ବି.ଡକେବାଡ଼ିରେ ଜ୍ୱର, ଝାଡ଼ା ଘଟଣା: ବିଶୁଦ୍ଧ ପାନୀୟ ଜଳ ବ୍ୟବସ୍ଥା ଦାବି କଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି,୩୦ା୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ବି.ଡକେବାଡ଼ି ଗ୍ରାମରେ ୧୦ ଦିନ ହେବ ୨୦ରୁ ଊର୍ଦ୍ଧ୍ୱ ଜଣଙ୍କୁ ଜ୍ୱର ହେବା ସହ ପତଳା ଝାଡ଼ା ଲାଗି ରହିଛି। ଡାକ୍ତରୀ ଦଳ ଚିକିତ୍ସା ପାଇଁ ଯାଇଥିଲେ ମଧ୍ୟ ସମସ୍ତ ରୋଗୀଙ୍କ ଘରେ ପହଞ୍ଚି ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ସେପଟେ ପିଇବା ପାଣି ଯୋଗୁ ଏଭଳି ବାରମ୍ବାର ଜ୍ୱର ଏବଂ ଝାଡ଼ା ହେଉଥିବା ଚିକିତ୍ସା କରୁଥିବା ଡାକ୍ତରଙ୍କ ପକ୍ଷରୁ କୁହାଯାଉଛି। କିନ୍ତୁ ବିଶୁଦ୍ଧ ପିଇବା ପାଣିର ବ୍ୟବସ୍ଥା କରାଯାଉ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏବେ ସୁଦ୍ଧା କିଛି ଲୋକ ଘରୋଇ କ୍ଲିନିକ୍‌ରେ ଚିକିତ୍ସା ହେଉଥିବା ବେଳେ ଆଉ କିଛି ଲୋକ ଡାକ୍ତରଖାନାରେ ପହଞ୍ଚିଛନ୍ତି। ଆବଶ୍ୟକ ଡାକ୍ତର ଟିମ୍‌ ବି.ଡକେବାଡ଼ି ଯାଇ ଚିକିତ୍ସା କରିବା ଏବଂ ସଠିକ୍‌ ଢଙ୍ଗରେ ଚିକିତ୍ସା କରିବାକୁ ଗ୍ରାମର ସୁନାବାର ମଲ୍ଲିକ, ପ୍ରେମିକା ହାଁସଦା ନିଲାମତି ନାୟକ, କିଷାନ ନାୟକ, ପାଏଲ ନାୟକ ପ୍ରମୁଖ ଦାବି କରିଛନ୍ତିି। ତୁରନ୍ତ ବିଶୁଦ୍ଧ ପାନୀୟଜଳ ଯୋଗାଇ ଦେବାକୁ ଦାବି ହେଉଛି। ଗ୍ରାମରେ ଗୋଟିଏ କୂଅ ରହିଥିବା ବେଳେ ଅଧିକାଂଶ ଲୋକ ଏହା ଉପରେ ନିର୍ଭରଶୀଳ। ତେବେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ବ୍ଲକ କାର୍ଯ୍ୟାଳୟ ମଧ୍ୟରେ ସମନ୍ବୟର ଅଭାବ ଯୋଗୁ ବି.ଡକେବାଡ଼ି ବାସିନ୍ଦା ହନ୍ତସନ୍ତ ହେଉଛନ୍ତି। ଏନେଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଇନଚାର୍ଜ ଡାକ୍ତର ଜୟପାଲ ସେନାପତି କହିଛନ୍ତିି ଯେ, ସେ ଏନେଇ ଜିଲାକୁ ଜଣାଇଛନ୍ତି। ଉକ୍ତ ଗ୍ରାମରେ ନଳକୂପ ଥାଇ ମଧ୍ୟ ଲୋକେ ଚୁଆପାଣି ବ୍ୟବହାର କରୁଥିବାରୁ ଏଭଳି ସମସ୍ୟା ଉପୁଜିଛି। ତେଣୁ ଗୁରୁବାର ୬ ଜଣଙ୍କୁ ଡାକ୍ତରଖାନା ଅଣାଯାଇଛି। ଚିକିତ୍ସା ଚାଲିବା ସହ ସେମାନଙ୍କ ସ୍ବାବ୍‌ ଟେଷ୍ଟ ପାଇଁ ପଠାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ୨ଦିନ ପ୍ରବଳ ଶୀତ: ଆଜି ୯ ଜିଲାକୁ ଓ୍ୱାର୍ନିଂ

ଭୁବନେଶ୍ୱର,୧୨।୧୨: ଆହୁରି ୨ ଦିନ ଯାଏ ଶୀତ ଲହରି ଜାରି ରହିବ। ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ଶୀତ ଲହରି...

