ବୁଗୁଡ଼ାରେ ପହଞ୍ଚିଲେ ୩୫୦ରୁ ଊର୍ଦ୍ଧ୍ୱ ସୁରଟ ଫେରନ୍ତା

ବୁଗୁଡ଼ା,୩ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ବିଭିନ୍ନ ପଞ୍ଚାୟତର କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରବିବାର ୩୫୦ରୁ ଅଧିକ ସୁରଟ ଫେରନ୍ତା ପହଞ୍ଚିବା ଜଣାପଡ଼ିଛି। ସେମାନେ ଶନିବାର ରାତିରେ ୭ଟି ବସ୍‌ରେ
ବାହାରିଥିଲେ। ପ୍ରଥମେ ବୁଗୁଡ଼ାରେ ପହଞ୍ଚିବା ପରେ ଗୋଟିଏ ବସ୍‌ର ୫୪ ପ୍ରବାସୀ ଓଡ଼ିଆଙ୍କୁ
ବୁଗୁଡା ଏନ୍‌ଏସି ଅନ୍ତର୍ଗତ ଶୋଭନୀୟ ପବ୍ଲିକ ସ୍କୁଲ ଏବଂ ବିରଞ୍ଚି ନାରାୟଣ ପବ୍ଲିକ ସ୍କୁଲରେ ରଖାଯାଇଥିବା ବେଳେ ଅନ୍ୟ ଏକ ବସ୍‌ରେ ଆସିଥିବା ପ୍ରାୟ ୬୦ଜଣଙ୍କୁ ବୁଗୁଡା ବ୍ଲକ ଅନ୍ତର୍ଗତ ଗୋଲିଆ ପଞ୍ଚାୟତର ଆଦର୍ଶ ବିଦ୍ୟାଳୟ ଏବଂ ଗୋଲିଆ ପ୍ରାଥମିକ ବିଦ୍ୟାଳୟରେ ରଖାଯାଇଥିବା ଜଣାପଡ଼ିଛି। ସେହିପରି
ରବିବାର ଅନ୍ୟ ୫ଟି ବସ୍‌ରେ ୨୫୦ରୁ ଅଧିକ ପ୍ରବାସୀ ବୁଗୁଡ଼ାରେ ପହଞ୍ଚିଥିଲେ। ସେମାନଙ୍କୁ ବାଲିପଦରଠାରୁ ବିଡିଓ ତନ୍ମୟ ପାତ୍ର, ତହସିଲଦାର ସଂଗ୍ରାମ କେଶରୀ ଜେନାଙ୍କ ତତ୍ତ୍ବାବଧାନରେ ପୋଲିସ ପ୍ରଶାସନର କଡ଼ା ସୁରକ୍ଷା ବ୍ୟବସ୍ଥାରେ ବୁଗୁଡ଼ାକୁ ଅଣାଯାଇଥିଲା। ପରେ ଗୋଟିଏ ବସ୍‌ର ପ୍ରବାସୀ ଓଡିଆଙ୍କୁ ବି. କରଡ଼ାବାଡ଼ି ଉଚ୍ଚ ବିଦ୍ୟାଳୟରେ ରଖାଯାଇଥିବା ବେଳେ ଅନ୍ୟ ୨ ବସ୍‌ରେ ଥିବା ପ୍ରବାସୀ ଓଡ଼ିଆଙ୍କୁ ସଙ୍କୁରୁ ପଞ୍ଚାୟତରେ ଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଏବଂ ଅନ୍ୟ ୨ ବସ୍‌ରେ ଥିବା ପ୍ରବାସୀଙ୍କୁ କରଚୁଲୀ ପଞ୍ଚାୟତ ଏବଂ ଗୋଳାବନ୍ଧ ପଞ୍ଚାୟତର ବିଭିନ୍ନ ବିଦ୍ୟାଳୟରେ ରଖାଯାଇଥିଲା। ରବିବାର ସନ୍ଧ୍ୟା ସୁଦ୍ଧା ପୁଣି ଆଉ ୫ଟି ବସରେ ଆସୁଥିବା ପ୍ରବାସୀ ଓଡିଆଙ୍କୁ ବିଭିନ୍ନ ପଞ୍ଚାୟତର କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖିବା ପାଇଁ ପ୍ରଶାସନ ପ୍ରସ୍ତୁତ ହୋଇଥିବା ବିଡିଓ ତନ୍ମୟ ପାତ୍ର ପ୍ରକାଶ
କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri