Posted inଫୁରସତ

ବିହାରରେ ହେଲା କୁକୁଡ଼ା ବର୍ଷା: କରୋନାକୁ ଭୟ ନ କରି ଲୋକେ ଘରକୁ ନେଲେ ବୋହି

ପାଟନା,୧୫।୩: ପୃଥିବୀସାରା ଏବେ କରୋନା ସଂକ୍ରମଣକୁ ନେଇ ଆତଙ୍କ ସୃଷ୍ଟି ହୋଇଛି। କରୋନା ଯେତିକି ଆତଙ୍କ ନ ସୃଷ୍ଟି କରୁଛି, ତାହାଠାରୁ ଲୋକଙ୍କୁ ବେଶି ଭୟଭୀତ କରୁଛି ସଂକ୍ରମଣ ନେଇ ଗୁଜବ। କେତେକ ଚିକେନ ଖାଇବାକୁ ମନା କରୁଛନ୍ତି। ତେଣୁ କୁକୁଡ଼ା ଚାଷୀ କ୍ଷତିଗ୍ରସ୍ତ ହେବାରେ ଲାଗିଛନ୍ତି। ଏବେ ବିହାର ଅରଓ୍ବାଲ ଜିଲାର ଜଣେ ଚାଷୀ ନିଜ ଘର ଛାତ ଉପରେ ଚଢ଼ି କୁକୁଡ଼ା ତଳକୁ ଉଡ଼ାଇଛନ୍ତି। ସ୍ଥାନୀୟ ଖୋଖଡ଼ି ଗାଁରେ ଏଭଳି ଦୃଶ୍ୟ ପ୍ରାୟ ଘଣ୍ଟାଏ ଧରି ଦେଖିବାକୁ ମିଳିଛି। ଚାଷୀ ଛାତ ଉପରେ ଚଢ଼ି କୁକୁଡ଼ା ବର୍ଷା କରିଥିଲେ। ଲୋକେ ଜମା ହୋଇ ଯିଏ ଯେତେ ପାରିଲା ସେତେ କୁକୁଡ଼ା ଘରକୁ ବୋହି ନେଇଥିଲେ। ଚାଷୀଙ୍କ କୁକୁଡ଼ା ଗୋଟାକୁ ୪ ଟଙ୍କାରେ ବି କେହି କିଣୁ ନ ଥିଲେ। ପାଖରେ ଟଙ୍କା ଅଭାବରୁ କୁକୁଡ଼ାଙ୍କୁ ଖାଦ୍ୟ ଯୋଗାଇବା ଅସମ୍ଭବ ହୋଇ ପଡ଼ିଥିଲା। ତେଣୁ ସେ ବାଧ୍ୟ ହୋଇ ୫ ହଜାର କୁକୁଡ଼ା ଏଭଳି ଛାତରୁ ତଳକୁ ପକାଇଥିଲେ। କରୋନା ଭୟରେ ଟଙ୍କା ଦେଇ କୁକୁଡ଼ା କିଣୁ ନ ଥିବା ଲୋକ କିନ୍ତୁ ମାଗଣାରେ ଘରକୁ କୁକୁଡ଼ା ବୋହି ନେଇଥିବା ଚାଷୀ କହିଛନ୍ତି। ୪୮ ସେକେଣ୍ଡର ଏହି ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବଢୁଛି ନଦୀ ଜଳସ୍ତର, ଦକ୍ଷିଣ ଓଡ଼ିଶାରେ ବନ୍ୟା

ଭୁବନେଶ୍ୱର,୨୫।୯: ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ଦକ୍ଷିଣ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ଜଳ ସମ୍ପଦ ବିଭାଗ…

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ…

୩୦ରେ ଓଡ଼ିଶା ବନ୍ଦ ଡାକରା: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ…

ଭୁବନେଶ୍ୱର,୨୫।୯: ଆସନ୍ତା ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା…

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି…

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

ନିଜ ନକ୍ଷତ୍ରରେ ଶନି କଲେ ପ୍ରବେଶ: ୩ ରାଶିଙ୍କ ପଲଟିଯିବ ଭାଗ୍ୟ, ବ୍ୟବସାୟରେ ବମ୍ପର ଲାଭ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ରାଶି ପରିବର୍ତ୍ତନଠାରୁ ଆରମ୍ଭ କରି ନକ୍ଷତ୍ର ଗୋଚରକୁ ମଧ୍ୟ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନାଯାଏ। ଶନିଙ୍କ ଗତିବିଧିର ପ୍ରଭାବ ୧୨ଟି ରାଶି ଉପରେ…

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

ସଞ୍ଜୁଙ୍କୁ ଦେଖି ପାକିସ୍ତାନୀ ଫ୍ୟାନ୍‌ କହିଲେ ‘ଆଇ ଲଭ ୟୁ’: କଲେ ଏମିତି ଅନୁରୋଧ, ଶୁଣିକି ସମସ୍ତେ…ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୫।୯: ଜାପାନର ସାନୋ ସହରରେ ଖେଳାଯାଇଥିବା ଭାରତ-ଜାପାନ ଏକମାତ୍ର ଟି-୨୦ ମ୍ୟାଚ ପରେ ମୈଦାନ ବାହାରେ ଦେଖିବାକୁ ମିଳିଥିଲା ଏକ ମଜାଦାର ଦୃଶ୍ୟ। ଭାରତୀୟ ଷ୍ଟାର ବ୍ୟାଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?