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ଯୁଦ୍ଧକାଳୀନ ଭିତ୍ତିରେ ନିର୍ମାଣ ହେବ ଶ୍ମଶାନ ଘାଟ

ପୁରୁଷୋତ୍ତମପୁର,୧୨ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ମୃତଦେହ ଦାହ କରିବା ଓ କ୍ରିୟାକର୍ମ କରିବା ସହ ମୃତବ୍ୟକ୍ତିଙ୍କ ଅସ୍ଥି ରଖିବା ଲୋକଙ୍କ ଲାଗି ସମସ୍ୟା ପାଲଟିଥିବାବେଳେ...

ଧାନ ସଂଗ୍ରହରେ ଅଚଳାବସ୍ଥା ଜାରି: ଜାତୀୟ ରାଜପଥରେ ଗର୍ଜିଲେ ଚାଷୀ

ସମ୍ବଲପୁର,୧୨।୧୨(ପ୍ରମୋଦ ବହିଦାର): ସମ୍ବଲପୁରରେ ଟୋକନ ମିଳିବା ବିଳମ୍ବକୁ ନେଇ ତାତି ଉଠିଛନ୍ତି ଚାଷୀ। ଉତ୍ତ୍ୟକ୍ତ ଚାଷୀ ଶୁକ୍ରବାର ପୂର୍ବାହ୍ନରୁ ସମ୍ବଲପୁର ସହରର ୨କୁ ନେଇ ଚାଷୀ...

୨୦୨୬ରେ ରାହୁ ଗୋଚର: ଏହି ୩ ରାଶିର ବଦଳିବ ଭାଗ୍ୟ, ୩ ରାଶିର ଭାଗ୍ୟ ଖରାପ

ନୂଆଦିଲ୍ଲୀ,୧୩।୧୨: ୨୦୨୬ ବର୍ଷ କିଛି ରାଶି ପାଇଁ ପରିବର୍ତ୍ତନଶୀଳ ବର୍ଷ ହୋଇପାରେ। ନୂତନ ବର୍ଷରେ ରାହୁ ଦୁଇଥର ନିଜର ସ୍ଥାନ ପରିବର୍ତ୍ତନ କରିବେ। ସମ୍ପତ୍ତି ଲାଭ...

ମାତ୍ର ୫ ହଜାର ଟଙ୍କାରେ ଆରମ୍ଭ କରନ୍ତୁ ଏହି ବ୍ୟବସାୟ: ପ୍ରଥମ ଦିନରୁ ଲାଭ ହିଁ ଲାଭ…

ନୂଆଦିଲ୍ଲୀ,୧୨।୧୨: ଅନେକ ଲୋକ ଚାକିରି ଛାଡି ନିଜର ବ୍ୟବସାୟ ଆରମ୍ଭ କରିବାକୁ ଯୋଜନା କରୁଛନ୍ତି। ତଥାପି, ଅନେକ ଲୋକ ପାଣ୍ଠି ଅଭାବରୁ ଏହା କରିପାରୁ ନାହାଁନ୍ତି।...

ଭୋ ଭୋ ହୋଇ କାନ୍ଦିଲେ ହେମା ମାଳିନୀ: ୨ ଝିଅଙ୍କ ଆଗରେ ଘଟିଲା…

ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ନିକଟରେ ଦେହାନ୍ତ ହୋଇଥିଲା। ତାଙ୍କ ପରିବାର ଏବେ ବି ଏହି ଆଘାତରୁ ମୁକୁଳିପାରୁନାହିଁ। କିଛି ଦିନ ପୂର୍ବେ ସନ୍ନି ଦେଓଲ...

ନିଜକୁ ଶ୍ରମିକ କହିଲେ ମୋଦି, ଏନଡିଏ ସାଂସଦଙ୍କୁ କଣ ଗୁରୁମନ୍ତ୍ର ଦେଲେ ଜାଣନ୍ତୁ

ନୂଆଦିଲ୍ଲୀ,୧୨।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଉତ୍ତରପ୍ରଦେଶ ଏନଡିଏ ସାଂସଦଙ୍କ ମଧ୍ୟରେ ବୈଠକ ଶେଷ ହୋଇଛି । ମିଡ଼ିଆ ରିପୋର୍ଟ ଅନୁସାରେ, ବୈଠକ ସକରାତ୍ମକ ଏବଂ...

ପ୍ରସ୍ତାବିତ ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ କଡ଼ା ସୁରକ୍ଷାରେ ଚାଲିଛି ଗ୍ରାମସଭା: ଗ୍ରାମବାସୀଙ୍କ ଏସବୁ ଦାବି ପୂରଣ ନ ହେଲେ…

ପାଟଣା,୧୨ା୧୨(ବୀରକିଶୋର ଦାଶ): ପ୍ରସ୍ତାବିତ ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଭୃଙ୍ଗରାଜପୋଷିରେ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଗ୍ରାମସଭା ଅନୁଷ୍ଠିତ ହୋଇଛି। ସ୍ଥାନୀୟ ବାସିନ୍ଦା କହିଛନ୍ତି ଆମ ଭିଟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri