ବୀରକିଶୋରୀ ବଲ୍ଲଭରେ ଲାଗି ହେଉନି କାକରା ପିଠା

ପୁରୁଣା ଭୁବନେଶ୍ୱର,୨୬।୭(ଡି.ଏନ.ଏ.) : ଶ୍ରୀଲିଙ୍ଗରାଜଙ୍କର ବାରମାସରେ ତେର ପର୍ବ ପାଳନ ହେଉଥିବା ବେଳେ ଦୈନନ୍ଦିନ ନୀତିକାନ୍ତିରେ ଠାକୁରଙ୍କୁ ବିଭିନ୍ନ ପ୍ରକାର ଭୋଗ ଲାଗି ହୁଏ। ହେଲେ କେତେଜଣ ସେବାୟତଙ୍କର ଖାମଖିଆଲ ମନୋଭାବ ଯୋଗୁ ଠାକୁରଙ୍କୁ ଭୋଗ ଲାଗିରେ ବ୍ୟତିକ୍ରମ ଦେଖାଦେଇଛି। ବୀରକିଶୋରୀ ବଲ୍ଲଭରେ ଠାକୁରଙ୍କୁ କାକରା ପିଠା ଲାଗି ହୋଇଥାଏ। ଦେଢ଼ ମାସ ହେବ ନୀତିରେ କାକରା ପିଠା ଜାଗାରେ ଛୋଟ ଛୋଟ ଆରିସା ଲାଗି ହେଉଛି। ବର୍ଷ ବର୍ଷର ରହିଥିବା ପରମ୍ପରାରେ ବ୍ୟତିକ୍ରମକୁ ନେଇ ସେବାୟତ, ଭକ୍ତଙ୍କ ମହଲରେ ଅସନ୍ତୋଷ ଦେଖାଦେଇଛି।
ଶ୍ରୀଲିଙ୍ଗରାଜ ମନ୍ଦିର ପରିଚାଳନା ଦାୟିତ୍ୱରେ ଥିବା ଟ୍ରଷ୍ଟ ବୋର୍ଡ ଠାକୁରଙ୍କ ଏ ସମସ୍ତ ଭୋଗ ପାଇଁ ସାମଗ୍ରୀ ଯୋଗାଇଥାନ୍ତି। ତେବେ ଦାୟିତ୍ୱରେ ଥିବା ପାଳିଆ ସେବାୟତ କ’ଣ ପାଇଁ କାକରା ପିଠା ସ୍ଥାନରେ ଆରିସା ପିଠାରେ କାମ ଚଳାଉଛନ୍ତି ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏ ନେଇ ପୂଜାପଣ୍ଡା ସେବାୟତ ମଣ୍ଟୁ ପୂଜାପଣ୍ଡା ସମ୍ପୃକ୍ତ ଭୋଗ ପ୍ରସ୍ତୁତକାରୀ ପାଳିଆ ସେବାୟତ ଏବଂ ମନ୍ଦିର ସୁପରଭାଇଜରଙ୍କୁ ଅବଗତ କରାଇଥିଲେ। ହେଲେ କୌଣସି ପରିବର୍ତ୍ତନ ହୋଇନାହିଁ ବୋଲି ସେ କହିଛନ୍ତି। ଟ୍ରଷ୍ଟ ବୋର୍ଡ ଅଧିକାରୀ ପ୍ରଦୀପ କୁମାର ସାହୁଙ୍କୁ ପଚାରିବାରେ, ଟ୍ରଷ୍ଟ ବୋର୍ଡ ଏ ନେଇ କୌଣସି ଅଭିଯୋଗ ପାଇନି। ଦୈନନ୍ଦିନ ବୋର୍ଡ ପକ୍ଷରୁ ଠାକୁରଙ୍କ ଭୋଗ ପାଇଁ ଜିନିଷପତ୍ର ଯୋଗାଇଥାଏ। ଏଥିରେ ବୋର୍ଡ ପକ୍ଷରୁ କୌଣସି ବ୍ୟତିକ୍ରମ ହୋଇନାହିଁ। ଯଦି ଏମିତି କିଛି ହେଉଥିବ ତାହା ହେଲେ ଏ ନେଇ ତୁରନ୍ତ ଧ୍ୟାନ ଦିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ମହିଳା ଉଦ୍ୟୋଗୀଙ୍କ ପାଇଁ ‘ଉଦ୍ୟମୀ ଶକ୍ତି’ ଜାତୀୟ ସେମିନାର

ଭୁବନେଶ୍ୱର, ୨୧।୮: ମହିଳା ଉଦ୍ୟୋଗୀଙ୍କୁ ବଜାର ସହ ଯୋଡ଼ିବା, ଡିଜିଟାଲ ପ୍ଲାଟଫର୍ମରେ ସୁଯୋଗ ସୃଷ୍ଟି କରିବା ଏବଂ ସରକାରୀ ଯୋଜନାର ଲାଭ ପହଞ୍ଚାଇବା ଲକ୍ଷ୍ୟରେ ‘ଉଦ୍ୟମୀ ଶକ୍ତି’…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri