ପୁରୀ ଅଫିସ, ୧୩।୧୦: ପୁରୀ ଜିଲା ଚନ୍ଦନପୁର ଥାନା ଅଧୀନ ବୀରବଳଭଦ୍ରପୁର ଗ୍ରାମର ଗୋପୀନାଥ ଦେବଙ୍କ ମନ୍ଦିରରୁ ଶନିବାର ଲକ୍ଷାଧିକ ଟଙ୍କାର ଅଷ୍ଟଧାତୁ ନିର୍ମିତ ମୂର୍ତ୍ତି ଏବଂ ଦାନ ବାକ୍ସରୁ ଟଙ୍କା, ସୁନା ଅଲଙ୍କାର ଚୋରି ହୋଇଛି। ଏନେଇ ବୀରବଳଭଦ୍ରପୁର ଗ୍ରାମ ୩ୟଖଣ୍ଡି ମହାଜନ କୋଠ ସମ୍ପାଦକ ପ୍ରମୋଦ କୁମାର ମିଶ୍ର ଶନିବାର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପରେ ଥାନାରେ ନଂ. ୧୪୪/୧୯ରେ ଏକ ମାମଲା ରୁଜୁ ହୋଇ ତଦନ୍ତ ଜାରି ରହିଛି ବୋଲି ଥାନାଧିକାରୀ ବାମଦେବ ନନ୍ଦ କହିଛନ୍ତି। ପୋଲିସ ସୂଚନା ଅନୁଯାୟୀ, ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ମନ୍ଦିରରୁ ଚୋରି କରିଥିଲେ। ସକାଳୁ ମନ୍ଦିର ପୂଜକ ମନ୍ଦିର ନିକଟରେ ପହଞ୍ଚତ୍ବା ପରେ ଦ୍ୱାର ଖୋଲାଥିବା ଦେଖିଥିଲେ। ପରେ ମନ୍ଦିରର ଦାନବାକ୍ସ ଭଙ୍ଗାଯାଇଥିବା ଏବଂ ଅଷ୍ଟଧାତୁ ମୂର୍ତ୍ତି ନ ଥିବା ଦେଖି ଏ ସମ୍ପର୍କରେ ଗ୍ରାମବାସୀଙ୍କୁ ଖବର ଦେଇଥିଲେ। ଗ୍ରାମବାସୀଙ୍କଠାରୁ ଖବରପାଇ ପୋଲିସ ସାଇଣ୍ଟିଫିକ ଟିମ୍ ସହ ପହଞ୍ଚତ୍ ଘଟଣାର ତଦନ୍ତ ଆରମ୍ଭ କରିଥିଲା। ତଦନ୍ତ ବେଳେ ପୋଲିସ ମନ୍ଦିର ପରିସରରେ ଏକ କନା ଦେହରେ ଗୁଡାଇ ହୋଇ ରହିଥିବା ଅଷ୍ଟଧାତୁ ମୂର୍ତ୍ତି ପାଇଥିଲେ। ସମ୍ପାଦକ ମିଶ୍ର କୁହନ୍ତି, ଶୁକ୍ରବାର ଠାକୁର ସ୍ବର୍ଣ୍ଣ ଅଳଙ୍କାରରେ ସଜ୍ଜିତ ହୋଇଥିବାବେଳେ ଆଉ ଏକ ଅଳଙ୍କାର ସେଟ୍ ଆଲମିରା ଭିତରେ ରହିଥିଲା। ଦୁର୍ବୃତ୍ତମାନେ ଆଲମିରା ତାଲା ଭାଙ୍ଗି ଅଳଙ୍କାର ନେଇଯାଇଥିବା ପ୍ରାଥମିକ ଅନୁସନ୍ଧାନରୁ ପୋଲିସ ଜାଣିବାକୁ ପାଇଛି। ଚୋରି ହୋଇଥିବା ସୁନାଅଳଙ୍କାରର ମୂଲ୍ୟ ପ୍ରାୟ ୨୦ଲକ୍ଷ ଟଙ୍କା ହେବ ବୋଲି ଗ୍ରାମ କମିଟି ଆକଳନ କରିଛି।
Posted inଆମ ଜିଲା ଖବର, ପୁରୀ View All
ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ
କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…
ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ
ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…
ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…
ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…
ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…
ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…
ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍ଲାଇନ୍-ଅଫ୍ଲାଇନ୍ ମୂଲ୍ୟାୟନ କେନ୍ଦ୍ର
ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍ଲାଇନ୍ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…
ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି
ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…
କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ
କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…
‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’
ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…
Archives

