇଥିଲେ ହେଁ ପ୍ରକୃତରେ ୧୦୦ଜଣ ଶିଶୁଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ଆଉ କେତେଜଣ ଶିଶୁ ଗାଁରେ ପ୍ରାଣ ହରାଇବା ପରେ ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଉଥିବା ଦେଖିବାକୁ ମିଳିଛି। ଏବେ ଡାକ୍ତରଖାନାରେ ୧୧୫ଜଣ ଶିଶୁ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଙ୍ଗେରୀ ନିର୍ବାଚନ ଫଳାଫଳ, କିଏ ହେବେ ନୂଆ ପ୍ରଧାନମନ୍ତ୍ରୀ ଜାଣନ୍ତୁ…

ବୁଦାପେଷ୍ଟ,୧୩ା୪: ୧୬ ବର୍ଷ ଧରି କ୍ଷମତାରେ ରହିଥିବା ହଙ୍ଗେରୀ ପ୍ରଧାନମନ୍ତ୍ରୀ ଭିକ୍ଟର ଓର୍ବାନ୍‌ ରବିବାର ଅନୁଷ୍ଠିତ ନିର୍ବାଚନରେ ପରାଜିତ ହୋଇଛନ୍ତି। ହଙ୍ଗେରୀୟ ଭୋଟର ତାଙ୍କ ଏକଚ୍ଛତ୍ରବାଦ ନୀତି…

ଏ ବର୍ଷ କମ୍‌ ବର୍ଷା: ଆଇଏମ୍‌ଡିର ପୂର୍ବାନୁମାନ ପରେ ଚାଷୀଙ୍କ ମୁଣ୍ଡରେ ପଡିଲା ଚଡ଼କ

ନୂଆଦିଲ୍ଲୀ,୧୩ା୪ : ଭାରତରେ ୩ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଚଳିତ ବର୍ଷ ସ୍ବାଭାବିକଠାରୁ କମ୍‌ ବୃଷ୍ଟିପାତ ହୋଇପାରେ ବୋଲି ସୋମବାର ସରକାରଙ୍କ ପକ୍ଷରୁ କୁହାଯାଇଛି।…

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ

ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍‌ଡ଼ିପିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri